ଯିଶାଇୟ 60:6 - ପବିତ୍ର ବାଇବଲ6 ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ଯୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସେମାନେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଅପାର ଉଷ୍ଟ୍ର, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ ଓ କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ। Gade chapit laଓଡିଆ ବାଇବେଲ6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ। Gade chapit la |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”
ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି।
ଶିବାର ରାଣୀ ଶଲୋମନଙ୍କର ସୁଖ୍ୟାତି ବିଷୟରେ ଶୁଣିବାକୁ ପାଇଲେ। ତେଣୁ ସେ କଠିନ ପ୍ରଶ୍ନ ଦ୍ୱାରା ଶଲୋମନଙ୍କୁ ପରୀକ୍ଷା କରିବା ନିମନ୍ତେ ଯିରୁଶାଲମକୁ ଆସିଲେ। ଶିବାର ରାଣୀଙ୍କ ସହିତ ତାଙ୍କ ଲୋକମାନଙ୍କର ଏକ ବୃହତ୍ ଦଳ ଥିଲା। ତାଙ୍କ ସହିତ ମସଲା, ପ୍ରଚୁର ସୁନା ଓ ବହୁମୂଲ୍ୟ ପଥରରେ ଲଦି ହୋଇଥିବା ଓଟମାନେ ଥିଲେ। ସେ ଶଲୋମନଙ୍କ ନିକଟକୁ ଆସିଲେ ଓ ସେ ଯେଉଁ ବିଷୟରେ ଆଲୋଚନା କରିବାକୁ ଗ୍ଭହୁଁଥିଲେ, ସେ ବିଷୟରେ ପଗ୍ଭରିଲେ। ଶଲୋମନଙ୍କୁ ପଗ୍ଭରିବା ନିମନ୍ତେ ତାଙ୍କ ନିକଟରେ ଅନେକ ପ୍ରଶ୍ନ ଥିଲା।