Biblia Todo Logo
Bib sou entènèt

- Piblisite -




ଯିଶାଇୟ 61:9 - ପବିତ୍ର ବାଇବଲ

9 ପୁଣି ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀମାନଙ୍କ ମଧ୍ୟରେ ବିଖ୍ୟାତ ହେବେ। ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ଵୀକାର କରିବେ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦ ପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।

Gade chapit la Kopi




ଯିଶାଇୟ 61:9
15 Referans Kwoze  

“ଆମ୍ଭେ ତୃଷିତ ଭୂମି ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା। ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ବର୍ଷାଇବା।


ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।


ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶେଷ ସେବକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭେମାନେ ଯେପରି ମନ୍ଦକାର୍ଯ୍ୟରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।”


ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ। ମୁଁ ଏପରି କରିବି କାରଣ ତୁମ୍ଭେ ମୋର ବାକ୍ୟ ମାନିଅଛ।”


ହେ ଯିହୁଦା ଓ ଇସ୍ରାଏଲ, ଠିକ୍ ଯେପରି ତୁମ୍ଭେମାନେ ଦେଶ ମଧ୍ୟରେ ଏକ ଅଭିଶାପ ଥିଲ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା। ସେଥିପାଇଁ ଭୟଭୀତ ହୁଅ ନାହିଁ! ସବଳ ହୁଅ।”


ସେମାନେ ଅନିୟମିତ ପରିଶ୍ରମ କରିବେ ନାହିଁ। ସେମାନେ ବିନାଶ ପାଇଁ ଦୈବ ନିଯୁକ୍ତ ସନ୍ତାନ ପ୍ରସବ କରିବେ ନାହିଁ। ସେମାନେ ଓ ସେମାନଙ୍କର ସନ୍ତାନଗଣ ଆଶୀର୍ବାଦ ପାତ୍ରର ପରିବାରରୁ ହେବେ।


ଲାବନ ତାଙ୍କୁ କହିଲେ, “ମୋତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ୟା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ହେତୁରୁ ମୋତେ ଆଶୀର୍ବାଦ କରିଛନ୍ତି।


“ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା।


ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ।


“କାରଣ ଆମ୍ଭେ ଯେଉଁ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କୁହନ୍ତି।


କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର। ଅଗ୍ରଗଣ୍ୟ ଦେଶ ନିମନ୍ତେ ଜୟଧ୍ୱନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।’


“ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମନୋହର ହେବ।” ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।


କିନ୍ତୁ ପରମେଶ୍ୱର ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କ ସହିତ ଯିବା ଉଚିତ୍ ନୁହଁ, ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବା ଉଚିତ୍ ନୁହଁ। କାରଣ ଇସ୍ରାଏଲ ମୋର ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୋଇଅଛି।”


Swiv nou:

Piblisite


Piblisite