Biblia Todo Logo
Bib sou entènèt

- Piblisite -




ଯିଶାଇୟ 63:12 - ପବିତ୍ର ବାଇବଲ

12 ଯେ ନିଜର ଅ‌‌ଦ୍‌‌ଭୂତ ଶକ୍ତି ବଳରେ ନିଜର ଦକ୍ଷିଣ ହସ୍ତ ସାହାଯ୍ୟରେ ମୋଶାଙ୍କୁ ପରିଗ୍ଭଳିତ କଲେ ଓ ନିଜ ପାଇଁ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନ ଉଦ୍ଦେଶ୍ୟରେ ସେମାନଙ୍କ ସମ୍ମୁଖରେ ଜଳକୁ ଦୁଇଭାଗ କଲେ, ସେ କାହାନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ଵିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନ; କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,

Gade chapit la Kopi

ଓଡିଆ ବାଇବେଲ

12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,

Gade chapit la Kopi




ଯିଶାଇୟ 63:12
23 Referans Kwoze  

ସେହି ସମସ୍ତ ଲୋକମାନେ ଭୟଭୀତ ହେବେ। ତୁମ୍ଭ ବାହୁର ଶକ୍ତି ଦ୍ୱାରା ସେମାନେ ପଥର ପରି ନିଶ୍ଚଳ ହେବେ, ଯେପର୍ଯ୍ୟନ୍ତ ତୁମ୍ଭର ଲୋକମାନେ, ଯେଉଁମାନଙ୍କୁ ତୁମ୍ଭେ ମୁକ୍ତ କଲ ଗ୍ଭଲି ଯାଇ ନାହାନ୍ତି।


ପରମେଶ୍ୱର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ ଏବଂ ସେ ଦୁଇପାର୍ଶ୍ୱର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ୟମାନ କରାଇଲେ।


ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ।


କଣ୍ଟକ ବୃକ୍ଷ ପରିବର୍ତ୍ତେ ଦେବଦାରୁ ବୃକ୍ଷ ଜନ୍ମିବ। ପୁନଶ୍ଚ ତାହା ସଦାପ୍ରଭୁଙ୍କର ମହିମା ସ୍ୱରୂପ ହେବ ଓ କେବେ ଧ୍ୱଂସ ହେବ ନାହିଁ।”


ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।


ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ଭାଗ କଲ। ସେମାନେ ଶୁଷ୍କ ଭୂମି ଦେଇ ଯିବାପରି ସମୁଦ୍ର ମଧ୍ୟରେ ଗଲେ। ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।


ସଦାପ୍ରଭୁ କ୍ରୋଧିତ ହୋଇ ମିଶରୀୟ ସମୁଦ୍ରକୁ ଭାଗ ଭାଗ କରିବେ। ସେହିପରି ଭାବରେ ତାଙ୍କର ପ୍ରବଳ ବାୟୁ ଦ୍ୱାରା ଇଉଫ୍ରେଟିସ୍ ନଦୀ ଉପରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ୱାରା ସେହି ନଦୀ ସାତୋଟି କ୍ଷୁଦ୍ର ନଦୀରେ ବିଭକ୍ତ ହେବ। ସେଗୁଡ଼ିକର ଗଭୀରତା ହ୍ରାସ ହେବ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦରେ ଗ୍ଭଲି ତାକୁ ଅତିକ୍ରମ କରିବେ।


କିନ୍ତୁ ତୁମ୍ଭେ ଦୟାରେ ରକ୍ଷା କରିଥିବା ଲୋକମାନଙ୍କୁ ଆଗେଇ ନେଲ। ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ତୁମ୍ଭର ପବିତ୍ର ନିବାସସ୍ଥାନକୁ ନେଇ ଯାଇଛ।


“ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତରେ ଶତ୍ରୁକୁ ପରାସ୍ତ କଲେ।


ଧର୍ମଶାସ୍ତ୍ରରେ ଯେପରି ପରମେଶ୍ୱର ଫାରୋକୁ କହନ୍ତି: “ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦ୍ଧେଶ୍ୟ ପାଇଁ ତୁମ୍ଭକୁ ରାଜା କରିଛୁ, ଯଦ୍ଦ୍ୱାରା ତୁମ୍ଭ ମାଧ୍ୟମରେ ଆମ୍ଭେ ଆପଣା ଶକ୍ତି ଦେଖାଇ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ୱରେ ଘୋଷିତ ହେଉ ବୋଲି ଆମ୍ଭ ଇଚ୍ଛା।”


ତେଣୁ ଇସ୍ରାଏଲୀୟ ଲୋକମାନଙ୍କୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭେମାନେ ମିଶରବାସୀମାନଙ୍କର ଆଉ ଦାସ ହୋଇ ରହିବ ନାହିଁ। ଆମ୍ଭେ ଆମ୍ଭର ମହାନ ଶକ୍ତି ପ୍ରୟୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦେବା। ଏହା ପରେ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ କବଳରୁ ରକ୍ଷା କରିବା।


ସଦାପ୍ରଭୁ ସମୁଦ୍ରରେ ପଥ ନିର୍ମାଣ କରିବେ। ଏପରିକି ତାଙ୍କ ଲୋକମାନଙ୍କ ପାଇଁ ଅଶାନ୍ତ ଜଳରାଶି ମଧ୍ୟରେ ମାର୍ଗ ତିଆରି କରିବେ। ପୁଣି ସଦାପ୍ରଭୁ କୁହନ୍ତି,


ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?


ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”


ହେ ସଦାପ୍ରଭୁ, ତୁମ୍ଭେ ମିଶରରେ ନାନା ଅ‌‌ଦ୍‌‌ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରିଅଛ। ଆଜି ପର୍ଯ୍ୟନ୍ତ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକମାନଙ୍କ ମଧ୍ୟରେ ସେହି ଅ‌‌ଦ୍‌‌ଭୂତ ଲକ୍ଷଣ ଦେଖାଉଛ। ପୁଣି ଏହିସବୁ କାର୍ଯ୍ୟ ଯୋଗୁଁ ତୁମ୍ଭେ ପ୍ରସିଦ୍ଧ ହୋଇଅଛ।


ତୁମ୍ଭେ ଫାରୋ ଓ ତାହାର ସମସ୍ତ ଦାସ ଓ ତା'ର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମମାନ ଦେଖାଇଲ। କାରଣ ମିଶରୀୟମାନେ ସେମାନଙ୍କ ବିରୁଦ୍ଧରେ ରୁକ୍ଷ ବ୍ୟବହାର କଲେ। ଏଣୁ ତୁମ୍ଭେ ଆଜିର ନ୍ୟାୟ ଆପଣା ନାମ ପ୍ରସିଦ୍ଧ କରିଅଛ।


“ଆମ୍ଭେ ଗଭୀର ଜଳକୁ ଶୁଷ୍କ ହେବାକୁ କହୁ ଓ ତୁମ୍ଭର ନଦନଦୀଗୁଡ଼ିକ ଶୁଷ୍କ କରିଦେଉ।”


ତୁମ୍ଭେ ସେହି ଅଲୌକିକ ଶକ୍ତି, ଅ‌‌ଦ୍‌‌ଭୂତ ଲକ୍ଷଣ, ବଳବାନ୍ ହସ୍ତ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିଶର ଦେଶରୁ ବାହାର କରି ଆଣିଲ।


Swiv nou:

Piblisite


Piblisite