Biblia Todo Logo
Bib sou entènèt

- Piblisite -




ଯିଶାଇୟ 65:6 - ପବିତ୍ର ବାଇବଲ

6 “ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି, ଆମ୍ଭେ ନୀରବ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,

Gade chapit la Kopi

ଓଡିଆ ବାଇବେଲ

6 ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; “ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,

Gade chapit la Kopi




ଯିଶାଇୟ 65:6
22 Referans Kwoze  

ଆମ୍ଭର ପରମେଶ୍ୱର ଆସୁଛନ୍ତି ଓ ସେ କେବେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସେଠାରେ ଏକ ବିରାଟ ଝଡ଼ ତାଙ୍କ ଗ୍ଭରିପାଖରେ ଘୂରି ବୁଲୁଛି।


ଆମ୍ଭେ ସେମାନଙ୍କର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦେବା। କାରଣ ସେମାନେ ନିଜ ନିଜର ଘୃଣ୍ୟବସ୍ତୁ ସ୍ୱରୂପ ଶବରେ ଆମ୍ଭର ଦେଶକୁ ‘ଅପବିତ୍ର’ କରିଅଛନ୍ତି। ସେମାନେ ଆମ୍ଭ ଦେଶକୁ ‘ଅଶୁଚି’ କରିଅଛନ୍ତି ଓ ନିଜର ଘୃଣ୍ୟକର୍ମରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।”


ହେ ପରମେଶ୍ୱର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।


ହେ ସଦାପ୍ରଭୁ, ଏସବୁ ହେଲା ପରେ ମଧ୍ୟ ତୁମ୍ଭେ କ’ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ? ତୁମ୍ଭେ କ’ଣ ନୀରବ ରହି ଆମ୍ଭମାନଙ୍କୁ କ୍ଳେଶ ଦେଇ ଗ୍ଭଲିବ?


“ଦୀର୍ଘକାଳ ଧରି ମୁଁ ନୀରବ ରହି ଆସୁଅଛି। ମୁଁ ତଥାପି ନୀରବ ଅଛି। ମାତ୍ର ବର୍ତ୍ତମାନ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଚିତ୍କାର କରିବୁ। ଆମ୍ଭେ ଦୀର୍ଘ ନିଃଶ୍ୱାସ ଏବଂ ଆକାଂକ୍ଷା ହେବୁ।


ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି। ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି। ମୁଁ ଆଉ ନୀରବରେ ରହି ପାରିବି ନାହିଁ। ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।


ମୁଁ ବଡ଼ଠାରୁ ସାନ ପର୍ଯ୍ୟନ୍ତ ମୃତବ୍ୟକ୍ତିଙ୍କୁ ସିଂହାସନ ସାମନାରେ ଠିଆ ହେବାର ଦେଖିଲି। ଜୀବନ ପୁସ୍ତକ ଖୋଲାଥିଲା। ସେଠାରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟ ଖୋଲାଥିଲା। ମୃତ ଲୋକମାନଙ୍କର ନିଜ ନିଜ କର୍ମ ଅନୁସାରେ ବିଗ୍ଭର ହେଲା। ସେହି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲେଖାଯାଇଥିଲା।


ଯେଉଁମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସେମାନଙ୍କ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସେହିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସେହି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।


“ଏପରିକି, ହେ ସୋର, ସୀଦୋନ ଓ ପଲେଷ୍ଟୀୟର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କିଛି ନୁହଁ। ଆମ୍ଭେ କିଛି କଲେ ତୁମ୍ଭେମାନେ ଆମ୍ଭଙ୍କୁ ଦଣ୍ତ ଦେଇ ପାରିବ କି? କିନ୍ତୁ ଆମ୍ଭେ ଖୁବ୍ ଶୀଘ୍ର ତୁମ୍ଭମାନଙ୍କୁ ଦଣ୍ତ ଦେବା।


ଏଣୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ। ସେମାନଙ୍କର ନିଜ କର୍ମର ଫଳ ସେମାନେ ନିଜେ ଭୋଗିଛନ୍ତି।” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି


ତା'ପରେ ପରମେଶ୍ୱର କହିଲେ, “କିନ୍ତୁ ଯେଉଁମାନଙ୍କର ହୃଦୟ ଘୃଣ୍ୟ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସେମାନଙ୍କୁ ସେମାନଙ୍କର କୁକର୍ମ ଅନୁସାରେ ଦଣ୍ଡିତ କରିବା।” ସଦାପ୍ରଭୁ ମୋର ପ୍ରଭୁ ଏହା କହିଛନ୍ତି।


ତୁମ୍ଭେ ନିଶ୍ଚୟ ମୋର ଦୁଃଖର ହିସାବ ରଖିଥିବ। ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ଯେ, ମୁଁ କେତେ କ୍ରନ୍ଦନ କଲି। ନିଶ୍ଚିତରେ ତୁମ୍ଭେ ମୋର ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।


“ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ଏହାକୁ ସଞ୍ଚିତ ରଖିଛୁ। ଆମ୍ଭେ ଏହାକୁ କ’ଣ ଭଣ୍ତାରରେ ସାଇତି ରଖି ନାହୁଁ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯୁଦ୍ଧର ବିବରଣୀ ଲେଖ। ଏହିକଥା ଏକ ପୁସ୍ତକରେ ଲେଖ। ଯାହାଫଳରେ ଲୋକମାନେ ମନେରଖି ପାରିବେ ଏଠାରେ ଯାହାସବୁ ଘଟିଥିଲା। ଏବଂ ଯିହୋଶୂୟଙ୍କ ପାଖରେ ସେହି ପୁସ୍ତକ ପଢ଼। ମୁଁ ସମ୍ପୂର୍ଣ୍ଣଭାବରେ ଅମାଲେକୀୟମାନଙ୍କୁ ଏହି ପୃଥିବୀରୁ ଧ୍ୱଂସ କରିବି।”


ଅନ୍ୟକୁ ଦିଅ, ତେବେ ତୁମ୍ଭେମାନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆଯିବ। ତୁମ୍ଭେମାନେ ଯେତିକି ଧରି ପାରିବ, ତା'ଠାରୁ ଅଧିକ ତୁମ୍ଭମାନଙ୍କ ହାତରେ ଢାଳି ଦିଆଯିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆଯିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡ଼ିବ। ତୁମ୍ଭେମାନେ ଯେଉଁଭଳି ଭାବରେ ଅନ୍ୟକୁ ଦେବ, ପରମେଶ୍ୱର ବି ତୁମ୍ଭମାନଙ୍କୁ ସେହିଭଳି ଭାବରେ ଦେବେ।”


କେତେକ ମୂର୍ଖ ହୋଇଗଲେ କାରଣ ସେମାନଙ୍କର ନିଜର ପାପ ଯୋଗୁଁ ଏବଂ ସେମାନେ ଅଧର୍ମାଚରଣ କଲେ।


ତାଙ୍କ ପିତୃ ଲୋକଙ୍କର ଅପରାଧ ସଦାପ୍ରଭୁଙ୍କ ମନରେ ଥାଉ ଓ ତାହାର ମାତାର ପାପ ପୋଛି ନ ହେଉ।


ମାତ୍ର ଦୁରାଗ୍ଭରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହେବ। ସେମାନଙ୍କୁ ବହୁକଷ୍ଟ ଆସିବ। ସେମାନେ ସେମାନଙ୍କର କୁକର୍ମ ଯୋଗୁଁ ଦଣ୍ଡିତ ହେବେ।


ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସେମାନଙ୍କର ଅପରାଧ ଲାଗି ଶାସ୍ତି ଦେବାକୁ ନିଜ ସ୍ଥାନ ପରିତ୍ୟାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ।


ସେ ପାପ କର୍ମର ପରିମାଣ ଅନୁସାରେ ସେମାନଙ୍କ ପ୍ରତି ଭୟଙ୍କର ହିଂସ୍ର ହେବେ। ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦେବେ। ଆଉ ମଧ୍ୟ ଦ୍ୱୀପ ସମୂହକୁ ପ୍ରତିଫଳ ଦାନ କରିବେ।


ଏହି ଶୁଣ, ନଗରରୁ କଳହର ରବ ଓ ମନ୍ଦିରରୁ ଏକ ସ୍ୱର ଆସୁଅଛି। ନିଜର ଶତ୍ରୁମାନଙ୍କୁ ପ୍ରତିଫଳ ଦେଉଥିବା ସଦାପ୍ରଭୁଙ୍କର ହେଉଛି ଏହି ରବ।


ଏଣୁ ମୁଁ କରୁଣା ଦେଖାଇବି ନାହିଁ। ମୁଁ ସେମାନଙ୍କୁ ଅନୁକମ୍ପା କରିବି ନାହିଁ। ମୁଁ ସେମାନଙ୍କର କର୍ମର ପ୍ରତିଫଳ ସେମାନଙ୍କ ମସ୍ତକକୁ ଆଣିବି।”


Swiv nou:

Piblisite


Piblisite