ଯିଶାଇୟ 66:12 - ପବିତ୍ର ବାଇବଲ12 ସଦାପ୍ରଭୁ ଏହା କହନ୍ତି, “ଏହା ଶାନ୍ତି ରୂପେ ତା'ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ। ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ, ତୁମ୍ଭେ ସେବକ ହେବ ଏବଂ ଗୋଟିଏ ଅଣ୍ଟାରେ ବହନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ଵର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ କକ୍ଷରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ। Gade chapit laଓଡିଆ ବାଇବେଲ12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ। Gade chapit la |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”
କାହିଁକି ଏସବୁ ହେବ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହେବେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ସ୍ରୋତ ସମୂହର ସ୍ଥାନ ହେବ। କିନ୍ତୁ ସେହି ନଦୀମାନଙ୍କରେ ଆହୁଲା ଯୁକ୍ତ କୌଣସି ନୌକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭେମାନେ ସେହି ପୋତର ରଜ୍ଜୁ ଛାଡ଼ି ଦେବ। ତୁମ୍ଭେମାନେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭେମାନେ ତୁମ୍ଭର ଜାହାଜକୁ ଖୋଲିବାକୁ କ୍ଷମ ହେବ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଗ୍ଭରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ। ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦେବେ। ଏପରିକି ଛୋଟ ଲୋକ ମଧ୍ୟ ଲୁଟିତ ସମ୍ପଦ ପାଇବ।