Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:3 - ପବିତ୍ର ବାଇବଲ

3 ଯେ ଗୋବଧ କରେ ସେ ନରହତ୍ୟାକାରୀ ପରି ହୁଏ, ଯେ ମେଷଶାବକ ବଳିଦାନ କରେ ଯେ କୁକୁରର ବେକ କାଟିଲା ଲୋକପରି ହୁଏ, ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକପରି ହୁଏ। ସେମାନେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସେମାନଙ୍କର ଆତ୍ମା ନିଜର ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ଵଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;

Gade chapit la Kopi

ଓଡିଆ ବାଇବେଲ

3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;

Gade chapit la Kopi




ଯିଶାଇୟ 66:3
19 Referans Kwoze  

ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।


ସଦାପ୍ରଭୁ ପୁଣି କୁହନ୍ତି, “ଯେଉଁମାନେ ଅନ୍ୟକୁ ଅନୁସରଣ କରି ଉଦ୍ୟାନକୁ ଯିବା ପାଇଁ ନିଜକୁ ପବିତ୍ର ଓ ଶୁଚି କରନ୍ତି ଓ ଶୂକର ମାଂସ, ଘୃଣ୍ୟଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ସମସ୍ତେ ଏକତ୍ର ବିନଷ୍ଟ ହେବେ।”


ତୁମ୍ଭମାନଙ୍କୁ ଆମ୍ଭେ ‌‌ଖ‌ଡ଼୍‌ଗରେ ଚ୍ଛେଦନ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟସ୍ଥାନରେ ନଇଁ ପଡ଼ିବ। କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ସେହି କାର୍ଯ୍ୟ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସେହି କାର୍ଯ୍ୟକୁ ମନୋନୀତ କଲ।”


ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କର୍ପୂର ନେବ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନୈବେଦ୍ୟ ଅଟେ।


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ତାହା କଲେ ବହୁତ ଘୃଣିତ ହୁଏ।


ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ଅଟନ୍ତି।


ତୁମ୍ଭେମାନେ ଘୁସୁରି ଖାଇବା ଉଚିତ୍ ନୁହଁ। କାରଣ ତାଙ୍କର ଖୁରା ଦୁଇଫାଳ ବିଶିଷ୍ଟ କିନ୍ତୁ ସେମାନେ ପାକୁଳି କରନ୍ତି ନାହିଁ। ତେଣୁ ତୁମ୍ଭମାନଙ୍କ ପାଇଁ ଘୁସୁରି ଅପବିତ୍ର ଅଟେ। ଏପରିକି ମୃତ ଘୁସୁରି ଶବକୁ ଛୁଅ ନାହିଁ।


ତୁମ୍ଭେମାନେ ଯେଉଁ ଦେବତାଗଣଙ୍କୁ ପୂଜା କରିବାକୁ ମନୋନୀତ କରିଛ। ସେମାନଙ୍କ ପାଖକୁ ଯାଅ ଓ ତାଙ୍କୁ ଉଦ୍ଧାର କରିବାକୁ କୁହ। ତୁମ୍ଭର ଦୁଃଖ ସମୟରେ ସେମାନେ ତୁମ୍ଭର ରକ୍ଷା କରନ୍ତୁ।”


ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କୃଦ୍ଧ ହୋଇ ତାହାକୁ ଆଘାତ କଲୁଁ, ଆମ୍ଭେ ନିଜର ମୁଖ ଲୁଗ୍ଭଇ କ୍ରୁଦ୍ଧ ହେଲୁ; ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଗ୍ଭଲିଲା।


“ପରମେଶ୍ୱର ନୂତନ ନେତାମାନଙ୍କୁ ନଗର ଦ୍ୱାରରେ ଯୁଦ୍ଧ କରିବାକୁ ମନୋନୀତ କଲେ। ସମଗ୍ର ଇସ୍ରାଏଲର 40,000 ମଧ୍ୟରେ ଏକ ବର୍ଚ୍ଛା ବା ଢାଲ ଦେଖାଗଲା ନାହିଁ।


ସେହି ଲୋକମାନେ ଭାବି ନ ଥା’ନ୍ତି। ସେମାନେ ଏହା କରିବା ପାଇଁ ବୁଦ୍ଧି ଜ୍ଞାନ ହରାଇ ଥା’ନ୍ତି। ସେମାନେ ବୁଝନ୍ତି ନାହିଁ ଯେ, “ଅଧା କାଠ ପୋଡ଼ି ଆମ୍ଭେ ଉଷୁମ ପାଇଲୁ, ଉତ୍ତପ୍ତ ଅଙ୍ଗାରରେ ରୋଟୀ ସେକି ଓ ମାଂସ ରାନ୍ଧି ଖାଇଲୁ ଓ ଅବଶିଷ୍ଟାଂଶରେ ପ୍ରତିମା ଗଢ଼ିଲୁ ଯାହାକି ଅସାର ଓ ଘୃଣାଯୋଗ୍ୟ। ପୁଣି ସେ କାଠ ଆଗରେ ଦଣ୍ଡବତ ହେଲୁ।”


“ଯେଉଁମାନେ ନିଜ ନିଜ ଚିନ୍ତାନୁସାରେ କୁପଥରେ ଗମନ କରନ୍ତି, ସେହି ବିଦ୍ରୋହାଗ୍ଭରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ।


ପୁଣି ସଦାପ୍ରଭୁ କହନ୍ତି, “ଶିବା ଦେଶରୁ ଧୂପ ଓ ଦୂର ଦେଶରୁ ସୁଗନ୍ଧି ବେତ ଆଣିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳି ସବୁ ଗ୍ରହଣୀୟ ନୁହେଁ କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।”


ସେ ସମୟରେ ଇସ୍ରାଏଲ ଲୋକମାନଙ୍କର କେହି ରାଜା ନ ଥିଲେ। ତେଣୁ ପ୍ରତ୍ୟେକ ବ୍ୟକ୍ତି ଯାହା ସେମାନଙ୍କ ପାଇଁ ଠିକ୍ ମଣୁଥିଲେ ତାହା କରୁଥିଲେ।


ମାତ୍ର ଆମ୍ଭେମାନେ ସମସ୍ତେ ମେଷପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପଥରେ ଯାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡରେ ନେଇ ଯାଇଛନ୍ତି।


ତା'ପରେ ହାଗୟ କହିଲେ, “ସଦାପ୍ରଭୁ ପରମେଶ୍ୱର ଏହିସବୁ କହନ୍ତି, ‘ଦେଶର ଲୋକମାନଙ୍କ ବିଷୟରେ ଏହା ସତ୍ୟ ଅଟେ। ସେହି ଲୋକମାନେ ଆମ୍ଭ ସମ୍ମୁଖରେ ଶୁଦ୍ଧ ଓ ପବିତ୍ର ନ ଥିଲେ। ତେଣୁ ଯେକୌଣସି ଜିନିଷକୁ ସେମାନେ ଛୁଉଁଥିଲେ ଏବଂ ଯେକୌଣସି ଜିନିଷକୁ ସେମାନେ ଯଜ୍ଞବେଦି ଉପରକୁ ଆଣୁଥିଲେ ସେଗୁଡ଼ିକ ସବୁ ଅଶୁଦ୍ଧ ହେଉଥିଲା।


Swiv nou:

Piblisite


Piblisite