Biblia Todo Logo
Bib sou entènèt

- Piblisite -




ଯିଶାଇୟ 7:3 - ପବିତ୍ର ବାଇବଲ

3 ତା'ପରେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭର ପୁତ୍ର ଶାର-ଯାଶୂବ ଯିବ ଓ ଆହସଙ୍କ ସହିତ ଆଲୋଚନା କରିବ। ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀରେ ନାଳ ମୁଣ୍ଡରେ ଆହସଙ୍କୁ ଭେଟିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ତରେ ଆହସର ସଙ୍ଗେ ସାକ୍ଷାତ କରିବାକୁ ଯାଅ।

Gade chapit la Kopi

ଓଡିଆ ବାଇବେଲ

3 ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।

Gade chapit la Kopi




ଯିଶାଇୟ 7:3
14 Referans Kwoze  

ଅଶୂରର ରାଜା ସ‌‌‌ନ୍‌‌‌ହେରୀବ ତାଙ୍କର ସେନାଧ୍ୟକ୍ଷଙ୍କୁ ଏକ ବିଶାଳ ସୈନ୍ୟବାହିନୀ ଦେଇ ଲାଖି‌ଶ୍‌ଠାରୁ ଯିରୁଶାଲମକୁ ହିଜକିୟ ରାଜା ନିକଟକୁ ପଠାଇଲା। ଆଉ ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।


ଅନନ୍ତର ଅଶୂରର ରାଜା ତାଙ୍କ ତିନି ଜଣ ମୁଖ୍ୟ ସେନାଧ୍ୟକ୍ଷ ତର୍ତ୍ତନ, ରବସାରୀସ୍, ଓ ର‌ବ୍‌ଶାକିଙ୍କୁ ମହାସୈନ୍ୟ ସହିତ ଯିରୁଶାଲମରେ ହିଜକିୟ ରାଜା ନିକଟକୁ ପଠାଇଲେ। ତହୁଁ ସେମାନେ ଲଖୀସରୁ ଯାତ୍ରା କରି ଯିରୁଶାଲମକୁ ଆସିଲେ। ସେମାନେ ସେଠାରେ ପହଞ୍ଚି ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।


ଏବଂ ଇସ୍ରାଏଲ ବିଷୟରେ ଯିଶାଇୟ ଘୋଷଣା କରି କୁହନ୍ତି: “ସମୁଦ୍ରର ବାଲିକଣିକା ପରି ଇସ୍ରାଏଲର ଲୋକମାନଙ୍କ ସଂଖ୍ୟା ଅସଂଖ୍ୟ। କିନ୍ତୁ ସେମାନଙ୍କ ଭିତରୁ ଖୁବ୍ ଅଳ୍ପ ଲୋକ ରକ୍ଷା ପାଇ ପାରିବେ।


ମାତ୍ର ଏକ ଦଶମାଂଶ ଲୋକ ରହିବାକୁ ଅନୁମତି ପାଇବେ। ଏହି ଦଶମାଂସ ଲୋକ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ ଓ ଅନ୍ୟମାନେ ଧ୍ୱଂସ ପାଇବେ। ଏମାନେ ଅଲୋନଗଛ ସଦୃଶ ହେବେ। ଅଲୋନ ଗଛ ହଣା ହେଲା ପରେ ତା'ର ଗଣ୍ଡି ଯେପରି ସୁଦୃଢ଼ ରହେ, କର୍ତ୍ତିତ ବୃକ୍ଷର ଅବଶିଷ୍ଟାଂଶ ପବିତ୍ର ବୀଜ।


ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ଯିହୁଦା ରାଜପ୍ରାସାଦକୁ ଯାଇ ଯିହୁଦାର ରାଜାଙ୍କୁ ଏହି ବାକ୍ୟ କୁହ।


ଦୁଷ୍ଟାଗ୍ଭରୀ ତା'ର ମନ୍ଦକାର୍ଯ୍ୟ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ୟାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦେବେ। ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।


ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ୟ ପୁଣି ପରାକ୍ରାନ୍ତ ପରମେଶ୍ୱରଙ୍କୁ ଅନୁସରଣ କରିବେ।


ହିଜକିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏ ସମସ୍ତ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।


ପ୍ରଭାତରେ, ଫାରୋ ନଦୀକୁ ଯିବେ। ନଦୀ କୂଳରେ ଫାରୋଙ୍କୁ ଅପେକ୍ଷା କର। ସେହି ଆଶାବାଡ଼ିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହୋଇ ଯାଇଥିଲା।


ବୈ‌ଥ୍‌ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅ‌‌‌‌ସ୍‌‌‌‌ବୂକର ପୁତ୍ର ନିହିମିୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ମନୁଷ୍ୟକୃତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲେ।


ଇସ୍ରାଏଲରେ ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଯୋଥମଙ୍କ ପୁତ୍ର ଆହସ ଯିହୁଦାରେ ରାଜା ହେଲେ।


ତୁମ୍ଭେମାନେ ଯିରୁଶାଲମସ୍ଥ ଗୃହଗୁଡ଼ିକୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।


ଆଉ ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ସଂଗ୍ରହ ନିମିତ୍ତ ନଗରୀର ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ସ୍ଥାନରେ ବଡ଼ ଜଳାଶୟ ଖୋଳିଲ। ତୁମ୍ଭେମାନେ ନିଜର ସୁରକ୍ଷା ପାଇଁ ଏ ସବୁ କଲ। ମାତ୍ର ଯେ ଏହାକୁ ସାଧନ କଲେ ସେ ସୃଷ୍ଟିକର୍ତ୍ତାଙ୍କୁ ତୁମ୍ଭେ ବିଶ୍ୱାସ କଲ ନାହିଁ। ଦୀର୍ଘକାଳ ଧରି ଯେ ଏହାକୁ ଗଢ଼ିଲେ, ତୁମ୍ଭେମାନେ ତାଙ୍କୁ ଆଦର କଲ ନାହିଁ।


Swiv nou:

Piblisite


Piblisite