Biblia Todo Logo
Bib sou entènèt

- Piblisite -




ଯିଶାଇୟ 8:19 - ପବିତ୍ର ବାଇବଲ

19 କେତେକ ଲୋକ କୁହନ୍ତି, “ଭବିଷ୍ୟ‌ଦ୍‌ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ଵରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବୋ?

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”

Gade chapit la Kopi




ଯିଶାଇୟ 8:19
28 Referans Kwoze  

ଶାଉଲ ସଦାପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ନ ଥିବାରୁ ମୃତ୍ୟୁବରଣ କଲେ। ଶାଉଲ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ ନାହିଁ। ଶାଉଲ ଜଣେ ଗୁଣିଆ ସ୍ତ୍ରୀ ପାଖକୁ ମଧ୍ୟ ଯାଇଥିଲେ ଓ ସଦାପ୍ରଭୁଙ୍କ ପରାମର୍ଶ ନ ଲୋଡ଼ି ତାହାର ପରାମର୍ଶ ଲୋଡ଼ିଥିଲେ।


“ଯେଉଁ ଲୋକ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ବ୍ୟଭିଗ୍ଭର କରିବାକୁ ଅନୁସରଣ କରେ, ସେହି ପ୍ରାଣୀ ବିରୁଦ୍ଧରେ ଆମ୍ଭେ ଯିବା। ଯେହେତୁ ସେ ଆମ୍ଭ ପ୍ରତି ଅବିଶ୍ୱସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ୟରୁ ପୃଥକ ରଖିବା।


ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।


ଏହା ପରେ ପରମେଶ୍ୱରଙ୍କ ଲୋକମାନେ ବାଲ୍-ପିୟୋରର ସେବା କଲେ। ସେମାନେ ଅନ୍ୟ ଦେବତାମାନଙ୍କଠାରେ ବଳି ଦିଆଯାଇଥିବା ପଶୁମାନଙ୍କର ମାଂସ ଭକ୍ଷ୍ୟଣ କଲେ।


“ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ। ସେମାନଙ୍କ ନିକଟକୁ ଗଲେ, ସେମାନଙ୍କର ଦ୍ୱାରା ଅପବିତ୍ର ହେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଏଥିରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ। ଧୂଳି ଉପରୁ ତୁମ୍ଭର ସ୍ୱର କ୍ଷୀଣ ହେବ ଓ ତାହା ଭୂତର ସ୍ୱର ତୁଲ୍ୟ ହେବ। ତୁମ୍ଭର ସ୍ୱର ଧୂଳି ଉପରୁ ଫୁ‌ସ୍‌ଫୁସ୍ ଶବ୍ଦ ସ୍ୱରରେ କହିଲା ପରି ହେବ।”


ମିଶରୀୟମାନେ ବିଭ୍ରାନ୍ତ ହେବେ। ସେମାନେ କ’ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଗ୍ଭରିବେ। ଆଉ ମଧ୍ୟ ସେମାନେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନେବେ। ମାତ୍ର ସେମାନଙ୍କର ଉପଦେଶ ଅର୍ଥହୀନ ହେବ।”


ଶାଉଲ ଛଦ୍ମ ବେଶରେ ଅଲଗା ବସ୍ତ୍ର ପିନ୍ଧି ତାଙ୍କର ଦୁଇଜଣ ଲୋକଙ୍କ ସହିତ ସେହି ସ୍ତ୍ରୀଲୋକକୁ ରାତିରେ ଦେଖା କରିବାକୁ ଗଲେ। ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ମୋ’ ପାଇଁ ଗୋଟିଏ ଆତ୍ମାକୁ ଡାକ ଯିଏ କି ଭବିଷ୍ୟତରେ କ’ଣ ହେବାକୁ ଯାଉଛି ମୋତେ କହି ପାରିବ। ତୁମ୍ଭେ ଏକ ଆତ୍ମାକୁ ଆଣ ଯାହାର ନାମ ମୁଁ କହୁଅଛି।”


ମୋହକ, ଭୂତୁଡ଼ିୟା, ଗୁଣୀ କି ପ୍ରେତ ପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ କେହି ଯେପରି ଦେଖାଯିବ ନାହିଁ।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି। ସେ ଜୀବନ୍ତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା। ଯେତେବେଳେ ସେ କୋପ କରନ୍ତି ପୃଥିବୀ କମ୍ପିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କ୍ରୋଧ ସହ୍ୟ କରି ପାରିବେ ନାହିଁ।


ମନଃଶି ଆପଣା ପୁତ୍ରକୁ ଅଗ୍ନିରେ ଉତ୍ସର୍ଗ କଲେ। ସେ ଶୁଭ ଶୁଭ କହିବାର ବିଦ୍ୟା, ଗଣକତା, ଯାଦୁବିଦ୍ୟା, ଭୂତ ପ୍ରେତ ଓ ଗୁଣୀ ଗାରେଡ଼ି କାର୍ଯ୍ୟରେ ଅଭ୍ୟସ୍ତ ହେଲେ। ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ, ଯଦ୍ଦ୍ୱାରା ସଦାପ୍ରଭୁ କ୍ରୋଧିତ ହେଲେ।


ମାତ୍ର ସଦାପ୍ରଭୁଙ୍କ ଦୂତ ତି‌‌‌‌ଶ୍‌ବୀୟ ଏଲିୟଙ୍କୁ କହିଲେ, “ଯାଅ, ଶମରିୟା ରାଜାଙ୍କର ଦୂତମାନଙ୍କୁ ଭେଟ ଓ ସେମାନଙ୍କୁ କୁହ, ‘ଇସ୍ରାଏଲରେ କ’ଣ ଇସ୍ରାଏଲର ପରମେଶ୍ୱର ନାହାନ୍ତି ଯେ, ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ?


ଆହୁରି ଯୋଶିୟ ଯେପରି ସଦାପ୍ରଭୁଙ୍କ ମନ୍ଦିରରେ ହି‌ଲ୍‌‌‌କିୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ସେଥିପାଇଁ ଯିହୁଦାର ଓ ଯିରୁଶାଲମ ଦ୍ୱାରା ଆରାଧନା କରୁଥିବା ଯେଉଁ ସମସ୍ତ ମାଧ୍ୟମଗୁଡ଼ିକ ଗୁଣୀ, ଠାକୁର, ପୁତ୍ତଳିକା ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା ସେ ତାହା ସବୁ ଦୂର କଲେ।


ଶାମୁୟେଲ କହିଲେ, “ସଦାପ୍ରଭୁ ତୁମ୍ଭକୁ ପରିତ୍ୟାଗ କରିଛନ୍ତି। ବର୍ତ୍ତମାନ ସେ ତୁମ୍ଭର ପଡ଼ୋଶୀ ଦାଉଦଙ୍କ ପକ୍ଷରେ ଅଛନ୍ତି। ତେଣୁ ତୁମ୍ଭେ ମୋତେ କାହିଁକି ବ୍ୟସ୍ତ କରୁଅଛ?


ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟ‌‌ଦ୍‌‌‌‌ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।


ସ୍ତ୍ରୀଲୋକଟି କହିଲା, “ମୁଁ କାହାକୁ ତୁମ୍ଭ ନିକଟକୁ ଉଠାଇ ଆଣିବି।” ସେ କହିଲେ, “ମୋ’ ପାଖକୁ ଶାମୁୟେଲଙ୍କୁ ଉଠାଇ ଆଣ।”


ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ, ଯେପରି ଭଲ ଭାବରେ ତୁମ୍ଭେମାନେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭେମାନେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ୱରଙ୍କ ସେବା କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟରେ ସେମାନେ କହନ୍ତି।


ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ଯିବା ସମୟରେ ଗୋଟିଏ ଗ୍ଭକରାଣୀକୁ ଦେଖିଲୁ। ତା’ ଦେହରେ ଏପରି ଆତ୍ମାଟିଏ ଥିଲା, ଯାହାଦ୍ୱାରା ସେ ଭବିଷ୍ୟତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ୟତ କଥା ସବୁ କହି ତା’ ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା।


ପୁଣି ସେହି କ୍ଷୀଣ ଶୀଷାଗୁଡ଼ିକ ଉତ୍ତମ ସାତୋଟି ଶୀଷାକୁ ଗିଳି ପକାଇଲା। “ଏହି ସ୍ୱପ୍ନ ମୁଁ ମୋର ମନ୍ତ୍ରଜ୍ଞମାନଙ୍କୁ କହିଲି, ମାତ୍ର କେହି ଏହାର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ।”


ସେମାନେ ମୃତ, ସେମାନେ ଜୀବନ ଫେରି ପାଇବେ ନାହିଁ। ସେମାନେ ଭୂତପରି ଯେଉଁମାନେ କେବେହେଲେ ଉଠିବେ ନାହିଁ। ସେମାନଙ୍କୁ ସେମାନଙ୍କର କାର୍ଯ୍ୟକୁ ବିବେଚନା କରି ତୁମ୍ଭେ ସଂହାର କରିଅଛ ଏବଂ କେହି ସେମାନଙ୍କୁ ମନେ ରଖିବେ ନାହିଁ।


ଏହି ସନ୍ତାନଗଣ ମୋତେ ନ ପଗ୍ଭରି ଫାରୋଙ୍କ ବଳରେ ବଳୀୟାନ ହେବାକୁ ଓ ମିଶରରେ ଆଶ୍ରୟ ନେବାକୁ ମିଶର ଯାତ୍ରା କରନ୍ତି।


ସଦାପ୍ରଭୁ ଯେ ଇସ୍ରାଏଲର ଧର୍ମସ୍ୱରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି, “ହେ ମୋର ସନ୍ତାନଗଣ, ତୁମ୍ଭେମାନେ ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଗ୍ଭର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣ ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।


ବର୍ତ୍ତମାନ ତୁମ୍ଭେମାନେ ମାୟାବୀ ଯାଦୁବିଦ୍ୟା ଉପରେ ନିର୍ଭର କର, ଯାହା ତୁମ୍ଭେମାନେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭେମାନେ ସେଗୁଡ଼ିକୁ ବ୍ୟବହାରରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭେମାନେ ଜିତିପାର।


ତୁମ୍ଭର ତ ବହୁ ଉପଦେଷ୍ଟା ଅଛନ୍ତି। ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ। ଏବେ ସେହି ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶିମାନେ, ମାସିକ ଶୁଭାଶୁଭ ଗଣନାକାରୀମାନେ ଛିଡ଼ା ହୁଅନ୍ତୁ ଓ ତୁମ୍ଭ ପ୍ରତି ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।


କିନ୍ତୁ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାମାନଙ୍କର, ତୁମ୍ଭର ଦିବ୍ୟଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ୱପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଗ୍ଭଟୁକାରମାନଙ୍କର କିଅବା ତୁମ୍ଭର ଯାଦୁକରମାନଙ୍କର କଥା ଶୁଣିବା ଉଚିତ୍ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, “ତୁମ୍ଭେ ବାବିଲୋ‍ନ୍‍ର ରାଜାଙ୍କର ସେବା କରିବା ଉଚିତ୍ ନୁହେଁ।”


ତୁମ୍ଭେମାନେ ଆଉ କୁହୁଳ ବିଦ୍ୟା ଦେଖାଇ ପାରିବ ନାହିଁ କି ଜ୍ୟୋତିଷ ପରି ଭବିଷ୍ୟ‌ଦ୍‌ବାଣୀ ଶୁଣାଇ ପାରିବ ନାହିଁ।


ତୁମ୍ଭର ପୁତ୍ରକନ୍ୟାମାନଙ୍କୁ ଯଜ୍ଞବେଦି ଅଗ୍ନିରେ ଦ‌‌ଗ୍‌‌ଧ କରି ଉତ୍ସର୍ଗ କରିବ ନାହିଁ। ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, ଗଣକ କି ମାୟାବିଙ୍କଠାରୁ କିଛି ଶିକ୍ଷା କରିବ ନାହିଁ।


ତା'ପରେ ଶାଉଲ ନିଜର ଦାସମାନଙ୍କୁ ଆଦେଶ ଦେଲେ, “ମୋ’ ପାଇଁ ଏକ ସ୍ତ୍ରୀଲୋକ ଖୋଜ ଯେ କି ମୃତ ଲୋକମାନଙ୍କର ଆତ୍ମା ସହିତ କଥା ହୋଇ ପାରିବ। ମୁଁ ତାକୁ ପଗ୍ଭରିବି ଯାହାସବୁ ଘଟିବାକୁ ଯାଉଛି।” ତାଙ୍କର ଦାସମାନେ ତାଙ୍କୁ କହିଲେ, “ଐନ ନଗରରେ ଏହିପରି ଏକ ସ୍ତ୍ରୀଲୋକ ଅଛି।”


Swiv nou:

Piblisite


Piblisite