ଯିଶାଇୟ 9:6 - ପବିତ୍ର ବାଇବଲ6 ଯେତେବେଳେ ଏକ ସ୍ୱତନ୍ତ୍ର ବାଳକ ଜନ୍ମ ନେବେ ସେତିକି ବେଳେ ଏହା ଘଟିବ। ପରମେଶ୍ୱର ଆମ୍ଭମାନଙ୍କୁ ଏକ ପୁତ୍ର ଦେବେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ “ଆଶ୍ଚର୍ଯ୍ୟ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଯିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। Gade chapit laଓଡିଆ ବାଇବେଲ6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!
ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର, ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ। ଅଶୂରୀୟ ରାଜଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଳେଶ ଘଟିଅଛି, ତାହା ସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।