ଯିଶାଇୟ 9:7 - ପବିତ୍ର ବାଇବଲ7 ତାଙ୍କ ରାଜ୍ୟରେ କର୍ତ୍ତୃତ୍ୱ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସେହି ରାଜା ନ୍ୟାୟ ଓ ଧାର୍ମିକତା ବଳରେ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଶାସନ କରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କର ତାଙ୍କ ଲୋକମାନଙ୍କ ପାଇଁ ଅନନ୍ତ ପ୍ରେମ ରହିଛି ଏବଂ ଏହି ପ୍ରେମ ଯୋଗୁଁ ସେ ଏଗୁଡ଼ିକ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତାହାଙ୍କ କର୍ତ୍ତୃତ୍ଵବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏ କ୍ଷଣଠାରୁ ଅନ; କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ। Gade chapit laଓଡିଆ ବାଇବେଲ7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ। Gade chapit la |
ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।