Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:13 - ପବିତ୍ର ବାଇବଲ

13 ଯେତେବେଳେ ଜଣେ ବ୍ୟକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ୍ ନୁହେଁ ଯେ, “ପରମେଶ୍ୱର ମୋତେ ପରୀକ୍ଷା କରୁଛନ୍ତି।” କାରଣ ମନ୍ଦତା ପରମେଶ୍ୱରଙ୍କୁ ପରୀକ୍ଷା କରିପାରେ ନାହିଁ। ଏବଂ ପରମେଶ୍ୱର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ଵରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ଵର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ୱରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ୱର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13-14 କେହି ପରୀକ୍ଷା ପ୍ରଲୋଭନର ସମ୍ମୁଖୀନ ହେବା ବେଳେ ତାହା ଈଶ୍ୱରଙ୍କଠାରୁ ଆଗତ ବୋଲି ନ ଭାବୁ। ଈଶ୍ୱର ଅସତ୍ ବିଷୟ ଦ୍ୱାରା ପ୍ରଲୁସ୍ଧ ହୁଅନ୍ତି ନାହିଁ, କିଅବା ସେ କାହାକୁ ପ୍ରଲୋଭନରେ ପତିତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ବରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ବର ମନ୍ଦରେ ପରୀକ୍ଷିତ ହୋଇପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।

Gade chapit la Kopi




ଯାକୁବଙ୍କ ପତ୍ର 1:13
9 Referans Kwoze  

ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି।


ମୋ’ ଭାଇ ଓ ଭଉଣୀମାନେ, ତୁମ୍ଭେମାନେ ଅନେକ ପ୍ରକାରର ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଏପରି ହେଲାବେଳେ ତୁମ୍ଭେମାନେ ଅଧିକ ଖୁସୀ ହେବା ଉଚିତ୍।


ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ୱରୂପ ଗୋଷ୍ଠୀଗଣଙ୍କ ପାଇଁ ଫେରି ଆସ।


ମନୁଷ୍ୟ ଉତ୍ତର ଦେଲା, “ତୁମ୍ଭେ ମୋ’ ପାଇଁ ଯେଉଁ ସ୍ତ୍ରୀ ତିଆରି କରିଥିଲ, ସେ ମୋତେ ସେହି ଫଳ ଖାଇବାକୁ ଦେଲା। ତେଣୁ ମୁଁ ତାହା ଖାଇଲି।”


ଏହିସବୁ ଘଟଣା ଘଟିବାପରେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ପରମେଶ୍ୱର ତାଙ୍କୁ କହିଲେ, “ଅବ୍ରହାମ!” ଏବଂ ଅବ୍ରହାମ କହିଲେ, “ହଁ!”


ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ର ଏ କଥା ମଧ୍ୟ କୁହେ, ‘ତୁମ୍ଭେ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।’”


ପ୍ରତ୍ୟେକ ବ୍ୟକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ।


Swiv nou:

Piblisite


Piblisite