Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:14 - ପବିତ୍ର ବାଇବଲ

14 ପ୍ରତ୍ୟେକ ବ୍ୟକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ଵାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;

Gade chapit la Kopi




ଯାକୁବଙ୍କ ପତ୍ର 1:14
24 Referans Kwoze  

ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ।


କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ।


କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର।


ଯେ ଭସ୍ମ ଭୋଜନ କରେ, ସେ ନିଜର ଜୀବନକୁ ରକ୍ଷା କରିପାରେ ନାହିଁ। ମୋ’ ଦକ୍ଷିଣ ହସ୍ତରେ ଏହି ସମସ୍ତ ବିଷୟରେ କ’ଣ କୌଣସି ମିଥ୍ୟା ନାହିଁ? କହିପାରେ ନାହିଁ। “ଏଣୁ ତା'ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।”


ଏହାର କ’ଣ ଏହି ଅର୍ଥ ଯେ ଯାହା ଭଲ, ତାହା ହିଁ ମୋ’ ପାଇଁ ମୃତ୍ୟୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ୟବହାର କରି ମୋ’ ପାଇଁ ମୃତ୍ୟୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ’ଣ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ୟବହାର ମଧ୍ୟ ଏହା ହିଁ ଦେଖାଇବା ପାଇଁ ହେଲା।


ତୁମ୍ଭର ହୃଦୟକୁ ଅତି ଯତ୍ନର ସହ ପରିଗ୍ଭଳିତ କର। ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।


କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କେହି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା’ ସହିତ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହେଁ, ତେବେ ସେ ନିଜ ମନ ଭିତରେ ସେହି ସ୍ତ୍ରୀ ସହିତ ବ୍ୟଭିଗ୍ଭର କରି ସାରିଲାଣି।


ଏହି ଆଜ୍ଞାକୁ ବ୍ୟବହାର କରି ପାପ ମୋତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମୋତେ ଆତ୍ମିକ ଭାବରେ ମୃତ କରାଇବାରେ ପାପ ଏହି ଆଜ୍ଞାକୁ ବ୍ୟବହାର କଲା।


ସୂର୍ଯ୍ୟ ଏବଂ ଚନ୍ଦ୍ରକୁ ଉପାସନା କଲାଭଳି ମୋର ନିର୍ବୋଧତା ନାହିଁ।


“ଯଦି ମୁଁ ପର ସ୍ତ୍ରୀକୁ କାମନା କରିଥାଏ ବା ପଡ଼ୋଶୀ ସ୍ତ୍ରୀ ସହ ପାପ କାର୍ଯ୍ୟ କରିବା ପାଇଁ ତା'ର ଦ୍ୱାର ଦେଶରେ ଅପେକ୍ଷା କରିଥାଏ,


ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।”


ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କେବଳ ମନ୍ଦ ବିଷୟ ଚିନ୍ତା କରୁଛନ୍ତି।


ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।


“ହେ ଇସ୍ରାଏଲ, ଆମ୍ଭେ ତୁମ୍ଭକୁ ସାହାଯ୍ୟ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।


ସେହି ସ୍ତ୍ରୀଲୋକଟି ଦେଖିଲା ଯେ, ସେହି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସେହି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ୱାମୀକୁ ଖାଇବାକୁ ଦେଲା ଏବଂ ସେ ମଧ୍ୟ ତାହାକୁ ଖାଇଲା।


ଦାଉଦ ବ‌‌ତ୍‌‌ଶେବାକୁ ଡାକିବା ପାଇଁ ଦୂତ ପଠାଇଲେ ଏବଂ ଯେତେବେଳେ ସେ ଆସିଲେ। ସେହି ସ୍ତ୍ରୀ ସହିତ ଶୟନ କଲେ। ସେ ସମୟରେ ସେହି ସ୍ତ୍ରୀଲୋକଟି ଋତୁସ୍ନାନ କରିଥିଲା। ତେଣୁ ସେ ନିଜର ଗୃହକୁ ଫେରିଗଲା।


ତା'ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା।


ଯେତେବେଳେ ଜଣେ ବ୍ୟକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ୍ ନୁହେଁ ଯେ, “ପରମେଶ୍ୱର ମୋତେ ପରୀକ୍ଷା କରୁଛନ୍ତି।” କାରଣ ମନ୍ଦତା ପରମେଶ୍ୱରଙ୍କୁ ପରୀକ୍ଷା କରିପାରେ ନାହିଁ। ଏବଂ ପରମେଶ୍ୱର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।


ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ୟୁକୁ ଜନ୍ମ ଦିଏ।


Swiv nou:

Piblisite


Piblisite