Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:13 - ପବିତ୍ର ବାଇବଲ

13 ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା'ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ଵନୀ କରେକ।

Gade chapit la Kopi

ଓଡିଆ ବାଇବେଲ

13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କାରଣ ଯେ ଅନ୍ୟକୁ ଦୟା କରେ ନାହିଁ, ଈଶ୍ୱର ତାକୁ ଦୟା କରିବେ ନାହିଁ। ନ୍ୟାୟ ବିଚାର ଉପରେ ଦୟାର ହିଁ ବିଜୟ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।

Gade chapit la Kopi




ଯାକୁବଙ୍କ ପତ୍ର 2:13
26 Referans Kwoze  

ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।


କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦେବ ନାହିଁ, ତେବେ ତୁମ୍ଭର ପରମପିତା ମଧ୍ୟ ତୁମ୍ଭ ଅପରାଧ ଗୁଡ଼ିକ ପାଇଁ ତୁମ୍ଭକୁ କ୍ଷମା ଦେବେ ନାହିଁ।


ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡାକ ଶୁଣେ ନାହିଁ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


“ତୁମ୍ଭେମାନେ କାହାରି ବିଗ୍ଭର କର ନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ୟ ବିଗ୍ଭର କରାଯିବ ନାହିଁ। କୌଣସି ବ୍ୟକ୍ତିକୁ ଦୋଷୀ କର ନାହିଁ, ତେବେ ତୁମ୍ଭେ ମଧ୍ୟ ଦୋଷୀ ବିବେଚିତ ହେବ ନାହିଁ। ଅନ୍ୟକୁ କ୍ଷମା କରିଦିଅ, ତେବେ ତୁମ୍ଭେମାନଙ୍କୁ ମଧ୍ୟ କ୍ଷମା କରି ଦିଆଯିବ।


ହେ ସଦାପ୍ରଭୁ, ଯଦି କେହି ତୁମ୍ଭକୁ ପ୍ରକୃତରେ ଭଲ ପାଏ, ତୁମ୍ଭେ ନିଶ୍ଚୟ ତାକୁ ଭଲ ପାଇବ। ଯଦି ଜଣେ ବ୍ୟକ୍ତି ତୁମ୍ଭ ପ୍ରତି ନିର୍ମଳ ଅନୁରକ୍ତି ପ୍ରକାଶ କରେ, ତୁମ୍ଭେ ମଧ୍ୟ ତାକୁ ସେହିପରି ପ୍ରତିଦାନ ଦେଇଥାଅ।


ତୁମ୍ଭ ପରି ପରମେଶ୍ୱର ଆଉ ସେଠାରେ କେହି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ୟ କ୍ଷମା ଦିଅ। ତୁମ୍ଭେ ସର୍ବଦା କ୍ରୋଧିତ ହେବ ନାହିଁ କାରଣ ତୁମ୍ଭେ ସ୍ନେହ ଗ୍ଭହଁ।


ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।


ଯଦି କେହି ଦର୍ପ କରିବ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ। ଆମ୍ଭେ ସଦାପ୍ରଭୁଙ୍କ ଜଗତରେ ସ୍ନେହ, କରୁଣା ବିଗ୍ଭର ଓ ଧର୍ମସାଧନ କରୁ, କାରଣ ସଦାପ୍ରଭୁ କହନ୍ତି ଏସବୁରେ ଆମ୍ଭର ସନ୍ତୋଷ ଥାଏ।”


ଏହା ପରେ ଅଦୋନୀବେଷକ୍ ସେମାନଙ୍କୁ କହିଲା, “ହସ୍ତପାଦର ଛିନ୍ନା ଅଙ୍ଗୁଳି ସତୁରି ଜଣ ରାଜା ଆମ୍ଭ ମେଜ ତଳେ ନିଜର ଆହାର ସାଉଣ୍ଟୁ ଥିଲେ। ମୁଁ ଯେପରି କରିଥିଲି ପରମେଶ୍ୱର ମୋତେ ସେହିପରି ଦେଲେ।” ଏହା ପରେ ଯିହୁଦାର ଲୋକମାନେ ଅଦୋନୀବେଷ‌କ୍‌କୁ ଯିରୁଶାଲମକୁ ଆଣିଲେ ଓ ସେ ସେଠାରେ ମୃତ୍ୟୁବରଣ କଲା।


“ତେବେ ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ। କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହୋଇ ବଞ୍ଚେ, ସେଥିରେ ଆମ୍ଭେ ସନ୍ତୋଷ ଲାଭ କରୁ। ତେଣୁ ତୁମ୍ଭେମାନେ ନିଜ ନିଜ କୁପଥରୁ ଫେର ଓ ମୋର ନିକଟବର୍ତ୍ତୀ ହୁଅ। ହେ ଇସ୍ରାଏଲ ବଂଶ ତୁମ୍ଭେ କାହିଁକି ମରିବ?’


ସେମାନଙ୍କ ମଧ୍ୟରେ କଥାବାର୍ତ୍ତା ହେଲେ, “ଆମ୍ଭେମାନେ ଆମ୍ଭର ସାନ ଭାଇ ଯୋଷେଫକୁ ହତ୍ୟା କରିଥିବାରୁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ। ଆମ୍ଭେମାନେ ଦେଖିଥିଲୁ ସେ କି କଷ୍ଟ ପାଉଥିଲା। ତାକୁ ରକ୍ଷା କରିବାକୁ ସେ କେତେ ଅନୁରୋଧ କରିଥିଲା। କିନ୍ତୁ ଆମ୍ଭେ ତା’ ପ୍ରତି କର୍ଣ୍ଣପାତ କରି ନ ଥିଲୁ। ତେଣୁ ବର୍ତ୍ତମାନ ଆମ୍ଭେ ବିପଦରେ ପଡ଼ିଅଛୁ।”


ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି।


“କିନ୍ତୁ ଅବ୍ରହାମ କହିଲେ, ‘ପୁଅ, ତୁ ଯେତେବେଳେ ବଞ୍ଚିଥିଲୁ, ସେତେବେଳେ କଥା ଟିକିଏ ମନେ ପକା। ତୁ ଜୀବନରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମରେ ଅଛି ଓ ତୁ ଯନ୍ତ୍ରଣା ଭୋଗୁଛୁ।


ଦ୍ରାକ୍ଷାଗଛରେ ଡାଳ ଶୁଷ୍କ ହେଲେ ଭଙ୍ଗାଯିବ। ସ୍ତ୍ରୀଲୋକମାନେ ତାକୁ ଜାଳେଣି ରୂପେ ବ୍ୟବହାର କରିବେ। କାରଣ ଲୋକମାନେ ବୁଦ୍ଧିହୀନ। ପରମେଶ୍ୱର ଯେ କି ତାଙ୍କର ସୃଷ୍ଟିକର୍ତ୍ତା ସେମାନଙ୍କ ପ୍ରତି ଦୟା କରିବେ ନାହିଁ। ତାଙ୍କୁ ଗଢ଼ିଲେ ମଧ୍ୟ ତାଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ବର୍ତ୍ତମାନ ମୋର କଥା ଶୁଣ, ତୁମ୍ଭେମାନେ ତୁମ୍ଭମାନଙ୍କର ଯେଉଁ ଭ୍ରାତା ଓ ଭଗ୍ନୀମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ପଠାଇ ଦିଅ। ଏହିପରି କର, କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ବିରୁଦ୍ଧରେ ଭୟଙ୍କର କ୍ରୋଧ କରିଛନ୍ତି।”


ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ, ପୁଣି ଯେ ଧନିକି ଦାନ କରେ, ତାହାକୁ କେବଳ ଅଭାବ ଘଟିବ।


କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।


ତାହାର ପାଦତଳେ ନଇଁ ପଡ଼ିଲା, ପାଦତଳେ ସେ ଲୋଟି ପଡ଼ିଲା, ପାଦତଳେ ସେ ଶୋଇ ପଡ଼ିଲା। ଯେଉଁଠାରେ ସେ ଶୋଇ ପଡ଼ିଲା ସେହିଠାରେ ସେ ମଲା।


Swiv nou:

Piblisite


Piblisite