ଯାକୁବଙ୍କ ପତ୍ର 2:21 - ପବିତ୍ର ବାଇବଲ21 ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ୱାରା ପରମେଶ୍ୱରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବେଦୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ୱରଙ୍କଠାରେ ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହୋଇ ନ ଥିଲେ? Gade chapit laଓଡିଆ ବାଇବେଲ21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ ? Gade chapit laପବିତ୍ର ବାଇବଲ (CL) NT (BSI)21 ଆମ ପିତୃପୁରୁଷ ଅବ୍ରାହାମ, ଈଶ୍ୱରଙ୍କ ଦୃଷ୍ଟିରେ କିପରି ଧାର୍ମିକ ବିବେଚିତ ହୋଇଥିଲେ? ସେ କର୍ମ ଦ୍ୱାରା ଧାର୍ମିକ ବିବେଚିତ ହେଲେ, ଯେତେବେଳେ ସେ ତାଙ୍କ ପୁତ୍ର ଇସାହାକଙ୍କୁ ବେଦି ଉପରେ ଉତ୍ସର୍ଗ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ? Gade chapit la |
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।
ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ।