ଯାକୁବଙ୍କ ପତ୍ର 2:5 - ପବିତ୍ର ବାଇବଲ5 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ୱର ବିଶ୍ୱାସରେ ଧନୀ ହେବା ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ସେ ଯେଉଁ ରାଜ୍ୟ ଦେବା ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସେମାନଙ୍କୁ ବାଛିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ଵର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ଵାସରୂପ ଧନରେ ଧନୀ ହେବା ପାଇଁ, ପୁଣି ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି? Gade chapit laଓଡିଆ ବାଇବେଲ5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ? Gade chapit laପବିତ୍ର ବାଇବଲ (CL) NT (BSI)5 ପ୍ରିୟ ଭାଇମାନେ ଶୁଣ, ଈଶ୍ୱର କ’ଣ ଏ ଜଗତରେ ଦରିଦ୍ର ଲୋକଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବାକୁ ଏବଂ ତାହାଙ୍କର ଭକ୍ତମାନଙ୍କୁ ଯେଉଁ ରାଜ୍ୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ତାହାର ଅଧିକାରୀ ହେବାକୁ ମନୋନୀତ କରି ନାହାଁନ୍ତି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି? Gade chapit la |
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।