Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:6 - ପବିତ୍ର ବାଇବଲ

6 କିନ୍ତୁ ପରମେଶ୍ୱର ଆମ୍ଭକୁ ଦେଇଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁହେ: “ପରମେଶ୍ୱର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଉକ୍ତ ଅଛି, “ଈଶ୍ଵର ଅହଂକାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି”।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, "ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି'' ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ଈଶ୍ୱର ଯେଉଁ ଅନୁଗ୍ରହ ପ୍ରଦାନ କରନ୍ତି, ତାହା ଅଧିକ ଶକ୍ତିଶାଳୀ। ଶାସ୍ତ୍ରରେ ଲିଖିତ ଅଛି, “ଈଶ୍ୱର ଅହଂକାରୀମାନଙ୍କର ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”

Gade chapit la Kopi




ଯାକୁବଙ୍କ ପତ୍ର 4:6
34 Referans Kwoze  

ଯେଉଁ ଲୋକ ନିଜକୁ ଅନ୍ୟ ଲୋକଙ୍କ ଅପେକ୍ଷା ଉଚ୍ଚ କରିବ, ତାକୁ ନତ କରାଯିବ। ଯେଉଁ ଲୋକ ନିଜକୁ ନତ କରିବ, ତାକୁ ମହାନ କରାଯିବ।


ସଦାପ୍ରଭୁ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି। ଏବଂ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।


ଯୁବକଗଣ, ତୁମ୍ଭମାନଙ୍କୁ ମୋର କିଛି କଥା ମଧ୍ୟ କହିବାକୁ ଅଛି। ତୁମ୍ଭେ ବୟୋଜ୍ୟେଷ୍ଠମାନଙ୍କ କଥା ମାନିବା ଉଚିତ୍। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ୍। “ପରମେଶ୍ୱର ଗର୍ବୀ ଲୋକଙ୍କ ବିରୁଦ୍ଧରେ ଉଠନ୍ତି, କିନ୍ତୁ ବିନମ୍ର ଲୋକଙ୍କୁ ଅନୁଗ୍ରହ କରନ୍ତି।”


ଗର୍ବିତ ମନୁଷ୍ୟର ମନ ବିନାଶ ସମ୍ମୁଖରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି। କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି। କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି ଗର୍ବୀ ଲୋକମାନେ କ’ଣ କରୁଛନ୍ତି।


ଯଦି ଜଣେ ଲୋକ ଗର୍ବୀ ତେବେ ତାହା ତାକୁ ଧ୍ୱଂସ କରିବ। ଯଦି ଜଣେ ଲୋକ ବିନମ୍ର, ତେବେ ସମ୍ମାନ ପାଇବ।


ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।


ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।”


ସେତେବେଳେ ଲୋକମାନେ ଗର୍ବିତ ହେବାରୁ ନିବୃତ୍ତ ହେବେ। ସେହି ଗର୍ବିତ ମାନବ ନମ୍ର ହେବେ ଏବଂ କେବଳ ସେହି ଦିନରେ ସଦାପ୍ରଭୁ ଉଚ୍ଚରେ ରହିବେ।


ପରମେଶ୍ୱର ଗର୍ବୀ ଲୋକକୁ ଲଜ୍ଜିତ କରାନ୍ତି। କିନ୍ତୁ ନମ୍ର ଲୋକକୁ ସାହାଯ୍ୟ କରନ୍ତି।


ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”


ଏଣୁ ମୁଁ ନବୂଖ‌ଦ୍‌ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିୟା ସତ୍ୟ ଓ ତାଙ୍କର ପଥ ସବୁ ନ୍ୟାର୍ଯ୍ୟ। ଆଉ ସେ ଗର୍ବୀମାନଙ୍କୁ ନମ୍ର କରନ୍ତି।


କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ୱର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ। ଆଉ ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।


ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।


ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।


ତାଙ୍କ ଉପରକୁ ଯେତେବେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ୱରଙ୍କଠାରୁ ସାହାଯ୍ୟ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ନମ୍ର କଲେ।


ନିଜ ବୃଥାଗର୍ବ ବନ୍ଦ କର। ଅହଂକାର ଭାବରେ କହିବା ବନ୍ଦ କର। ସଦାପ୍ରଭୁ ପରମେଶ୍ୱର ସର୍ବଜ୍ଞ ଅଟନ୍ତି ଏବଂ ସେ ଲୋକମାନଙ୍କୁ ସେମାନଙ୍କର କର୍ମ ଅନୁଯାୟୀ ବିଗ୍ଭର କରନ୍ତି।


ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନ ବିଷୟରେ ଓ ଏଠାରେ ବାସ କରୁଥିବା ଲୋକମାନଙ୍କ ବିଷୟରେ ପରମେଶ୍ୱରଙ୍କର ବାର୍ତ୍ତା ଶୁଣିଲ, ତୁମ୍ଭେମାନେ ଦୁଃଖ କଲ, ପରମେଶ୍ୱରଙ୍କ ଆଗରେ ନିଜକୁ ନମ୍ର କଲ ଏବଂ ଦୁଃଖରେ ନିଜର ବସ୍ତ୍ରକୁ ଚିରି ପକାଇଲ। ଆମ୍ଭେ ତାହା ଦେଖିଲୁ, ସଦାପ୍ରଭୁ କହନ୍ତି।


କିନ୍ତୁ ହିଜକିୟ ଓ ଯିରୁଶାଲମରେ ବାସ କରୁଥିବା ଲୋକମାନେ ସେମାନଙ୍କର ହୃଦୟ ଓ ଜୀବନକୁ ପରିବର୍ତ୍ତିତ କଲେ। ସେମାନେ ନିଜକୁ ନମ୍ର କଲେ ଓ ଆଉ ଗର୍ବ କଲେ ନାହିଁ। ତେଣୁ ହିଜକିୟ ଜୀବିତ ଥିବା ପର୍ଯ୍ୟନ୍ତ ସଦାପ୍ରଭୁ ସେମାନଙ୍କ ଉପରେ କ୍ରୋଧ କଲେ ନାହିଁ।


ଯାହା ପାଖରେ କିଛି ହେଲେ ବୁଝିବା ଶକ୍ତି ଅଛି, ତାକୁ ଆହୁରି ଅଧିକ ଦିଆଯିବ ଏବଂ ସେ ଆବଶ୍ୟକତାଠାରୁ ଅଧିକ ପାଇବ। କିନ୍ତୁ ଯାହା ପାଖରେ ବିଶେଷ ବୁଝିବା-ଶକ୍ତି ନାହିଁ, ସେ ତା'ପାଖରେ ଥିବା ସେହି ଟିକେ ବୁଝିବାଶକ୍ତି ମଧ୍ୟ ହରେଇ ବସିବ।


ଆମୋନ୍ ତାଙ୍କର ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖରେ ନିଜକୁ ନମ୍ର କଲେ ନାହିଁ। କିନ୍ତୁ ଆମୋନ୍ ଆହୁରି ଅଧିକରୁ ଅଧିକ ପାପ କଲେ।


ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦେବତାଗଣଠାରୁ ମହାନ୍। ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ୱର କ’ଣ କଲେ!”


“ଆମ୍ଭେ ଅଳ୍ପକ୍ଷଣ ପାଇଁ ତୁମ୍ଭକୁ ପରିତ୍ୟାଗ କରିଅଛୁ, ମାତ୍ର ମହାକରୁଣାରେ ତୁମ୍ଭକୁ ପୁନର୍ବାର ସଂଗ୍ରହ କରିବା।


ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା ଲୋକମାନଙ୍କୁ ମନେ ରଖନ୍ତି। ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।


ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ୱର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା ‘ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପୁସ୍ତକରେ’ ଲେଖାଯାଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସେହି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶେରା ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସେହିସବୁ “ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପୁସ୍ତକରେ” ଲେଖାଯାଇଅଛି।


ପ୍ରଭୁଙ୍କ ଆଗରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।


Swiv nou:

Piblisite


Piblisite