Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:12 - ପବିତ୍ର ବାଇବଲ

12 ମୋ’ ଭାଇ ଓ ଭଉଣୀମାନେ! ମନେରଖ ଯେକୌଣସି ପ୍ରତିଜ୍ଞା କଲାବେଳେ ଶପଥ କର ନାହିଁ। ଏହା ଅତି ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭର କଥାକୁ ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ ସ୍ୱର୍ଗ, ପୃଥିବୀ ବା ଅନ୍ୟ କିଛିର ନାମ ନିଅ ନାହିଁ। “ତୁମ୍ଭର ହଁ କଥା ହଁ ହେଉ, ଏବଂ ନା କଥା ନା ହେଉ। ଏପରି କଲେ ତୁମ୍ଭେ ଦୋଷୀ ସାବ୍ୟସ୍ତ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ଵର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ତନୀୟ ନ ହୁଅ।

Gade chapit la Kopi

ଓଡିଆ ବାଇବେଲ

12 ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ହେ ଭାଇମାନେ, ପ୍ରତିଜ୍ଞା କଲାବେଳେ ଗଣ ନିୟମ ପାକାଅ ନାହିଁ। ସ୍ୱର୍ଗ କି ମର୍ତ୍ତ୍ୟ କି ଅନ୍ୟ କୌଣସି ବିଷୟ ଦେଇ ଗଣ ପକାଅ ନାହିଁ। ତୁମ “ହିଁ”ର ଅର୍ଥ “ହଁ” ହେଉ, “ନାହିଁ”ର ଅର୍ଥ “ନାହିଁ” ହେଉ। ତାହାହେଲେ, ତୁମେ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।

Gade chapit la Kopi




ଯାକୁବଙ୍କ ପତ୍ର 5:12
9 Referans Kwoze  

ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର।


ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।


ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲରେଥିବ। ତୁମ୍ଭର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।


ମୋ’ ଭାଇ ଓ ଭଉଣୀମାନେ! ଏହି ବିଷୟରେ କୌଣସି ପ୍ରକାର ମୂର୍ଖାମୀରେ ପଡ଼ ନାହିଁ।


ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବାରେ ବେଶି ଇଚ୍ଛୁକ ହୁଅ। ସହଜରେ ରାଗି ଯାଅ ନାହିଁ।


Swiv nou:

Piblisite


Piblisite