Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:13 - ପବିତ୍ର ବାଇବଲ

13 ଯଦି କେହି ସଙ୍କଟରେ ପଡ଼ିଛି, ତା'ହେଲେ ସେ ପ୍ରାର୍ଥନା କରୁ। ଯଦି କେହି ଖୁସୀ ଅଛି, ତା'ହେଲେ ସେ ଗୀତ ଗାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ଗୀତ ଗାନ କରୁ।

Gade chapit la Kopi

ଓଡିଆ ବାଇବେଲ

13 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ଦୁଃଖଭୋଗ କରୁଅଛି ? ସେ ପ୍ରାର୍ଥନା କରୁ । କେହି କ'ଣ ଆନନ୍ଦିତ ଅଟେ ? ସେ ଗୀତ ଗାନ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତୁମ୍ଭମାନଙ୍କ ମଧ୍ୟରୁ କେହି କ’ଣ ଦୁର୍ଦ୍ଦଶାଗ୍ରସ୍ତ? ସେ ପ୍ରାର୍ଥନା କରୁ। କେହି କ’ଣ ଉଲ୍ଲସିତ? ସେ ସ୍ତୁତିପ୍ରଶଂସା ଗାନ କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।

Gade chapit la Kopi




ଯାକୁବଙ୍କ ପତ୍ର 5:13
34 Referans Kwoze  

ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।”


ସ୍ତୁତି, ଭଜନ, ଆଧ୍ୟାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁମ୍ଭେମାନେ ଆପଣାର ସମ୍ପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ।


ଯୂନସ କହିଲେ, “ମୁଁ ଅତି ଦୁଃଖରେ ଥିଲି। ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ଭିକ୍ଷା ପାଇଁ ଡାକିଲି ଏବଂ ସେ ମୋତେ ଉତ୍ତର ଦେଲେ। ମୁଁ କବରର ବହୁ ଗଭୀରତମ ସ୍ଥାନରେ ଥାଇ ସଦାପ୍ରଭୁଙ୍କୁ ଡାକିଲି ଏବଂ ପ୍ରଭୁ ମୋର ସ୍ୱର ଶୁଣିଲେ।


ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ।


“ମୁଁ ଜୀବନର ସବୁ ଆଶା ଛାଡ଼ିଥିଲି କିନ୍ତୁ ତା'ପରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିରରୁ ମୋର ପ୍ରାର୍ଥନା ଶୁଣିଲ।


“ଆସ, ସଦାପ୍ରଭୁଙ୍କ ପାଖକୁ ଫେରିଯିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ୟ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତରେ ପଟି ବାନ୍ଧି ଦେବେ।


ଏହି ଲୋକମାନେ ସିଂହାସନ ସମ୍ମୁଖରେ ଗ୍ଭରି ଜଣ ଜୀବନ୍ତ ପଶୁଙ୍କ ସମ୍ମୁଖରେ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କେବଳ 144,000 ଜଣ ଲୋକମାନଙ୍କ ଛଡ଼ା କେହିହେଲେ ଏହି ଗୀତ ଶିଖି ପାରିଲେ ନାହିଁ।


ଯୀଶୁ ମର୍ମାନ୍ତକ ପୀଡ଼ାରେ ବୁଡ଼ି ରହି ଆହୁରି ଦୃଢ଼ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁରେ ପଡ଼ିଲା।


ଏହା ପରେ ସେମାନେ ନିସ୍ତାରପର୍ବର ପ୍ରାର୍ଥନା ଗୀତ ବୋଲିଲେ ଓ ଜୀତପର୍ବତକୁ ଗ୍ଭଲିଗଲେ।


ସେମାନେ ଦ୍ରାକ୍ଷାରସ ପାନ କରୁଥିବା ବେଳେ ସୁନା, ରୂପା, ପିତ୍ତଳ, ଲୁହା, କାଠ ଓ ପ୍ରସ୍ତର ନିର୍ମିତ ମୂର୍ତ୍ତିରୂପକ ଦେବଗଣର ପ୍ରଶଂସା କଲେ।


ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି। ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।


ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା। ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା। ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।


ସେମାନେ ଉଚ୍ଚ ସ୍ୱରରେ ପାଟିକରି କହୁଥିଲେ, “ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ୱର ଓ ମେଷଶାବକଙ୍କର।”


ତା'ହେଲେ, ଭାଇ ଓ ଭଉଣୀମାନେ, ତୁମ୍ଭେ କ’ଣ କରିବା ଉଚିତ୍? ତୁମ୍ଭେ ଯେତେବେଳେ ଏକାଠି ହେଉଛି, ତୁମ୍ଭମାନଙ୍କ ମଧ୍ୟରେ କେହି ଗୀତ ବା ଶିକ୍ଷା ବା ପରମେଶ୍ୱରଙ୍କ ନୂତନ ସତ୍ୟ, ଅନ୍ୟଭାଷା ବା ଭାଷାର ଅର୍ଥ କହିଥାଏ। ସମସ୍ତ ବିଷୟ ମଣ୍ଡଳୀର ନିଷ୍ଠା ନିମନ୍ତେ କରାଯାଉ।


ତା'ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।”


ଅନ୍ୟ ଗୋଷ୍ଠୀର ଲୋକମାନେ ସେମାନଙ୍କର ନିଜର ଦେବତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭେମାନେ ଚିରକାଳ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହେବା।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। ତାଙ୍କର ପ୍ରଗ୍ଭରିତ କର। ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।


ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।


ସେହି ଯନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି। ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି, ସେ ଆପଣା ମନ୍ଦିରରେ ଥାଇ ମୋ’ ଡାକ ଶୁଣିଲେ। ସେ ମୋର ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।


ସେହି ଲୋକ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବ ଓ ପରମେଶ୍ୱର ମଧ୍ୟ ତା’ ପ୍ରତି ପ୍ରସନ୍ନ ହେବେ। ତା'ପରେ ସେ ପରମେଶ୍ୱରଙ୍କର ମୁଖ ଦେଖିବ ଓ ଆନନ୍ଦରେ ଚିତ୍କାର କରି ଉଠିବ, ଯେତେବେଳେ ସେ ମନୁଷ୍ୟଙ୍କୁ ତା'ର ଯଥାର୍ଥ ଅବସ୍ଥା ଫେରାଇ ଦେବେ।


ପରମେଶ୍ୱରଙ୍କ ନିକଟରେ ଗାୟନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସା ଗାନ କର, ସମସ୍ତଙ୍କୁ ତାଙ୍କର ମହତ୍ କାର୍ଯ୍ୟସକଳ ଜଣାଅ।


ଆମ୍ଭର ଦାସମାନେ ଆନନ୍ଦରେ ଗାନ କରିବେ କାରଣ ସେମାନଙ୍କ ହୃଦୟ ସୁଖରେ ପରିପୂର୍ଣ୍ଣ। ମାତ୍ର ତୁମ୍ଭେ ମନ୍ଦାଗ୍ଭରୀଗଣ ହୃଦୟର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ୟ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।


ତାହାହେଲେ ମୋର କ’ଣ କରିବା ଉଚିତ୍? ମୁଁ ମୋହର ଆତ୍ମା ଦ୍ୱାରା ପ୍ରାର୍ଥନା କରିବି ଓ ବୁଦ୍ଧିଦ୍ୱାରା ମଧ୍ୟ ପ୍ରାର୍ଥନା କରିବି। ପୁଣି ଆତ୍ମାଦ୍ୱାରା ସ୍ତୁତିଗାନ କରିବି ଓ ବୁଦ୍ଧିସହ ମଧ୍ୟ ସ୍ତୁତିଗାନ କରିବି।


ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସେମାନେ ଅନେକ ଯାତନା ସହି ଥିଲେ ହେଁ ଧୈର୍ଯ୍ୟବାନ ଥିଲେ।


Swiv nou:

Piblisite


Piblisite