Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:14 - ପବିତ୍ର ବାଇବଲ

14 ଯଦି ତୁମ୍ଭ ମଧ୍ୟରୁ କେହି ଜଣେ ଅସୁସ୍ଥ ଅଛି, ତେବେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡାକିବା ଦରକାର। ସେମାନେ ପ୍ରଭୁଙ୍କ ନାମରେ ତାହାଙ୍କୁ ତେଲ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ତଳୀର ପ୍ରାଚୀନମାନଙ୍କୁ ଡକାଉ; ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

14 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ପୀଡ଼ିତ ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କେହି କ’ଣ ପୀଡ଼ି? ସେ ମଣ୍ଡଳୀର ନେତାମାନଙ୍କୁ ଡକାଉ; ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତା’ ନିମନ୍ତେ ପ୍ରାର୍ଥନା କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।

Gade chapit la Kopi




ଯାକୁବଙ୍କ ପତ୍ର 5:14
11 Referans Kwoze  

ସେମାନେ ଲୋକଙ୍କ ଦେହରୁ ଅନେକ ଭୂତଙ୍କୁ ତଡ଼ିଦେଲେ। ସେମାନେ ଅନେକ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରିଦେଲେ।


ସେହି ସମୟରେ ପୁବ୍ଳିୟଙ୍କ ପିତା ଜ୍ୱର ଓ ଝାଡ଼ାରେ ଶଯ୍ୟାଶାୟୀ ଥିଲେ। ପାଉଲ ତାହାଙ୍କ ପାଖକୁ ଯାଇ ପ୍ରାର୍ଥନା କଲେ। ପ୍ରାର୍ଥନା ପରେ ସେ ତାହାଙ୍କ ଉପରେ ହାତ ରଖି ତାହାଙ୍କୁ ସୁସ୍ଥ କରିଦେଲେ।


ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”


ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଗ୍ଭଲିଗଲେ। ସେ କହିଲେ “ମୁଁ ଭାବିଥିଲି ସେ ବାହାରି ଆସି ଥା’ନ୍ତା ଏବଂ ତାଙ୍କ ସଦାପ୍ରଭୁଙ୍କ ନାମରେ ଡାକି ଥା’ନ୍ତା ଏବଂ ସଂକ୍ରମିତ ଚର୍ମ ଉପରେ ତାଙ୍କ ହାତ ରଖି ମୋତେ ଆରୋଗ୍ୟ କରିଥା’ନ୍ତା।


ମୁଁ ତୁମ୍ଭକୁ କ୍ରୀତୀଠାରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସେଠାରେ ତୁମ୍ଭକୁ ଏଥିପାଇଁ ମଧ୍ୟ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରତ୍ୟେକ ନଗରରେ ପ୍ରାଚୀନ ହେବା ଲୋକମାନଙ୍କୁ ବାଛି ପାରିବ।


ପାଉଲ, ବର୍ଣ୍ଣ‌ବ୍‌‌ବା ଓ ଅନ୍ୟମାନେ ଯିରୁଶାଲମରେ ପହଞ୍ଚିଲେ। ପ୍ରେରିତ, ପ୍ରାଚୀନ ଓ ଅନ୍ୟ ବିଶ୍ୱାସୀମାନେ ସେଠାରେ ସେମାନଙ୍କୁ ସ୍ୱାଗତ କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାସବୁ କରିଥିଲେ, ସେ ସବୁକଥା ସେମାନେ କହିଲେ।


ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ପାଇଁ ପ୍ରତି ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତି ଦେଲେ। ସେମାନେ ଏହି ପ୍ରାଚୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚୀନମାନେ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କୁ ପ୍ରଭୁଙ୍କ ପାଖରେ ସମର୍ପଣ କଲେ।


ପିତର କୋଠରି ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା'ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, “ଟାବୀଥା, ଉଠ।” ସେ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।


ତତ୍ପରେ ଇଲୀଶାୟ ଗୃହର ଦ୍ୱାର ବନ୍ଦ କଲେ ଓ ଏକୁଟିଆ ବାଳକ ସହିତ ସେ ଘର ମଧ୍ୟରେ ରହିଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।


ତା'ପରେ ଏଲିୟ ବାଳକ ଉପରେ ତିନିଥର ନିଜକୁ ଲମ୍ବାଇ ଦେଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ମୋର ପରମେଶ୍ୱର, ଏହି ମୃତ ଶରୀରକୁ ଜୀବନ ପ୍ରଦାନ କର।”


ସେମାନେ ସବୁ ପଇସା ଏକାଠି କରି ଶାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କୁ ଦେଲେ। ଶାଉଲ ଓ ବର୍ଣ୍ଣ‌ବ୍‌‌ବା ତାହା ଆଣି ଯିହୂଦାର ପ୍ରାଚୀନ ବ୍ୟକ୍ତିମାନଙ୍କ ହାତରେ ଅର୍ପଣ କଲେ।


Swiv nou:

Piblisite


Piblisite