ଯାକୁବଙ୍କ ପତ୍ର 5:16 - ପବିତ୍ର ବାଇବଲ16 ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ଵୀକାର କର, ପୁଣି ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ। Gade chapit laଓଡିଆ ବାଇବେଲ16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ । Gade chapit laପବିତ୍ର ବାଇବଲ (CL) NT (BSI)16 ପରସ୍ପର ନିକଟରେ ନିଜ ନିଜ ପାପ ସ୍ୱୀକାର କର ଏବଂ ପରସ୍ପର ନିମନ୍ତେ ପ୍ରାର୍ଥନା କର। ତାହାହେଲେ, ତୁମେ ଆରୋଗ୍ୟ ଲାଭ କରିବ। ଧାର୍ମିକର ପ୍ରାର୍ଥନା, ଶକ୍ତିଶାଳୀ ଓ ଫଳପ୍ରଦ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ। Gade chapit la |
ତେଣୁ ବର୍ତ୍ତମାନ ଇଲୀଫସ୍ ସାତୋଟି ଷଣ୍ଢ ଓ ସାତୋଟି ମେଣ୍ଢା ନେଇ ମୋ’ ଭୃତ୍ୟ ଆୟୁବ ପାଖକୁ ଯାଅ। ତାହା ବଧ କରି ନିଜ ପାଇଁ ହୋମବଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦେବା। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦେବା ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ବୋଧ। ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ୟ ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି।”
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;