Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 19:3 - ପବିତ୍ର ବାଇବଲ

3 ଏହା ପରେ ତା'ର ସ୍ୱାମୀ ତା’ ପାଖକୁ ଦେଖିବାକୁ ଗଲେ ଓ ତାକୁ ନମ୍ରତାରେ କହିଲେ କାଳେ ସେ ତାଙ୍କ ସହିତ ଫେରି ଆସିବ। ସେ ତାଙ୍କର ଗୋଟିଏ ଯୋଡ଼ା ଗଧ ଓ ତାଙ୍କର ଦାସ ସହିତ ସେଠି ପହଞ୍ଚିଲେ। ସେହି ଲେବୀୟ ଲୋକଟିକୁ ଦେଖି ସେହି ସ୍ତ୍ରୀଲୋକ ଜଣକର ପିତା ବହୁତ ଖୁସୀ ହୋଇଗଲେ ଓ ତାଙ୍କୁ ପାଛୋଟି ନେବା ପାଇଁ ବାହାରକୁ ବାହାରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏ ଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।

Gade chapit la Kopi

ଓଡିଆ ବାଇବେଲ

3 ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକୁ ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।

Gade chapit la Kopi




ବିଚାରକର୍ତ୍ତା 19:3
16 Referans Kwoze  

ତେଣୁ ଭୟ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ସନ୍ତାନମାନଙ୍କର ଯତ୍ନ ନେବି।” ଏହି ପ୍ରକାରରେ ଯୋଷେଫ ତାଙ୍କର ଭାଇମାନଙ୍କୁ ମଧୁର ବଚନରେ ତୋଷିଲେ। ଏହିପରି କଥାରେ ସେ ତାଙ୍କର ଭାଇମାନଙ୍କୁ ସାନ୍ତ୍ୱନା ଦେଲେ।


ଏହା ପରେ ଶିଖିମ ଦୀଣାର ପ୍ରେମରେ ପଡ଼ିଗଲା ଓ ତାକୁ ବିବାହ ହେବାକୁ ଗ୍ଭହିଁଲା।


ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ।


ସେ ସ୍ତ୍ରୀଲୋକଟି ଉତ୍ତର ଦେଲା, “ନା, ପ୍ରଭୁ ସେମାନଙ୍କ ମଧ୍ୟରୁ କେହି ମୋତେ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।” ତା'ପରେ ଯୀଶୁ କହିଲେ, “ତେଣୁ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କରୁ ନାହିଁ। ତୁମ୍ଭେ ବର୍ତ୍ତମାନ ଯାଇପାର, କିନ୍ତୁ କେବେ ଆଉ ପାପ କରିବ ନାହିଁ।”


କିନ୍ତୁ ତାଙ୍କର ଭାବୀପତି ଯୋଷେଫ ଜଣେ ଧାର୍ମିକ ଲୋକ ଥିଲେ। ଲୋକମାନଙ୍କ ଆଗରେ ମରିୟମଙ୍କୁ ଅପମାନ କରିବା ସେ ଗ୍ଭହୁଁ ନ ଥିଲେ। ସେ ତାହାଙ୍କୁ ଛାଡ଼ପତ୍ର ଦେବା ପାଇଁ ଗୋପନରେ ଯୋଜନା କଲେ।


“ତେଣୁ ଆମ୍ଭେ ତାକୁ ପ୍ରେମବାଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନେଇ କୋମଳ କଥା କହିବା।


“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ। ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।” ଏହା ସଦାପ୍ରଭୁ କହନ୍ତି।


ଅମଳ ସମୟରେ ଶା‌ମ୍‌ଶୋନ୍ ଗୋଟିଏ ଯୁବା ଛେଳି ଉପହାର ଧରି ନିଜର ସ୍ତ୍ରୀକୁ ଦେଖିବାକୁ ଗଲେ ଏବଂ ସେ କହିଲେ, “ମୁଁ ମୋର ସ୍ତ୍ରୀକୁ ଦେଖିବାକୁ ଯାଇପାରେ କି?” କିନ୍ତୁ ସେଥିରେ ତା'ର ପିତା ଶା‌ମ୍‌ଶୋ‌ନ୍‌କୁ ଯିବାକୁ ଅନୁମତି ଦେଲେ ନାହିଁ।


ସେତେବେଳେ ବିଲିୟମ ଆପଣା ଦୁଇ ଦାସଙ୍କ ସହିତ ଗଧ ଉପରେ ଚଢ଼ି ଯାଉଥିଲେ। ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା। ଆଉ ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ।


“ଯଦି କୌଣସି ପୁରୁଷ ତା'ର ପ୍ରତିବାସୀର ଭାର୍ଯ୍ୟା ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ୟଭିଗ୍ଭର ପାଇଁ ଅପରାଧୀ ଓ ଉଭୟେ ମୃତ୍ୟୁବରଣ କରିବା ଉଚିତ୍।


“ତୁମ୍ଭେ ହୃଦୟରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ୟାୟ କରେ ତେବେ ତାକୁ ଅନୁଯୋଗ କରିବ, ମାତ୍ର ତାକୁ କ୍ଷମା ଦେବ। ତା'ହେଲେ ତୁମ୍ଭେ ପାପର ଭାଗି ହେବ ନାହିଁ।


କିନ୍ତୁ ସେହି ସ୍ତ୍ରୀ ଜଣକ ତାଙ୍କ ସହିତ ତର୍କ କରି ତା'ର ପିତୃ ଗୃହକୁ ଗ୍ଭଲିଗଲା। ସେ ସେଠାରେ ଗ୍ଭରିମାସ ଧରି ରହିଲେ।


ସେହି ସ୍ତ୍ରୀଲୋକଟିର ପିତା ଲେବୀୟ ଲୋକଜଣଙ୍କୁ ତାଙ୍କ ଘରକୁ ପାଛୋଟି ନେଲେ। ଏବଂ ସେ ଦିନ ସେଠାରେ ରହିବା ପାଇଁ ତାଙ୍କୁ ନିମନ୍ତ୍ରଣ କଲେ। ତେଣୁ ସେହି ଲେବୀୟ ଲୋକଜଣକ ସେଠାରେ ତିନି ଦିନ ଧରି ରହିଲେ। ସେ ତାଙ୍କ ଶ୍ୱଶୁର ଘରେ ଖାଇପିଇ ଶୋଇ ରହିଲେ।


ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ୱାମୀ ରହୁଥିବା ଗୃହ ଦ୍ୱାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା।


ସଦାପ୍ରଭୁ ଏହା କୁହନ୍ତି, “ସେ ସମୟରେ ତୁମ୍ଭେ ଆମ୍ଭକୁ ‘ଆମ୍ଭ ସ୍ୱାମୀ’ ବୋଲି ଡାକିବ। ମାତ୍ର ତୁମ୍ଭେ ଆମ୍ଭକୁ ‘ଆମ୍ଭ ମୁନିବ’ ବୋଲି ଡାକିବ ନାହିଁ।


Swiv nou:

Piblisite


Piblisite