Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:5 - ପବିତ୍ର ବାଇବଲ

5 ଇସ୍ରାଏଲୀୟ କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ, ଏବଂ ଯିବୂଷୀୟ ସହିତ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।

Gade chapit la Kopi




ବିଚାରକର୍ତ୍ତା 3:5
16 Referans Kwoze  

ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁ‌ଗ୍‌ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।


ତୁମ୍ଭେ ତା'ଠାରେ ତା'ର ଅନ୍ତକରଣ ବିଶ୍ୱସ୍ତ ଦେଖିଲ, ଏବଂ ତୁମ୍ଭେ ତାହା ସହିତ ଗୋଟିଏ ଚୁକ୍ତି କଲ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ଯିବୂଷୀୟ ଓ ଗିର୍ଗାଶୀୟର ଭୂମି ଅବ୍ରହାମର ବଂଶଧରମାନଙ୍କୁ ଏହା ଦେବାକୁ ପ୍ରତିଜ୍ଞା କରିଥିଲ। ତୁମ୍ଭେ ତୁମ୍ଭର ପ୍ରତିଜ୍ଞା ରକ୍ଷା କରିଅଛ। କାରଣ ତୁମ୍ଭେ ଧର୍ମମୟ ଅଟ।


ଯର୍ଦ୍ଦନ ପଶ୍ଚିମ ପାରିସ୍ଥ ସମୁଦାୟ ରାଜଗଣ ଯେଉଁମାନେ ପର୍ବତ, ସମତଳଭୂମି ଓ ଭୂମଧ୍ୟସାଗରର ଉପକୂଳ ବର୍ତ୍ତୀ ଲିବାନୋ‌ନ୍‌ର ଦୂର ଅଞ୍ଚଳରେ ବାସ କରୁଥିଲେ, ଯେଉଁମାନେ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ରାଜଗଣ ବିଷୟରେ ଏହି କଥା ଶୁଣିଲେ।


“ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ ହିତ୍ତୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ।


ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ନେଇଯିବା।’


ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।


ଯାବୀନ୍ ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପିରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପି ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ବାର୍ତ୍ତା ପଠାଇଲେ।


ତୁମ୍ଭେମାନେ ସେମାନଙ୍କର କନ୍ୟାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ୟାଗଣ ସେମାନଙ୍କର ଦେବଗଣମାନଙ୍କର ଅନୁଗାମୀ ହୋଇଥିବେ। ସେମାନେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦେବତାମାନଙ୍କର ଅନୁଗାମୀ କରାଇ ପାରନ୍ତି।


ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି, ପର୍ବତମୟ ଦେଶରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି। ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”


ତା'ପରେ ଯିହୁଦାର ଲୋକମାନେ ଆକ୍ରମଣ କରିବାକୁ ଗଲେ। କିଣାନୀୟ ଓ ପିରିଷୀୟମାନଙ୍କୁ ସଦାପ୍ରଭୁ ଯିହୁଦାର ଲୋକମାନଙ୍କୁ ସମର୍ପଣ କଲେ। ଏବଂ ଯିହୁଦାର ଲୋକମାନେ 10,000 ଲୋକଙ୍କୁ ବେଷକରେ ହତ୍ୟା କଲେ।


ଯିହୁଦାର ଲୋକମାନେ ବେଷକର ଶାସକଙ୍କୁ ବେଷକ ସହରରେ ପାଇଲେ ଏବଂ ତାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ସେମାନେ କିଣାନୀୟ ଏବଂ ପିରିଷୀୟଙ୍କୁ ପରାସ୍ତ କଲେ।


ସେ ଦେଶରେ କେବଳ ଇସ୍ରାଏଲୀୟ ସନ୍ତାନ ନ ଥିଲେ। ଏପରିକି ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ।


Swiv nou:

Piblisite


Piblisite