Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 4:6 - ପବିତ୍ର ବାଇବଲ

6 ଦବୋରା ଏକ ଦୂତ ବାରକ ପାଖକୁ ପଠାଇଲେ। ସେ ତାଙ୍କୁ ଭେଟିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋୟମର ପୁତ୍ର ଥିଲେ। ବାରକ ନପ୍ତାଲି ସହରରେ କେଦଶରେ ବାସ କରୁଥିଲେ। ଦବୋରା ବାରକକୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, ‘ନପ୍ତାଲି ପରିବାରବର୍ଗ ଏବଂ ସବୂଲୂନର 10,000 ଲୋକଙ୍କୁ ଏକତ୍ରିତ କର ଓ ସେମାନଙ୍କୁ ତାବୋର ପର୍ବତକୁ ଆଗେଇ ନିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ୍-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?

Gade chapit la Kopi

ଓଡିଆ ବାଇବେଲ

6 ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?

Gade chapit la Kopi




ବିଚାରକର୍ତ୍ତା 4:6
21 Referans Kwoze  

ମୁଁ ଅଧିକ ଆଉ କ’ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି? ଗିଦିୟୋନ, ବାରାକ, ଶା‌ମ୍‌ଶୋନ୍, ଯିପ୍ତହ ଦାଉଦ, ଶାମୁୟେଲ, ଓ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ବିଷୟରେ କହିବା ପାଇଁ ମୋ’ ପାଖରେ ଅଧିକ ସମୟ ନାହିଁ,


ପ୍ରଭୁ ଆମ୍ଭକୁ ଏହି ଆଦେଶ ଦେଇଛନ୍ତି: ‘ମୁଁ ତୁମ୍ଭକୁ ଅନ୍ୟ ଜାତୀୟମାନଙ୍କ ପାଇଁ ଗୋଟିଏ ଆଲୋକ ସଦୃଶ କରିଅଛ। ଏହା ଦ୍ୱାରା ପୃଥିବୀର ଶେଷ ଭାଗ ପର୍ଯ୍ୟନ୍ତ ତୁମ୍ଭେମାନେ ପରିତ୍ରାଣ ଆଣି ପାରିବ।’”


ଏହା ପରେ ଗିଦିୟୋନ ସେବହ ଓ ସଲମୁନ୍ନକୁ କହିଲେ “ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ହତ୍ୟା କଲ ସେମାନେ କିପରି ଲୋକ ଥିଲେ?” ସେବହ ଓ ସଲମୁନ୍ନ ଉତ୍ତର ଦେଲେ, “ସେହି ଲୋକମାନେ ତୁମ୍ଭପରି ଥିଲେ। ସେମାନେ ପ୍ରତ୍ୟେକେ ରାଜକୁମାର ଥିଲେ।”


କେଦଶ, ଇଦ୍ରିୟୀ ଓ ଐନ ହା‌ତ୍‌ସୋର,


“ପୁରୋହୀତଗଣ, ଇସ୍ରାଏଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଦୋଷୀ ବୋଲି ବିଗ୍ଭରିତ ହୋଇଛ। “ତୁମ୍ଭେମାନେ ମି‌‌ସ୍‌‌ପା ପର୍ବତର ଯନ୍ତା ଓ ତାବୋର ପର୍ବତର ପାଦଦେଶରେ ବିଛାଯାଇଥିବା ଜାଲ ସଦୃଶ ଥିଲ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ଯିଏ କି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର। ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।


ଶାମୁୟେଲ କହିଲେ, “ତୁମ୍ଭେ ସେଠାରୁ ଆଗକୁ ଗଲେ ତାବୋରର ଅଲୋନବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥେ‌ଲ୍‌କୁ ପରମେଶ୍ୱରଙ୍କ ନିକଟକୁ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସେଠାରେ ଜଣେ ତିନୋଟି ଯୁବା ଛେଳି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ନେବ।


ଇସ୍ରାଏଲ ସନ୍ତାନଗଣ ଯେଉଁ ଦିନ ସୀଷରାକୁ ପରାସ୍ତ କଲେ। ସେହି ଦିନ ଦବୋରା ଓ ବାରକ୍ ଅବୀନୋୟମର ପୁତ୍ର ଏହି ସଙ୍ଗୀତ ଗାନ କଲେ।


ବାରକ୍ କେଦଶ ସହରର ସବୂଲୂନ୍ ପରିବାରବର୍ଗ ଓ ନପ୍ତାଲିର ଲୋକମାନଙ୍କୁ ଏକତ୍ରିତ କରିଥିଲେ। ଅତଏବ, ସେ 10,000 ସୈନ୍ୟ ଓ ଦବୋରା ତାଙ୍କ ସହିତ ସହାବସ୍ଥାନ କରିବା ହେଲେ।


ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତା'ର ତଳଭୂମି, ହମୋତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସେହି ତିନୋଟି ନଗର ଦେଲେ।


ଏହାର ଷଷ୍ଠାଂଶଟି ନପ୍ତାଲିର ପରିବାରବର୍ଗଙ୍କୁ ଦିଆଗଲା। ଏବଂ ସେହି ପରିବାରବର୍ଗର ପ୍ରତ୍ୟକ ଗୋଷ୍ଠୀ ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।


ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ଏସବୁର ସୀମା ତାଙ୍କର ତାବୋର ଶହ‌ତ୍‌ସୀସ୍ ଓ ବୈ‌ଥ୍‌ଶେମଶ ପର୍ଯ୍ୟନ୍ତ ଥିଲା। ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା। ଗ୍ରାମ ସମେତ ଏହି ଷୋହଳଟି ନଗର ସେମାନଙ୍କର ଅଧୀନରେ ଥିଲା।


ଗିଦିୟୋନ ମନଃଶି ପରିବାରବର୍ଗର ଲୋକମାନଙ୍କ ପାଖକୁ ଦୂତ ପଠାଇଲେ। ସେହି ଦୂତମାନେ ସେମାନଙ୍କୁ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାକୁ କହିଲେ। ଆଶେର, ସବୂଲୂନ ଏବଂ ନପ୍ତାଲି ପରିବାରବର୍ଗର ଲୋକମାନଙ୍କ ନିକଟକୁ ସେହି ବାର୍ତ୍ତା ପଠାଗଲା। ତେଣୁ ସେହିସବୁ ପରିବାରବର୍ଗମାନେ ମଧ୍ୟ ଗିଦିୟୋନ ଓ ତାଙ୍କର ଲୋକମାନଙ୍କ ସହିତ ଯୋଗଦେବାକୁ ଗଲେ।


“ସଦାପ୍ରଭୁ ତୁମ୍ଭମାନଙ୍କୁ ଯିରୁବ୍ବା‌‌‌ଲ୍‌‌‌କୁ, ବଦା‌‌ନ୍‌‌‌‌‌କୁ, ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ଚତୁର୍ଦ୍ଦିଗରେ ଥିବା ତୁମ୍ଭ ଶତ୍ରୁମାନଙ୍କ କବଳରୁ ତୁମ୍ଭମାନଙ୍କୁ ରକ୍ଷା କଲେ। ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।


ଏହାର ସୀମାରେ କେତେଗୁଡ଼ିଏ ଶକ୍ତିଶାଳୀ ନଗର ଥିଲା। ସେଗୁଡ଼ିକ ହେଲା ସବୀମ, ସେର, ହମ୍ମତ, ର‌କ୍‌କତ୍ ଓ କିନ୍ନେରତ୍।


ତୁମ୍ଭେ ପରାକ୍ରାନ୍ତ। ତୁମ୍ଭର ଶକ୍ତି ମହାନ। ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।


Swiv nou:

Piblisite


Piblisite