Biblia Todo Logo
Bib sou entènèt

- Piblisite -




ଯିରିମୀୟ 1:15 - ପବିତ୍ର ବାଇବଲ

15 ସଦାପ୍ରଭୁ ପୁଣି କହିଲେ, “ଏହା ହେବ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟ ସମୂହର ସମୁଦାୟ ଗୋଷ୍ଠୀକୁ ଡାକିବା।” “ତେଣୁ ସେମାନେ ଆସି ଯିରୁଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ନିଜ ନିଜ ସିଂହାସନ ସ୍ଥାପନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।

Gade chapit la Kopi

ଓଡିଆ ବାଇବେଲ

15 କାରଣ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।

Gade chapit la Kopi




ଯିରିମୀୟ 1:15
24 Referans Kwoze  

ସେମାନଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଦେଖ, ଆମ୍ଭେ ଆମ୍ଭର ଗ୍ଭକର ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆସିବା ପାଇଁ ଆଦେଶ ଦେଇଛୁ ଓ ଆମ୍ଭେ ଯେଉଁ ପ୍ରସ୍ତରକୁ ଲୁଗ୍ଭଇ ରଖିଅଛୁ, ତାହା ଉପରେ ଆପଣା ରାଜକୀୟ ଚନ୍ଦ୍ରାତାପ ବିସ୍ତାର କରିବ।


ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।


“ପୁଣି ଆମ୍ଭେ ସଦାପ୍ରଭୁ ଯିରୁଶାଲମକୁ ଢିପି ଓ ଶୃଗାଳମାନଙ୍କ ବାସସ୍ଥାନରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ୱଂସସ୍ଥାନ କରିବା।”


“ତୁମ୍ଭେମାନେ ନାନାଦେଶୀୟମାନଙ୍କୁ ଜଣାଅ, ଯିରୁଶାଲମ ବିରୁଦ୍ଧରେ ଘୋଷଣା କର। ଦୂର ଦେଶରୁ ଶତ୍ରୁମାନେ ଆସୁଛନ୍ତି। ସେମାନେ ଯିହୁଦାର ନଗରଗୁଡ଼ିକ ବିରୁଦ୍ଧରେ ରଣହୁଙ୍କାର ଛାଡ଼ୁଛନ୍ତି।


ତା'ପରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା: ନେର୍ଗଲଶରେତ୍ସର, ସ‌‌‌ମ୍‌‌‌ଗର-ନବୋ, ଶର୍ସଖୀମ, ରବସାରୀସ୍ ଓ ରବମା‌ଗ୍‌ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମଧ୍ୟମ ଦ୍ୱାରରେ ବସିଲେ।


ଯଦି ତୁମ୍ଭେ ଆପଣା କୋପ ଢାଳୁଅଛ, ତେବେ ଅନ୍ୟ ଦେଶୀୟମାନଙ୍କ ଉପରେ ଢାଳିଦିଅ। କାରଣ ସେମାନେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ। ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ସେମାନେ ଇସ୍ରାଏଲ ବଂଶକୁ ବିନାଶ କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଛନ୍ତି।


ପୁଣି ତୁମ୍ଭମାନଙ୍କର ସେହି ବିଶେଷ ଉପତ୍ୟକାରେ ସୈନ୍ୟମାନେ ଭେଟିବେ। ସେହି ଉପତ୍ୟକା ରଥରେ ପରିପୂର୍ଣ୍ଣ ହେବ। ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସଜ୍ଜିତ ହୋଇ ରହିବେ।


ଶତ୍ରୁମାନେ ସିୟୋନ ଓ ଯିହୁଦା ନଗର ସମୂହର ସ୍ତ୍ରୀଲୋକମାନଙ୍କୁ ଧର୍ଷଣ କଲେ।


ତେଣୁ ଆମ୍ଭେ ଆମ୍ଭର ପ୍ରଚଣ୍ଡ କ୍ରୋଧ ଓ କୋପ ପ୍ରକାଶ କଲୁ। ଯିହୁଦାର ନଗର ସମୂହ ଓ ଯିରୁଶାଲମର ସମସ୍ତ ପଥ ସେହି କ୍ରୋଧାଗ୍ନିରେ ପ୍ରଜ୍ୱଳିତ ହେଲା। ଆଉ ମୋର କ୍ରୋଧ ଯୋଗୁଁ ଯିରୁଶାଲମ ଓ ଯିହୁଦାର ନଗରସବୁ ଆଜି ଧ୍ୱଂସସ୍ତୁପରେ ପରିଣତ ହୋଇଅଛି।’


ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ପୁଣି ସେମାନଙ୍କୁ ଆମ୍ଭର ଆଜ୍ଞାରେ ଏହି ନଗରକୁ ଅଣାଇବା। ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହାକୁ ଅଧିକାର କରିବେ ଓ ତାହାକୁ ଅଗ୍ନିରେ ଦ‌ଗ୍‌ଧ କରିବେ। ପୁଣି ଆମ୍ଭେ ଯିହୁଦାର ସମସ୍ତ ନଗରକୁ ଜନଶୂନ୍ୟ କରି ଧ୍ୱଂସ ସ୍ତୁପରେ ପରିଣତ କରିବା।”


“ତୁମ୍ଭେମାନେ କହୁଅଛ, ‘ଏହି ସ୍ଥାନ ନରଶୂନ୍ୟ ଓ ପଶୁଶୂନ୍ୟ ହୋଇ ଏକ ଧ୍ୱଂସିତ ନଗର ହେବ।’ ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହେବ।


“ପୁଣି ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ତାହା ପାନ କରିବ।


ଏକ ମହାରବ ଶୁଣ। ସେହି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ୱଂସ କରିବ ଓ ତାହା ଏକ ପ୍ରାନ୍ତରରେ ପରିଣତ ହେବ। ଆଉ ସେଗୁଡ଼ିକ ଶୃଗାଳର ବାସସ୍ଥାନ ହେବ।


ଆଉ ମଧ୍ୟ ସଦାପ୍ରଭୁ ଏହିକଥା କହନ୍ତି, “ଦେଖ ଉତ୍ତର ଦିଗରୁ ଏକ ସୈନ୍ୟବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତେଜିତ ହେବେ।


ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା ସେ ଏକ ବଳବାନ୍ ଗୋଷ୍ଠୀ ଓ ପ୍ରାଚୀନ ଗୋଷ୍ଠୀ। ସେ ଗୋଷ୍ଠୀର ଭାଷା ତୁମ୍ଭେମାନେ ଜାଣ ନାହିଁ। ଆଉ ସେମାନଙ୍କର କଥା ତୁମ୍ଭେମାନେ ବୁଝିପାରିବ ନାହିଁ।


ସିୟୋନଆଡ଼େ ଧ୍ୱଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାୟନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।”


ହେ ଯିରୁଶାଲମ, ତୁମ୍ଭେମାନେ ଉତ୍ତର ଦିଗରୁ ଆସୁଥିବା ଲୋକମାନଙ୍କୁ ଚକ୍ଷୁ ମେଲି ଦେଖ, ତୁମ୍ଭକୁ ଯେଉଁ, ସୁନ୍ଦର ପଲ ଦତ୍ତ ହୋଇଥିଲା, ତୁମ୍ଭର ସେ ପଲ କାହିଁ?


ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ, ତାହାର ଶାସନାଧୀନ ସମସ୍ତ ରାଜ୍ୟ ଓ ସମସ୍ତ ଗୋଷ୍ଠୀ ଯିରୁଶାଲମ ଓ ତାହାର ନଗର ସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।


ମିଶର ଲଜ୍ଜିତା ହେବ। ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେବ।”


“ଏମାନେ ଉତ୍ତର ଦେଶୀୟ ମୁଖ୍ୟ ଓ ସୀଦୋନର ସୈନ୍ୟଗଣ ଥିଲେ। ସେମାନେ ଅନ୍ୟ ମୃତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି। ସେମାନଙ୍କର ଶକ୍ତି ସତ୍ତ୍ୱେ, ଯୁଦ୍ଧ ଭୂମିରେ ନିହତ ଅସୁନ୍ନତ ଲୋକମାନଙ୍କ ସହିତ ପତିତ ହୋଇ ଲଜ୍ଜିତ ହୋଇଛନ୍ତି। ସେମାନେ କବରରେ ଅନ୍ୟାନ୍ୟ ମୃତ ଲୋକମାନଙ୍କ ସହିତ ଲଜ୍ଜିତ ହୋଇଛନ୍ତି।


ଆମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ରାଜ୍ୟ ଛାଡ଼ି ଯିବାକୁ ଉତ୍ତର ଦିଗକୁ ବିତାଡ଼ିତ କରିବା। ସେମାନଙ୍କୁ ଏକ ଶୁଷ୍କ, ଶୂନ୍ୟ ସ୍ଥାନକୁ ତଡ଼ିଦେବା। ସେମାନଙ୍କ ମଧ୍ୟରୁ କେତେକ ପୂର୍ବ ସମୁଦ୍ର ଆଡ଼େ ଯିବେ ଓ ଆଉ କେତେକ ପଶ୍ଚିମ ସମୁଦ୍ର ଆଡ଼େ ଯିବେ। ସେମାନେ ଏପରି ଭୟଙ୍କର କାର୍ଯ୍ୟ କରିଛନ୍ତି, ସେମାନେ ମୃତ ପ୍ରାୟ ହେବେ, ପଚିଯିବେ ଓ ସେଠାରୁ ଦୁର୍ଗନ୍ଧ ନିର୍ଗତ ହେବ।”


କୃଷ୍ଣବର୍ଣ୍ଣ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଉତ୍ତର ଦିଗର ଦେଶ ଆଡ଼କୁ ଯିବେ, ଲାଲ ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ପୂର୍ବ ଦିଗର ଦେଶ ଆଡ଼େ, ଧଳା ଘୋଡ଼ାଗୁଡ଼ିକ ଦ୍ୱାରା ଟଣାଯାଉଥିବା ପଶ୍ଚିମ ଦିଗର ଦେଶଆଡ଼େ ଓ ପାଣ୍ତୁର ଅଶ୍ୱଗୁଡ଼ିକ ଦ୍ୱାରା ଟଣାଯାଉଥିବା ରଥ ଦକ୍ଷିଣ ଦିଗର ଦେଶଆଡ଼େ ଯିବେ।”


Swiv nou:

Piblisite


Piblisite