ଯିରିମୀୟ 1:8 - ପବିତ୍ର ବାଇବଲ8 ତୁମ୍ଭେ କାହାକୁ ଭୟ କରିବା ଉଚିତ୍ ନୁହେଁ, କାରଣ ସର୍ବଦା ତୁମ୍ଭ ପାଖେ ଆମ୍ଭେ ଅଛୁ ଓ ଆମ୍ଭେ ତୁମ୍ଭକୁ ରକ୍ଷା କରିବା।” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ। Gade chapit laଓଡିଆ ବାଇବେଲ8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।” Gade chapit la |
କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।
ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”