Biblia Todo Logo
Bib sou entènèt

- Piblisite -




ଯିରିମୀୟ 10:20 - ପବିତ୍ର ବାଇବଲ

20 ମୋର ତମ୍ବୁ ଧ୍ୱଂସ ପାଇଯାଇଛି। ମୋର ତମ୍ବୁର ସମସ୍ତ ରଜ୍ଜୁ ଛିଣ୍ଡି ଯାଇଅଛି। ମୋର ପିଲାମାନେ ମୋ’ ପାଖରୁ ଗ୍ଭଲି ଯାଇଅଛନ୍ତି। ମୋ’ ପାଖରେ ଆଉ କେହି ନାହାନ୍ତି। ମୋର ତମ୍ବୁକୁ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମୋର ତମ୍ଵୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ତି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି ମୋର ତମ୍ଵୁ ଆଉ ପ୍ରସାରିବାକୁ ଓ ମୋର ତମ୍ଵୁର ବାଡ଼ ଲଗାଇବାକୁ କେହି ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋ’ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।

Gade chapit la Kopi




ଯିରିମୀୟ 10:20
12 Referans Kwoze  

ବିନାଶ ପରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧ୍ୟରେ ମୋର ତମ୍ବୁ ଓ ନିମିଷକ ମଧ୍ୟରେ ମୋହର ଯବନିକା ସବୁ ଧ୍ୱଂସ ପାଇବ।


ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାଯିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା'ର ସନ୍ତାନମାନଙ୍କ ବିଷୟରେ ସାନ୍ତ୍ୱନାବାଣୀ ଶୁଣିବ ନାହିଁ, କାରଣ ସେମାନେ ମୃତ।”


“ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ ଓ ସେମାନେ ତୁମ୍ଭର ବାସ ସ୍ଥାନର ଯବନିକା ସବୁ ବିସ୍ତାର କରନ୍ତୁ। ବ୍ୟୟର ଆଶଙ୍କା କର ନାହିଁ। ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର।


ତା'ର ବିପକ୍ଷମାନେ ଜୟଲାଭ କରିଛନ୍ତି ଓ ତା'ର ଶତ୍ରୁଗଣ ସୌଭାଗ୍ୟବାନ୍ ହୋଇଛନ୍ତି। କାରଣ ତା'ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଳେଶ ଦେଇଛନ୍ତି। ତା'ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ୱାରା ନିର୍ବାସିତ ହୋଇଯାଇଛନ୍ତି।


“ହେ ମୋର ସେବକ ଇସ୍ରାଏଲ, ଆମ୍ଭେ ତୁମ୍ଭ ମୁଖରେ ଆମ୍ଭର ବାକ୍ୟ ରଖିଅଛୁ ଓ ଆମ୍ଭର ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। ତୁମ୍ଭେ ସିୟୋନକୁ ଏହା କହିବ ଯେ, ଆମ୍ଭେ ସ୍ୱର୍ଗମଣ୍ଡଳ ରୋପଣ କରିଅଛୁ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛୁ, ‘ତୁମ୍ଭେମାନେ ମୋର ସନ୍ତାନ।’”


ଦୁଷ୍ଟମାନେ ସମ୍ପୂର୍ଣ୍ଣ ଭାବେ ବିନାଶ ହୁଅନ୍ତି। ସେମାନଙ୍କ ସତ୍ତା ଲୋପ ପାଏ। ମାତ୍ର ଧାର୍ମିକମାନେ ମରିଗଲେ ମଧ୍ୟ ସେମାନେ ସ୍ମୃତିରେ ହିଁ ରହନ୍ତି।


ତୁମ୍ଭେ ବି ମୋତେ ଆଉ ଦେଖିବ ନାହିଁ। ତୁମ୍ଭେ ମୋତେ ଖୋଜିବ କିନ୍ତୁ ମୁଁ ନ ଥିବି।


ଯିରୁଶାଲମ ଅନେକ ସନ୍ତାନ ଜନ୍ମ ଦେଇଛି, ମାତ୍ର ସେମାନଙ୍କ ମଧ୍ୟରେ ତାକୁ ବାଟ କଢ଼ାଇ ନେବାକୁ କେହି ନାହାନ୍ତି। ପୁଣି ସେ ଯେଉଁ ସନ୍ତାନଗଣଙ୍କୁ ପାଳନ କରିଅଛି, ସେମାନଙ୍କ ମଧ୍ୟରେ କେହି ତାହା ହାତଧରି ନେବା ପାଇଁ ନାହାନ୍ତି।


ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସେମାନଙ୍କର ରମଣୀୟ ଗୃହଗୁଡ଼ିକର ତୁମ୍ଭେ ଅପହରଣ କରିଛ। ଆଉ ମଧ୍ୟ ତୁମ୍ଭେ ସେମାନଙ୍କର ଛୋଟ ସନ୍ତାନମାନଙ୍କଠାରୁ ମୋର ଗୌରବ ଚିରଦିନ ପାଇଁ କାଢ଼ି ନେଇଛ।


କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା’ସବୁ ସୁସ୍ଥ କରିବା। କାରଣ ସେମାନେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। ‘ଆଉ ସିୟୋନକୁ କେହି ଗ୍ଭହାନ୍ତି ନାହିଁ।’”


Swiv nou:

Piblisite


Piblisite