Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:11 - ପବିତ୍ର ବାଇବଲ

11 ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା। ସେମାନେ ସେଥିରୁ ରକ୍ଷା ପାଇପାରିବେ ନାହିଁ। ସେମାନେ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ମଧ୍ୟ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ଵର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।

Gade chapit la Kopi




ଯିରିମୀୟ 11:11
35 Referans Kwoze  

ଏଣୁ ଆମ୍ଭେ ସେମାନଙ୍କ ବିଷୟରେ ଆମ୍ଭର କ୍ରୋଧଭାବ ଦେଖାଇବା। ଆମ୍ଭେ ସେମାନଙ୍କୁ ଅନୁକମ୍ପା କରିବା ନାହିଁ କି ଦୟା ଦେଖାଇବା ନାହିଁ। ଏବଂ ଏପରିକି ଯଦି ସେମାନେ ଆମ୍ଭ କର୍ଣ୍ଣ ପାଖରେ ଉଚ୍ଚ ସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”


“ତୁମ୍ଭେମାନେ ସବୁ ହସ୍ତ ପ୍ରସାରଣ କରି ମୋତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହୋଇ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭେମାନେ ସବୁ ଅନେକ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ପରିପୂର୍ଣ୍ଣ।


“ଯେତେବେଳେ ଏହିସବୁ ଘଟିବ, ତୁମ୍ଭେମାନେ ମୋର ସାହାଯ୍ୟ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାଯ୍ୟ କରିବି ନାହିଁ। ତୁମ୍ଭେମାନେ ମୋତେ ଖୋଜିବ। କିନ୍ତୁ ତୁମ୍ଭେମାନେ ମୋତେ ପାଇବ ନାହିଁ।


ଯେତେବେଳେ ସେମାନଙ୍କୁ ସେ ଡାକିଲେ, “ସେମାନେ ଶୁଣିଲେ ନାହିଁ। ସେଥିପାଇଁ ସେମାନେ ଯେତେବେଳେ ଆମ୍ଭକୁ ଡାକିବେ ଆମ୍ଭେ ମଧ୍ୟ ଶୁଣିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି।


ତେଣୁ ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ନିବେଦନ କରିବ, କିନ୍ତୁ ସେ କୌଣସି ଉତ୍ତର ଦେବେ ନାହିଁ। ଆଉ ମଧ୍ୟ ତୁମ୍ଭେମାନେ ଦୁଷ୍କର୍ମ କରିଥିବାରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।”


ଯିହୁଦା ନିବାସୀ ଉପବାସ କରି କାତର ପ୍ରାର୍ଥନା କରିବେ। ମାତ୍ର ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା ନାହିଁ। ସେମାନେ ହୋମବଳି ଓ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ବି ଆମ୍ଭେ ତାହା ଗ୍ରହଣ କରିବା ନାହିଁ। କିନ୍ତୁ ଆମ୍ଭେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”


‘ସଦାପ୍ରଭୁ ଏହା କହନ୍ତି, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀ ଲୋକମାନଙ୍କ ଉପରେ ଅମଙ୍ଗଳ ଘଟାଇବା। ଏହି ପୁସ୍ତକରେ ଲିଖିତ ଯିହୁଦା ରାଜାଙ୍କ ପଠିତ ବାକ୍ୟ ଅନୁସାରେ ସମସ୍ତ ଅମଙ୍ଗଳ ଘଟାଇବା।


ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପରେ ମହାବିପଦ ଆସିବ। କାରଣ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସେମାନେ ବା‌‌ଲ୍‌‌ଦେବ ଉଦ୍ଦେଶ୍ୟରେ ଧୂପ ଜଲାଇ ଆମ୍ଭକୁ ବିରକ୍ତ କରିବା ସକାଶେ ନିଜେ ନିଜେ ତାହା ସବୁ କରିଛନ୍ତି।”


ହେ ପୃଥିବୀବାସୀ ଶୁଣ, ଆଉ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ ଆଣିବା। କାରଣ ସେମାନେ ଆମ୍ଭ ବାକ୍ୟରେ ଅବଧାନ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥାକୁ ଅମାନ୍ୟ କରିଅଛନ୍ତି।”


ଏହି ପୃଥିବୀବାସୀଙ୍କ ପାଇଁ ବିପଦ ରହିଛି ବୋଲି ମୁଁ ଦେଖୁଛି। ସେମାନଙ୍କ ପାଇଁ ଭୟ, ଗର୍ତ୍ତ ଓ ଫାନ୍ଦ ରହିଥିବା ମୁଁ ଦେଖୁଛି।


ମୋର ଶତ୍ରୁମାନେ ସାହାଯ୍ୟ ପାଇଁ ଚିତ୍କାର କଲେ, କିନ୍ତୁ କେହି ସେମାନଙ୍କୁ ରକ୍ଷା କରିବାକୁ ଆଗେଇ ଆସି ନ ଥିଲେ। ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଡାକିଲେ କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।


ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ।


ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।


ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହେବ, ଯେତେବେଳେ ଜଣେ ବ୍ୟକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ୱାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥରେ ହାତ ରଖି ବିଶ୍ରାମ ନେବା ସମୟରେ ଦନ୍ତଘାତ ହୁଏ।


ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ଦେଖ, ଗୋଟିଏ ପରେ ଗୋଟିଏ ଅମଙ୍ଗଳ ଆସୁଅଛି।


ପୁଣି ଆମ୍ଭେ ରାଜା ଯିହୋୟାକୀ‌‌‌ମ୍‌‌‌କୁ, ତାହାର ବଂଶଧରକୁ ଓ ତାହାର ସମସ୍ତ ଦାସଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା। ଆଉ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେଉଁସବୁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୁଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ଘଟାଇବା। କାରଣ ସେମାନେ ଆମ୍ଭ କଥା ଶୁଣିଲେ ନାହିଁ।”’


ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସେମାନଙ୍କ ପ୍ରତି ଘଟାଇବା। କାରଣ ଆମ୍ଭେ ସେମାନଙ୍କୁ ଯେଉଁ କଥା କହିଅଛୁ, ସେମାନେ ଶୁଣୁ ନାହାନ୍ତି। ଆଉ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


ତେଣୁ ସେମାନଙ୍କର ପଥ ଅନ୍ଧକାର ଓ ଖସଡ଼ା ହେବ। ସେମାନେ ସେହି ଅନ୍ଧାର ମଧ୍ୟରେ ରହିବେ।” କାରଣ ସଦାପ୍ରଭୁ କହନ୍ତି, “ମୁଁ ସେମାନଙ୍କ ଉପରେ ଅମଙ୍ଗଳ ଓ ପ୍ରତିଫଳ ଆଣିବି।”


“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା କାରଣ ସେମାନେ ମୋର ବାକ୍ୟ ନ ମାନି ଅବାଧ୍ୟ ହୋଇଅଛନ୍ତି।’”


ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ।


ପୁଣି ଯେବେ ସେମାନେ ତୁମ୍ଭକୁ ପଗ୍ଭରନ୍ତି, ‘ଆମ୍ଭେମାନେ କେଉଁଠାକୁ ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହିଲେ: “‘ମୃତ ଲୋକମାନେ କବରକୁ ଯିବେ। ଯେଉଁ ଲୋକମାନେ ଖଣ୍ଡା ଦ୍ୱାରା ହତ ହେବାକୁ ଥିବେ, ସେମାନଙ୍କୁ ଖଣ୍ଡାରେ ହତ୍ୟା କରାଯିବ। ଯେଉଁ ଲୋକମାନଙ୍କ ଭାଗ୍ୟରେ ଦୁର୍ଭିକ୍ଷରେ ପୀଡ଼ିତ ହେବାର ଥିବ, ସେମାନେ ମରୁଡ଼ିରେ ପୀଡ଼ିତ ହେବେ ଏବଂ ଯେଉଁ ଲୋକମାନଙ୍କ ଭାଗ୍ୟରେ ବନ୍ଦୀ ହେବାର ଥିବ ସେମାନେ ବନ୍ଦୀଗୃହକୁ ଯିବେ।’


“ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। କାରଣ ସେମାନେ ଦୁଃଖ ଭୋଗିଲାବେଳେ ଆର୍ତ୍ତସ୍ୱରରେ ସାହାଯ୍ୟ ଭିକ୍ଷା କରିବେ। ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ଯେଉଁ ଲୋକ ଥରକୁଥର, ଅନୁଯୋଗ ପାଇ ମଧ୍ୟ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହେବ।


ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।


ସଦାପ୍ରଭୁ ଏହିକଥା କହନ୍ତି, ‘ଆମ୍ଭେ ଏହି ସ୍ଥାନକୁ ଓ ଏହିଠାରେ ବାସ କରୁଥିବା ଲୋକଙ୍କ ନିମନ୍ତେ ବିପଦ ଆଣିବା। ଯିହୁଦାର ରାଜାଙ୍କ ସମ୍ମୁଖରେ ଏହି ପୁସ୍ତକରୁ ଯେଉଁସବୁ ବିଷୟ ପାଠ କରାଗଲା, ଆମ୍ଭେ ସେହି ସମସ୍ତ ଭୟଙ୍କର ବିଷୟ ଘଟାଇବା।


ଏହା ସତ୍ୟ, ସେମାନଙ୍କର ମୂଲ୍ୟହୀନ ମାଗୁଣୀକୁ ପରମେଶ୍ୱର ଶୁଣିବେ ନାହିଁ। ସର୍ବଶକ୍ତିମାନ ପରମେଶ୍ୱର ସେମାନଙ୍କ ପ୍ରତି ମନୋଯୋଗ କରିବେ ନାହିଁ।


“ଯିହୁଦା ଶୋକ କରୁଅଛି ଓ ତାହାର ନଗରର ଲୋକମାନେ କ୍ଷୀଣ ହୋଇଅଛନ୍ତି। ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସିଛନ୍ତି ଓ ଯିରୁଶାଲମର ଲୋକମାନେ ସାହାଯ୍ୟ ପାଇଁ ଆର୍ତ୍ତଚିତ୍କାର କରୁଛନ୍ତି।


“ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’


ପୁଣି ମେଷପାଳକଗଣ ପଳାୟନ କରି ଲୁଚି ପାରିବେ ନାହିଁ। ସେମାନଙ୍କର ଅଧିପତିଗଣ ରକ୍ଷା ପାଇବେ ନାହିଁ।


ତୁମ୍ଭେ ମୋର ଚତୁର୍ଦ୍ଦିଗରୁ ଭୟକୁ ଆହ୍ୱାନ କରୁଅଛି, ସତେ ଯେପରି ସେମାନଙ୍କୁ କୌଣସି ଉତ୍ସବକୁ ନିମନ୍ତ୍ରଣ କରାଯାଇଛି। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ କି କେହି ଅବଶିଷ୍ଟ ରହିଲେ ନାହିଁ। ଯେଉଁମାନଙ୍କୁ ମୁଁ ଲାଳନପାଳନ କରି ବଢ଼ାଇଥିଲି ଶତ୍ରୁ ସେମାନଙ୍କୁ ସଂହାର କରିଅଛି।


“ହେ ମନୁଷ୍ୟ ପୁତ୍ର; ଏହି ଲୋକମାନେ ସେମାନଙ୍କର ହୃଦୟ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଦେଇଅଛନ୍ତି ଏବଂ ସେମାନଙ୍କ ପାପ ସେମାନଙ୍କ ପଥରେ ବାଧା ରୂପେ ରହିଛି। ତେଣୁ ମୁଁ ସେମାନଙ୍କୁ କାହିଁକି ମୋତେ ଅନୁସନ୍ଧାନ କରିବାକୁ ଅନୁମତି ଦେବି?


Swiv nou:

Piblisite


Piblisite