Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:11 - ପବିତ୍ର ବାଇବଲ

11 କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟି ଦେଶରେ ପଟୁକା ଯେପରି ସଂଲଗ୍ନ ଥାଏ, ସେହିପରି ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ ହୋଇ ଆମ୍ଭ ପାଇଁ କୀର୍ତ୍ତି, ପ୍ରଶଂସା ଓ ଗୌରବ ଆଣିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ। ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ ଓ କୀର୍ତ୍ତି ଓ ପ୍ରଶଂସା ଓ ଗୌରବ ସ୍ଵରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।

Gade chapit la Kopi




ଯିରିମୀୟ 13:11
25 Referans Kwoze  

ତା'ପରେ ଯିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧ୍ୟରେ ଏକ ଶ୍ରେଷ୍ଠ ସ୍ଥାନ ହେବ। ଲୋକମାନେ ଏପରି ସୁଖରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତାହା ସେମାନେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ଯ୍ୟ ହେବେ।’


ସେହି ଲୋକମାନଙ୍କୁ ଆମ୍ଭର ପ୍ରଶଂସା ଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।


“କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ। ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।


କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ମିଶରରେ ନାନା ଅ‌‌ଦ୍‌‌ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରିଅଛ। ଆଜି ପର୍ଯ୍ୟନ୍ତ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକମାନଙ୍କ ମଧ୍ୟରେ ସେହି ଅ‌‌ଦ୍‌‌ଭୂତ ଲକ୍ଷଣ ଦେଖାଉଛ। ପୁଣି ଏହିସବୁ କାର୍ଯ୍ୟ ଯୋଗୁଁ ତୁମ୍ଭେ ପ୍ରସିଦ୍ଧ ହୋଇଅଛ।


ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣରେ ଅବାଧ୍ୟ ହୋଇ ଗ୍ଭଲନ୍ତି ଆଉ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚା‌‌ଦ୍‌‌ଗମନ କରନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”


ମାତ୍ର ସେମାନେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସେମାନେ ଅବାଧ୍ୟ ହୋଇ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଗ୍ଭରୀ ହେଲେ।


ଆମ୍ଭେ ତୁମ୍ଭମାନଙ୍କ ଉଦ୍ଦେଶ୍ୟରେ ପ୍ରହରୀ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ।’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବୁ ନାହିଁ।’


ଲୋକମାନେ ସେମାନଙ୍କୁ ଡାକିବେ, “ପବିତ୍ର ସଦାପ୍ରଭୁଙ୍କର ଲୋକ,” “ମୁକ୍ତି ହୋଇଥିବା ଲୋକମାନେ।” ତୁମ୍ଭେ ପରିଣତ ହେବ ଗୋଟିଏ “ପରମେଶ୍ୱରଙ୍କର ଅପରିତ୍ୟକ୍ତା ନଗରୀ,” ଏବଂ “ଅନ୍ୱେଷଣ” ବୋଲି ଡାକିଲେ।


ପରମେଶ୍ୱର କୌଣସି ଦେଶ ପାଇଁ କେବେ ଏହିପରି କରି ନାହାନ୍ତି। ସେ ତାଙ୍କର ନିୟମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର।


ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହେବା ପାଇଁ ସେ ଇସ୍ରାଏଲକୁ ମନୋନୀତ କଲେ।


ଏବଂ ସଦାପ୍ରଭୁ ଆଜି ତାଙ୍କ ପ୍ରତିଜ୍ଞା ଅନୁସାରେ ଘୋଷଣା କରିଛନ୍ତି ଯେ, ତୁମ୍ଭେ ତାଙ୍କର ସଞ୍ଚିତ ଜାତି ହେବ ଓ ତାଙ୍କର ସମସ୍ତ ଆଜ୍ଞା ମାନିବା ଉଚିତ୍।


“ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ସ୍ମରଣରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀୟମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।


ଆମ୍ଭର ପାଦରେ ଲାଗିଥିବା ଏହି ଧୂଳିତକ ମଧ୍ୟ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିଠାରେ ଝାଡ଼ି ଦେଇ ଯାଉଛୁ।’ ତଥାପି ମନେରଖ, ‘ପରମେଶ୍ୱରଙ୍କ ରାଜ୍ୟ ଖୁବ୍ ଶୀଘ୍ର ଆସୁଛି।’


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହିସବୁ ଦୁଷ୍କର୍ମ କରିଅଛ। ମୁଁ ତୁମ୍ଭମାନଙ୍କୁ ବାରମ୍ବାର କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ମୁଁ ତୁମ୍ଭମାନଙ୍କୁ ଡାକିଲି, କିନ୍ତୁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ।


କେବଳ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, ‘ତୁମ୍ଭେମାନେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭେମାନେ ସେହି ପଥରେ ଗ୍ଭଲିଲେ ତୁମ୍ଭମାନଙ୍କର ମଙ୍ଗଳ ହେବ।’


“ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସେମାନେ ସେଥିପ୍ରତି ଧ୍ୟାନ ଦେଲେ ନାହିଁ। ସେମାନେ ଅବାଧ୍ୟ ହୋଇ ନିଜ ନିଜ ମନ୍ତ୍ରଣାରେ ଗ୍ଭଳିତ ହେଲେ। ସେମାନେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚା‌ତ୍‌ବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।


ସଦାପ୍ରଭୁ ମୋତେ ଏହା କହିଲେ: “ତୁମ୍ଭେ ଏକ ମୋଟା ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣା କଟି ଦେଶରେ ବାନ୍ଧ ଓ ତାକୁ ଓଦା କର ନାହିଁ।”


“ସଦାପ୍ରଭୁ, ‘ଇସ୍ରାଏଲର ପରମେଶ୍ୱର ଯିରିମିୟକୁ ଏହା କହିଲେ, ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ କୁହ, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ,’ ତା'ପରେ ସେମାନେ ତୁମ୍ଭକୁ କହିବେ, ‘ଆମ୍ଭେ କ’ଣ ଜାଣୁ ନାହୁଁ ଯେ, ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ ହେବ?’


ହେ ଇସ୍ରାଏଲର ଲୋକମାନେ, ଏହି ବାର୍ତ୍ତା ଶୁଣ। ଇସ୍ରାଏଲ ବିଷୟରେ ସଦାପ୍ରଭୁ ଏହି କଥା କହିଲେ। ମିଶରରୁ ଅଣାଇଥିବା ସମସ୍ତ ଇସ୍ରାଏଲୀୟ ପରିବାର ବିଷୟରେ ଏହା ବାର୍ତ୍ତା ଥିଲା।


ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରୁ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ୟାତି ଓ ସମ୍ମାନ ଦେବେ। ଏବଂ ତୁମ୍ଭେମାନେ ତାଙ୍କର ନିଜର ପବିତ୍ର ଲୋକ ହେବ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।”


“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା କାରଣ ସେମାନେ ମୋର ବାକ୍ୟ ନ ମାନି ଅବାଧ୍ୟ ହୋଇଅଛନ୍ତି।’”


Swiv nou:

Piblisite


Piblisite