Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:9 - ପବିତ୍ର ବାଇବଲ

9 ସଦାପ୍ରଭୁ କହିଲେ, “ଯେପରି ପଟୁକା ଧ୍ୱଂସ ପାଇଲା ସେହିପରି ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi

ଓଡିଆ ବାଇବେଲ

9 ଯଥା, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi




ଯିରିମୀୟ 13:9
19 Referans Kwoze  

ପୁଣି ଆମ୍ଭେ ତୁମ୍ଭର ବଳର ଗର୍ବକୁ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶକୁ ଲୌହତୁଲ୍ୟ ଓ ଭୂମିକୁ ପିତ୍ତଳତୁଲ୍ୟ କରିବା।


“ତା'ପରେ ହେ ଯିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହେବେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ଯିରୁଶାଲମରୁ ତଡ଼ି ଦେଇଛୁ। ଆମ୍ଭର ପବିତ୍ର ପର୍ବତରେ ଆଉ କୌଣସି ଦାମ୍ଭିକ ଲୋକ କେବେହେଲେ ରହିବେ ନାହିଁ।


ସର୍ବଶକ୍ତିମାନ ସଦାପ୍ରଭୁ ପୃଥିବୀର ସମସ୍ତ ଅହଙ୍କାରୀମାନଙ୍କର ଗର୍ବ, ସମ୍ଭ୍ରାନ୍ତମାନଙ୍କର ଗୌରବକୁ ତୁଚ୍ଛ କରିବାକୁ ମନ୍ତ୍ରଣା କରିଛନ୍ତି।


ଅହଙ୍କାର ସର୍ବନାଶର ସମ୍ମୁଖରେ ଆସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖରେ ଆସେ।


ଯୁବକଗଣ, ତୁମ୍ଭମାନଙ୍କୁ ମୋର କିଛି କଥା ମଧ୍ୟ କହିବାକୁ ଅଛି। ତୁମ୍ଭେ ବୟୋଜ୍ୟେଷ୍ଠମାନଙ୍କ କଥା ମାନିବା ଉଚିତ୍। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ୍। “ପରମେଶ୍ୱର ଗର୍ବୀ ଲୋକଙ୍କ ବିରୁଦ୍ଧରେ ଉଠନ୍ତି, କିନ୍ତୁ ବିନମ୍ର ଲୋକଙ୍କୁ ଅନୁଗ୍ରହ କରନ୍ତି।”


କିନ୍ତୁ ପରମେଶ୍ୱର ଆମ୍ଭକୁ ଦେଇଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁହେ: “ପରମେଶ୍ୱର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”


ସଦାପ୍ରଭୁ ଯାକୁବର ଶୋଭା ପୂର୍ଣ୍ଣ ପ୍ରତିଷ୍ଠା କରିଛନ୍ତି, ଯାହାକି ଇସ୍ରାଏଲର ଶୋଭା ସଦୃଶ। ଶତ୍ରୁ ସେମାନଙ୍କୁ ଧ୍ୱଂସ କଲେ ଓ ସେମାନଙ୍କର ଦ୍ରାକ୍ଷାଲତା ସବୁ ନଷ୍ଟ କଲେ।


ପରମେଶ୍ୱର କହିଲେ, “ଅତୀତରେ ତୁମ୍ଭେ ତୁମ୍ଭର ଗର୍ବ ହେତୁ ତୁମ୍ଭ ଭଗିନୀ ସଦୋମକୁ ପରିହାସ କରୁଥିଲ। ମାତ୍ର ଆଉ ତୁମ୍ଭେ ତାହା କରି ପାରିବ ନାହିଁ।


ଏବଂ ସେମାନେ ଅହଙ୍କାରିଣୀ ଥିଲେ ଓ ମୁଁ ଯାହା ତୀବ୍ର ଭାବରେ ଘୃଣା କରେ, ସେମାନେ ତାହା କଲେ। ତେଣୁ ମୋ’ ଦୃଷ୍ଟିରେ ମୁଁ ସେମାନଙ୍କୁ ଉଚିତ୍ ଦଣ୍ଡ ଦେଲି।”


“ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଗର୍ବ, ତାହାର ଦର୍ପ ଓ ତାହାର ଚିତ୍ତର ଅହମିକା କଥା ଶୁଣିଅଛୁ।”


ଏହା ଶୁଣା ଯାଉଛି ଯେ, ମୋୟାବ ଅତ୍ୟନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କ୍ରୋଧୀ ମାତ୍ର, ତା'ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।


ତା'ପରେ ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।


ମୁଁ ଯିହୁଦା ଓ ଯିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସେହି ପାତ୍ରରୁ ପାନ କରାଇଲି। ସେହି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶୋଚନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ଯ୍ୟନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ୟବହାର କରନ୍ତି।


Swiv nou:

Piblisite


Piblisite