ଯିରିମୀୟ 14:15 - ପବିତ୍ର ବାଇବଲ15 ଏଣୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏ ଦେଶରେ ଖଡ଼୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେହିମାନଙ୍କ ବିଷୟରେ ସଦାପ୍ରଭୁ କହନ୍ତି, ‘ସେହି ଭବିଷ୍ୟଦ୍ବକ୍ତାମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ଏହି ଦେଶରେ ଖଡ଼୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ନୋହିବ, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ଵାରା ବିନଷ୍ଟ ହେବେ। Gade chapit laଓଡିଆ ବାଇବେଲ15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ। Gade chapit la |
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।
“ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ୟା ଅଲୌକିକ ଶକ୍ତି ଘୋଷଣା କରନ୍ତି, ମୋର ହସ୍ତ ସେମାନଙ୍କ ବିରୁଦ୍ଧରେ ଯିବ, ସେମାନେ ମୋ’ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ। ଇସ୍ରାଏଲର ପରିବାର ତାଲିକାରେ ସେମାନଙ୍କର ନାମଗୁଡ଼ିକ ତାଲିକାଭୁକ୍ତ ହେବ ନାହିଁ। ଏବଂ ଇସ୍ରାଏଲ ଦେଶରେ ସେମାନେ ପ୍ରବେଶ କରିବେ ନାହିଁ। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।