ଯିରିମୀୟ 17:10 - ପବିତ୍ର ବାଇବଲ10 ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ। Gade chapit laଓଡିଆ ବାଇବେଲ10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।” Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।
ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।