Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:17 - ପବିତ୍ର ବାଇବଲ

17 ହେ ସଦାପ୍ରଭୁ, ମୋତେ ବିନାଶ କର ନାହିଁ, ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମୋʼ ପ୍ରତି ତ୍ରାସଜନକ ହୁଅ ନାହିଁ; ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।

Gade chapit la Kopi

ଓଡିଆ ବାଇବେଲ

17 ମୋ’ ପ୍ରତି ତ୍ରାସଜନକ ହୁଅ ନାହିଁ; ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୋʼ ପ୍ରତି ତ୍ରାସଜନକ ହୁଅ ନାହିଁ; ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।

Gade chapit la Kopi




ଯିରିମୀୟ 17:17
11 Referans Kwoze  

ସଦାପ୍ରଭୁ ସର୍ବମଙ୍ଗଳମୟ। ଦୁଃଖ ସମୟରେ ସେ ହେଉଛନ୍ତି ଏକମାତ୍ର ନିରାପଦ ସ୍ଥାନ। ଯିଏ ତାଙ୍କଠାରେ ଆଶ୍ରୟ ନିଏ, ସେ ତା'ର ଯତ୍ନ ନିଅନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦରେ ମୋର ଆଶ୍ରୟ ସ୍ୱରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି। ତୁମ୍ଭ ପ୍ରେମରେ ମୁଁ ଆନନ୍ଦିତ ହେବି। କାରଣ ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ। ମୁଁ ତୁମ୍ଭ ପାଖକୁ ବିପଦ ସମୟରେ ଯାଏ।


କିନ୍ତୁ ସେହିସବୁ କଦର୍ଯ୍ୟ କାମ ଭିତରୁ କୌଣସି ମୁଁ କେବେ କରି ନାହିଁ। ପରମେଶ୍ୱରଙ୍କ ଦଣ୍ଡକୁ ମୁଁ ସବୁବେଳେ ଭୟ କରେ। ତାଙ୍କର ମହିମା ମୋତେ ଭୟଭୀତ କରେ।


ହେ ଇସ୍ରାଏଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ୟାଗ କରନ୍ତି, ସେ ସମସ୍ତେ ଲଜ୍ଜିତ ହେବେ। ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


“ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ।


ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।


ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ।


ପୁଣି ସଦାପ୍ରଭୁ ପରମେଶ୍ୱର ସିୟୋନରୁ ଚିତ୍କାର କରିବେ, ସେ ଯିରୁଶାଲମରୁ ମଧ୍ୟ ଚିତ୍କାର କରିବେ। ସେହି ଚିତ୍କାରରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ସଦାପ୍ରଭୁ ପରମେଶ୍ୱର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହେବ। ସେ ମଧ୍ୟ ଇସ୍ରାଏଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହେବେ।


Swiv nou:

Piblisite


Piblisite