Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:18 - ପବିତ୍ର ବାଇବଲ

18 ଯେଉଁମାନେ ମୋତେ ଆଘାତ କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ। ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ। ସେମାନେ ନିରାଶ ହୁଅନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ। ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ଵିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।

Gade chapit la Kopi

ଓଡିଆ ବାଇବେଲ

18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।

Gade chapit la Kopi




ଯିରିମୀୟ 17:18
21 Referans Kwoze  

କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି। ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର। ସେମାନଙ୍କୁ ଘଉଡ଼ାଇ ଦିଅ। ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।


କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।


କିନ୍ତୁ ହେ ସଦାପ୍ରଭୁ, “ତୁମ୍ଭେ ଜଣେ ପ୍ରକୃତ ବିଗ୍ଭରକ। ତୁମ୍ଭେ ଲୋକମାନଙ୍କର ମନ ଓ ବୁଦ୍ଧି ପରୀକ୍ଷା କରୁଥାଅ। ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ମୋତେ ଦେଖାଅ। କାରଣ ମୋର ଘଟଣାରୁ ମୁଁ ତୁମ୍ଭଙ୍କୁ ପୁରା ବିଶ୍ୱାସ କରିବି।”


ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି। ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର। ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।


ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ। ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ। ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।


ସେ ନଗର ଅନ୍ୟମାନଙ୍କର ଯେପରି କ୍ଷତି କରିଛି, ତାହାର ସେହି ପ୍ରକାର କ୍ଷତି ହେବ। ତା'ର କୁକର୍ମ ପାଇଁ ତାହାକୁ ଦୁଇ ଗୁଣ ଅଧିକ ପ୍ରତିଫଳ ଦିଆଯିବ। ସେ ନଗର ଅନ୍ୟମାନଙ୍କୁ ଯେପରି ସୁରା ଦେଇଛି, ତା'ନିମନ୍ତେ ତା’ ଅପେକ୍ଷା ଦୁଇଗୁଣ ଅଧିକ ନିଶାଯୁକ୍ତ ସୁରା ପ୍ରସ୍ତୁତ କରାଯିବ ଓ ତାହାକୁ ପାନ କରିବାକୁ ଦିଆଯିବ।


ମୋ’ ନିମନ୍ତେ ତୁମ୍ଭ ପରେ ଅନିଷ୍ଟ ଦେଖିବା ପାଇଁ ବେଗଗାମୀ ନ ଥିଲି କିଅବା ମୁଁ ସେହି ବିଭୀଷିକାମୟ ଦିନ ଆସୁ ବୋଲି ଗ୍ଭହୁଁ ନାହିଁ। ମୋ’ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।


ଆମ୍ଭେ ସେମାନଙ୍କର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦେବା। କାରଣ ସେମାନେ ନିଜ ନିଜର ଘୃଣ୍ୟବସ୍ତୁ ସ୍ୱରୂପ ଶବରେ ଆମ୍ଭର ଦେଶକୁ ‘ଅପବିତ୍ର’ କରିଅଛନ୍ତି। ସେମାନେ ଆମ୍ଭ ଦେଶକୁ ‘ଅଶୁଚି’ କରିଅଛନ୍ତି ଓ ନିଜର ଘୃଣ୍ୟକର୍ମରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।”


ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି। ମୋତେ ନିରାଶ ହେବାକୁ ଦିଅ ନାହିଁ।


ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି। ସେମାନଙ୍କୁ ନିରାଶ ଓ ଅପମାନିତ କର! ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି। ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।


ପରମେଶ୍ୱର ମୋତେ ବାରମ୍ବାର ଆକ୍ରମଣ କରନ୍ତି। ସେ ଯୁଦ୍ଧ କ୍ଷେତ୍ରର ସୈନିକ ପରି ମୋତେ ଆକ୍ରମଣ କରନ୍ତି।


“ହେ ଯିରିମିୟ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, ‘ଆମ୍ଭ ଚକ୍ଷୁରୁ ଦିବାରାତ୍ରି ଲୋତକ ବହିବ, ତାହା କେବେ ନିବୃତ୍ତ ହେବ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ୟା ପାଇଁ ଆମ୍ଭ ହୃଦୟ କାନ୍ଦିବ। ଯେହେତୁ ତାହା ମହାଭଙ୍ଗରେ ଓ ମହା ଦୁଃଖଦାୟକ କ୍ଷତରେ ଭଗ୍ନ ହୋଇଅଛି।


“ଏଣୁ ତୁମ୍ଭ ବିଷୟରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସେମାନଙ୍କୁ କୁହ। ସେମାନଙ୍କ ପାଇଁ ଉ‌‌ଦ୍‌‌ବିଗ୍ନ ହୁଅ ନାହିଁ। ତୁମ୍ଭେ ସେମାନଙ୍କ ପାଇଁ ଭୟଭୀତ ହେଲେ ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉ‌‌ଦ୍‌‌ବିଗ୍ନ କରିବା।


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ। ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ। ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ।


ହେ ଇସ୍ରାଏଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ୟାଗ କରନ୍ତି, ସେ ସମସ୍ତେ ଲଜ୍ଜିତ ହେବେ। ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


ସଦାପ୍ରଭୁ ମୋତେ ଏହା କହିଲେ, “ହେ ଯିରିମିୟ, ଲୋକମାନଙ୍କର ଫାଟକରେ ଛିଡ଼ା ହୁଅ, ଯେଉଁଠାରେ ଯିହୁଦାର ରାଜାଗଣ ଯାତାୟାତ କରନ୍ତି, ସେହି ଫାଟକରେ, ଯେଉଁ ଫାଟକରେ ଲୋକମାନଙ୍କର ପୁତ୍ରଗଣ ଯାତାୟାତ କରନ୍ତି ଓ ଯିରୁଶାଲମର ସକଳ ଫାଟକରେ ଯାଇ ଠିଆ ହୁଅ ଓ ମୋର ବାର୍ତ୍ତା ପ୍ରଗ୍ଭର କର।”


“ହେ ସଦାପ୍ରଭୁ, ତା'ର ସମ୍ପତ୍ତିକୁ ଆଶୀର୍ବାଦ କର। ତାଙ୍କ ହସ୍ତର କର୍ମମାନ ଗ୍ରହଣ କର। ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି, ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କର ବଳ ଭାଙ୍ଗି ପକାଅ। ଯେପରି ସେମାନେ ଆଉ ପୁନର୍ବାର ଉଠିପାରିବେ ନାହିଁ।”


Swiv nou:

Piblisite


Piblisite