ଯିରିମୀୟ 17:27 - ପବିତ୍ର ବାଇବଲ27 “‘ମାତ୍ର ତୁମ୍ଭେମାନେ ଯେବେ ଆମ୍ଭର ବାକ୍ୟରେ ଅବଧାନ ନ କର। ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହନ କରି ଯିରୁଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ସେହି ଦ୍ୱାର ସମୂହରେ ଅଗ୍ନି ଜଳାଇବା। ଏହା ଯିରୁଶାଲମର ଅଟ୍ଟାଳିକା ସବୁ ଗ୍ରାସ କରିବା ପର୍ଯ୍ୟନ୍ତ ଜଳି ରହିବ।’” Gade chapit laପବିତ୍ର ବାଇବଲ (Re-edited) - (BSI)27 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ଵାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ଵାର-ସମୂହରେ ଅଗ୍ନି ଜ୍ଵଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସକଳ ଗ୍ରାସ କରିବ ଓ ତାହା ନିର୍ବାଣ ନୋହିବ। Gade chapit laଓଡିଆ ବାଇବେଲ27 ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’” Gade chapit la |
ସାବଧାନ ରୁହ, ଓ ପରମେଶ୍ୱର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତେବେଳେ ସେ ପୃଥିବୀର ସେହି ଲୋକମାନଙ୍କୁ ସତର୍କ କଲେ, ସେତେବେଳେ ସେମାନେ ତାହାଙ୍କ କଥା ଅଗ୍ରାହ୍ୟ କଲେ। କିନ୍ତୁ ସେମାନେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ୱର ସ୍ୱର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସେମାନଙ୍କ ଲାଗି ଅତି ଖରାପ ହେବ।