Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:8 - ପବିତ୍ର ବାଇବଲ

8 କାରଣ ସେ ଜଳ ନିକଟସ୍ଥ ରୋପିତ ବୃକ୍ଷତୁଲ୍ୟ ହେବ। ତା'ର ମୂଳ ବିସ୍ତୃତ ହୋଇ ଜଳ ପାଇବ। ଗ୍ରୀଷ୍ମକାଳରେ ସେ ଭୟଭୀତ ହେବ ନାହିଁ। ମାତ୍ର ତା'ର ପତ୍ର ସଦାକାଳ ସବୁଜ ରହିବ। ଅନାବୃଷ୍ଟି ସମୟରେ ସେ ଚିନ୍ତିତ ହେବ ନାହିଁ କିଅବା ସେ ଫଳ ଧାରଣରୁ ନିବୃତ୍ତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତ-ମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ସେ ଜଳ ନିକଟରେ ରୋପିତ ଓ ନଦୀ କୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।”

Gade chapit la Kopi




ଯିରିମୀୟ 17:8
12 Referans Kwoze  

ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ, ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି। ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ। ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ, ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ। ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।


ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନେବେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ୟ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହେବ।


ନଦୀର ଉଭୟ ପାର୍ଶ୍ୱରେ ସବୁପ୍ରକାର ଖାଦ୍ୟ ଉପଯୋଗୀ ଫଳବୃକ୍ଷ ହେବ ଓ ସେଗୁଡ଼ିକର ପତ୍ର ମଳିନ ହେବ ନାହିଁ ଏବଂ ଫଳର ଅଭାବ ହେବ ନାହିଁ। କାରଣ ସେହି ବୃକ୍ଷଗୁଡ଼ିକ ପବିତ୍ର ସ୍ଥାନର ନିର୍ଗତ ଜଳରେ ବଢ଼ିଥିବା ହେତୁ ପ୍ରତି ମାସରେ ନୂତନ ଫଳ ଧାରଣ କରିବେ। ଆଉ ତାହାର ଫଳ ଆହାରାର୍ଥେ ଓ ପତ୍ର ଆରୋଗ୍ୟାର୍ଥେ ଔଷଧ ରୂପେ ବ୍ୟବହୃତ ହେବ।”


ସେହି ବ୍ୟକ୍ତି ଏକ ଲତା ସଦୃଶ ଯିଏ ପ୍ରଚୁର ପାଣି ଓ ସୂର୍ଯ୍ୟ କିରଣରେ ବଢ଼େ। ତାହାର ଶାଖା ପ୍ରଶାଖା ସମସ୍ତ ଉଦ୍ୟାନରେ ବ୍ୟାପି ଥାଏ।


ମୁଁ ସବୁଦିନ ସ୍ୱାସ୍ଥ୍ୟବାନ କାର୍ଯ୍ୟକ୍ଷମ ଥିବି। ଗୋଟିଏ ସବଳ ବୃକ୍ଷଭଳି ଯାହାର ଚେର ମାଟିତଳେ ଜଳକୁ ସ୍ପର୍ଶ କରି ଅନେକ ଡାଳ ଶାଖା ପ୍ରଶାଖା ମେଲି କାକରରେ ଭିଜି ଯାଇଥିବ।


ଆପଣା ଧନରେ ଯେ ନିର୍ଭର ରଖେ, ସେ ସତେଜ ପତ୍ରପରି ବଞ୍ଚେ। ମାତ୍ର ଧାର୍ମିକ ଲୋକ ସତେଜ ପତ୍ରପରି ପ୍ରଫୁଲ୍ଲ ହେବ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କୁ ଯୋଗାଇ ଦେବାକୁ ଓ ଭସ୍ମ ପରିବର୍ତ୍ତେ ଭୂଷଣ, ଦୁଃଖ ପରିବର୍ତ୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି। ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ‘ଧର୍ମରୂପ ବୃକ୍ଷ’ ଓ ‘ତାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।’


ଆଉ ହେ ‌ଏବ‌‌ଦ୍‌‌-ମେଲକ, ଆମ୍ଭେ ତୁମ୍ଭକୁ ନିଶ୍ଚୟ ରକ୍ଷା କରିବା। ତୁମ୍ଭେ ‌‌ଖ‌ଡ଼୍‌ଗରେ ନିହତ ହେବ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ ରଖିଛ।’” ଏହି ବାକ୍ୟ ସଦାପ୍ରଭୁଙ୍କଠାରୁ ଆସିଥିଲା।


ଅଶୂରକୁ ଦେଖ! ସେ ଲିବାନୋ‌ନ୍‌ର ଏରସ ବୃକ୍ଷସ୍ୱରୂପ ଅଟେ। ତାହାର ସୁନ୍ଦର ଘନଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା। ଆଉ ତାହାର ଶିଖର ମେଘ ମଧ୍ୟରେ ଥିଲା।


Swiv nou:

Piblisite


Piblisite