Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:18 - ପବିତ୍ର ବାଇବଲ

18 ଯିରିମିୟଙ୍କ ଶତ୍ରୁଗଣ କହିଲେ, “ଆସ ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ୟବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ୟ‌ଦ୍‌ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ତେଣୁ ଆସ ଆମ୍ଭେମାନେ ତାଙ୍କୁ ପ୍ରବଞ୍ଚନା ଦ୍ୱାରା ଧ୍ୱଂସ କରିବା। ଆମ୍ଭେମାନେ ତାଙ୍କର କୌଣସି କଥା ଶୁଣିବା ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତେବେ ସେମାନେ କହିଲେ, ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ଵା ଦ୍ଵାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।

Gade chapit la Kopi

ଓଡିଆ ବାଇବେଲ

18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”

Gade chapit la Kopi




ଯିରିମୀୟ 18:18
37 Referans Kwoze  

ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ। ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!


ଜଣେ ଯାଜକ ପରମେଶ୍ୱରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ଯାଇ ପରମେଶ୍ୱରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।


ସଦାପ୍ରଭୁ, ସେମାନେ ମୋ’ ବିପକ୍ଷରେ ଅଛନ୍ତି ବୋଲି ଦେଖାଇବା ପୂର୍ବରୁ ମୁଁ ଏକ ନିରୀହ ମେଷଶାବକ ପରି ହତ୍ୟା ପାଇଁ ରହିଥିଲି। ସେମାନେ ମୋ’ ବିରୁଦ୍ଧରେ ଅଛନ୍ତି ବୋଲି ମୁଁ ଜାଣି ନ ଥିଲି। ସେମାନେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରି କହିଲେ, “ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।”


“ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’


କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।


ହୋଶିୟର ପୁତ୍ର ଅସରିୟ, କାରେହର ପୁତ୍ର ଯୋହାନନ୍ ଓ ଅନ୍ୟ କେତେକ ଅହଙ୍କାରୀ ଲୋକ କ୍ରୋଧାନ୍ୱିତ ହୋଇ ଯିରିମିୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏ କଥା କହି ତୁମ୍ଭକୁ ଆମ୍ଭମାନଙ୍କ ନିକଟକୁ ପଠାଇ ନାହାନ୍ତି, ‘ତୁମ୍ଭେମାନେ ମିଶରରେ ଯାଇ ପ୍ରବାସ କର ନାହିଁ।’


ମରଣ ଓ ଜୀବନ ଜିହ୍ୱାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।


ସେମାନେ ସେମାନଙ୍କର ଜିହ୍ୱାକୁ କ୍ଷୁରପରି ଶାଣିତ କରନ୍ତି, ସେମାନେ ସେମାନଙ୍କର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ୟ ନିକ୍ଷେପ କରନ୍ତି।


ମୋର ଜୀବନ ସଙ୍କଟପୂର୍ଣ୍ଣ। ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି। ସେମାନେ ମଣିଷ ଖିଆ ସିଂହ ପରି। ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ। ସେମାନଙ୍କର ଜିହ୍ୱା ତୀ‌କ୍ଷ୍‌ଣ ଖ‌ଡ଼୍‌ଗ ତୁଲ୍ୟ।


“ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’ ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟ‌ଦ୍‌ବକ୍ତାମାନେ ବା‌‌ଲ୍‌‌ଦେବ ନାମରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚା‌‌ଦ୍‌‌ଗମନ କଲେ।”


ଆଉ ମଧ୍ୟ ଖଳ ଲୋକର ଉପାୟ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ୟା ଅଭିଯୋଗ ସାହାଯ୍ୟରେ ଧ୍ୱଂସ କରିବାକୁ ଶପଥ ନିଏ, ଯଦିବା ସେତେବେଳେ ସେହି ଦରିଦ୍ର ଲୋକ ଯାହା କହେ, ତାହା ସଠିକ୍।


ପରମେଶ୍ୱର ଚତୁର ଲୋକମାନଙ୍କୁ ମଧ୍ୟ ତାଙ୍କ ଫାନ୍ଦରେ ଧରନ୍ତି, ସେମାନଙ୍କର ଚତୁର ଯୋଜନା ସଫଳ କରାନ୍ତି ନାହିଁ।


ତହିଁରେ କନାନାର ପୁତ୍ର ସିଦିକିୟ ମୀଖାୟର ଗାଲରେ ଏକ ଗ୍ଭପୁଡ଼ା ମାରି କହିଲା, “ତୁମ୍ଭେ ଭାବୁଛ କି ସଦାପ୍ରଭୁଙ୍କ ଆତ୍ମା ମୋତେ ଛାଡ଼ି ଦେଇଛନ୍ତି ଓ ବର୍ତ୍ତମାନ ତୁମ୍ଭ ମାଧ୍ୟମରେ କହୁଛନ୍ତି, ତୁମ୍ଭକୁ କିପରି କହିଲେ?”


ଅବଶାଲୋମ ଓ ସମସ୍ତ ଇସ୍ରାଏଲୀୟ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ ଥିଲା।” ସେମାନେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକାରେ ଅବଶାଲୋମକୁ ଦଣ୍ତ ଦେବା ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।


ଜଣେ ଲୋକ ଦାଉଦଙ୍କୁ କହିଲେ, “ଅବଶାଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି।” ତା'ପରେ ଦାଉଦ ପ୍ରାର୍ଥନା କଲେ, “ହେ ମୋର ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକୁ ଅଦରକାରୀ କର।”


ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାମାନ ଦେଇଥିଲେ, ମୋଶା ସେ ସମସ୍ତ ବ୍ୟବସ୍ଥା ଇସ୍ରାଏଲର ସନ୍ତାନଗଣଙ୍କୁ ଦେଲେ। ହାରୋଣ ତୁମ୍ଭେ ସେହିସବୁ ବ୍ୟବସ୍ଥା ଲୋକମାନଙ୍କୁ ଶିକ୍ଷା ଦେଇ ପାରିବ।”


ଯୀଶୁଙ୍କ ପାଖରେ କେତେକ ଫାରୂଶୀ ଥିଲେ। ସେମାନେ ଯୀଶୁଙ୍କର ଏପରି କହିବା ଶୁଣିଲେ। ସେମାନେ ପଗ୍ଭରିଲେ, “କ'ଣ? ତା’ ମାନେ ତୁମ୍ଭେ କହୁଛ ଯେ ଆମ୍ଭେ ମଧ୍ୟ ଅନ୍ଧ?”


ତା'ପରେ ଯାଜକମାନେ ଓ ଭବିଷ୍ୟ‌ଦ୍‌ବକ୍ତାମାନେ ଅଧିପତିମାନଙ୍କୁ ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, “ଯିରିମିୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”


ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଯେତେବେଳେ ଫାରୂଶୀମାନଙ୍କ ବିଷୟରେ ଏହିଭଳି କଥା କହୁଛନ୍ତି, ସେତେବେଳେ ଆମ୍ଭ ଦଳକୁ ମଧ୍ୟ ଅପମାନ ଦେଉଛନ୍ତି।”


ଆମ୍ଭେ ନିଶ୍ଚିତ କରିବୁ ଯେହେତୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭେମାନେ ପେୟନୈବେଦ୍ୟ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇଲୁ ଏବଂ ସୁଖରେ ଥିଲୁ। କୌଣସି ଅମଙ୍ଗଳ ଆମ୍ଭ ପ୍ରତି ଘଟି ନ ଥିଲା।


“‘ତୁମ୍ଭେମାନେ କହୁଛ ଯେ, “ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି।” ମାତ୍ର ଏହା ସତ୍ୟ ନୁହେଁ। କାରଣ ଅଧ୍ୟାପକଗଣଙ୍କ ମିଥ୍ୟା ଲେଖନୀ ମିଥ୍ୟା ଲେଖିଅଛି।


ହେ ସଦାପ୍ରଭୁ, ମୋ’ ପ୍ରତି କର୍ଣ୍ଣପାତ କର ଏବଂ ମୋ’ ସହିତ ଯୁକ୍ତି କରୁଥିବା ଲୋକମାନଙ୍କର କଥା ଶୁଣ।


ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”


କିନ୍ତୁ ଯେତେବେଳେ ଯିରିମିୟ ବିନ୍ୟାମୀନ ପ୍ରଦେଶର ନଗର ଦ୍ୱାରରେ ପହଞ୍ଚିଲେ, ସେତେବେଳେ ପ୍ରହରୀଗଣଙ୍କ ଅଧ୍ୟକ୍ଷ, ହନାନିୟର ପୌତ୍ର, ଶେଲିମିୟର ପୁତ୍ର, ଯିରିୟ ତାଙ୍କୁ ବନ୍ଦୀ କରି କହିଲା, “ତୁମ୍ଭେ ଆମ୍ଭମାନଙ୍କୁ ପରିତ୍ୟାଗ କରି କ‌‌ଲ୍‌‌ଦୀୟମାନଙ୍କ ପକ୍ଷ ନେଇଅଛ।”


ଗୋଟିଏ ବିପର୍ଯ୍ୟୟ ପରେ ଆଉ ଗୋଟିଏ ବିପର୍ଯ୍ୟୟ ଘଟିବ ଓ ଜନରବ ଉପରେ ଜନରବ ହେବ। ତେଣୁ ତୁମ୍ଭେମାନେ ଭବିଷ୍ୟ‌ଦ୍‌ବକ୍ତାର ନିକଟରୁ ଦର୍ଶନର ଚେଷ୍ଟା କରିବ। କିନ୍ତୁ ଯାଜକମାନଙ୍କର ଶିକ୍ଷା ଓ ପ୍ରାଚୀନ ଲୋକମାନଙ୍କର ଜ୍ଞାନ ଲୋପ ପାଇବ।


କିନ୍ତୁ ଲୋକମାନେ ଜିଖରିୟଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ। ଜିଖରିୟଙ୍କୁ ବଧ କରିବା ନିମନ୍ତେ ରାଜା ଆଦେଶ ଦେଲେ, ତେଣୁ ମୃତ୍ୟୁ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କ ଆଡ଼କୁ ପଥର ଫୋପାଡ଼ିଲେ। ସଦାପ୍ରଭୁଙ୍କର ମନ୍ଦିର ପ୍ରାଙ୍ଗଣ ମଧ୍ୟରେ ଲୋକମାନେ ଏହା କଲେ।


ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି।


“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଦିନସାରା କଥାବାର୍ତ୍ତା ଓ ଚିନ୍ତାଧାରା ସବୁ କରନ୍ତି।


“ଏଥିପାଇଁ ତୁମ୍ଭେମାନେ ଦର୍ଶନ ପାଇବ ନାହିଁ, ତୁମ୍ଭମାନଙ୍କ ପାଇଁ ତାହା ରାତ୍ରି ହେବ। ଭବିଷ୍ୟ‌‌ଦ୍‌‌ରେ କ’ଣ ଘଟିବ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ। ତେଣୁ ତାହା ତୁମ୍ଭମାନଙ୍କ ପାଇଁ ଅନ୍ଧକାର ହେବ। ସୂର୍ଯ୍ୟ ସେହି ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ଉପରେ ଅସ୍ତମିତ ହେବେ, ତେଣୁ ସେମାନଙ୍କ ପାଇଁ ଦିବସ ଅନ୍ଧକାର ତୁଲ୍ୟ ହେବ।


ଆଉ ସେହି ଦର୍ଶକମାନେ ଲଜ୍ଜିତ ହେବେ ଏବଂ ମନ୍ତ୍ରଜ୍ଞମାନେ ଉ‌‌ଦ୍‌‌ବିଗ୍ନ ହେବେ। ସେମାନେ କିଛି କହି ପାରିବେ ନାହିଁ କାରଣ ପରମେଶ୍ୱର ତାଙ୍କୁ କୌଣସି ଉତ୍ତର ଦେବେ ନାହିଁ।”


Swiv nou:

Piblisite


Piblisite