Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:9 - ପବିତ୍ର ବାଇବଲ

9 ପୁଣି ଏକ ସମୟ ଆସିବ ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;

Gade chapit la Kopi




ଯିରିମୀୟ 18:9
9 Referans Kwoze  

ଅତୀତରେ ଆମ୍ଭେ ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଳେଶ ଦେଇଥିଲୁ। ମାତ୍ର ବର୍ତ୍ତମାନ ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା। ଆଉ ସେମାନଙ୍କର ଯତ୍ନ ନେଇ ସେମାନଙ୍କୁ ଶକ୍ତିଶାଳୀ କରିବା।” ଏହା ସଦାପ୍ରଭୁ କହନ୍ତି।


ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପରେ ମହାବିପଦ ଆସିବ। କାରଣ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସେମାନେ ବା‌‌ଲ୍‌‌ଦେବ ଉଦ୍ଦେଶ୍ୟରେ ଧୂପ ଜଲାଇ ଆମ୍ଭକୁ ବିରକ୍ତ କରିବା ସକାଶେ ନିଜେ ନିଜେ ତାହା ସବୁ କରିଛନ୍ତି।”


ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ୟଗୁଡ଼ିକର ଦାୟିତ୍ୱରେ ନିଯୁକ୍ତ କଲୁ। ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବ। କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ୟ କରିବ।”


ଜନ୍ମ ହେବାର ଏକ ସମୟ ଅଛି, ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି, ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି।


ଆମ୍ଭେ ସେମାନଙ୍କର ମଙ୍ଗଳ ସାଧନ କରି ଖୁସୀ ହେବା। ଆଉ ମଧ୍ୟ ଆମ୍ଭେ ଆପଣା ଆପଣା ମନପ୍ରାଣ ଦେଇ ସେମାନଙ୍କୁ ସ୍ଥାପିତ କରିବା।’”


ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଯିରୁଶାଲମ ନଗର ପୁନର୍ବାର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ। ତା'ପରେ ହନନେଲ ଦୁର୍ଗରୁ କୋଣ ଫାଟକ ପର୍ଯ୍ୟନ୍ତ ତାହା ନିର୍ମିତ ହେବ।


“ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହେବ। ତୁମ୍ଭେ ପୁଣି ଆପଣା ତବଲାରେ ବିଭୂଷିତା ହୋଇ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।


ସଦାପ୍ରଭୁ କହନ୍ତି, “ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ୱର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସେହି ଧ୍ୱଂସ ସ୍ଥାନରେ ନଗର ନିର୍ମିତ ହେବ ଓ ରାଜଗୃହ ଯଥା ସ୍ଥାନରେ ପୁନଃନିର୍ମିତ ହେବ।


Swiv nou:

Piblisite


Piblisite