Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:3 - ପବିତ୍ର ବାଇବଲ

3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।

Gade chapit la Kopi

ଓଡିଆ ବାଇବେଲ

3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।

Gade chapit la Kopi




ଯିରିମୀୟ 19:3
18 Referans Kwoze  

ତା'ପରେ ସଦାପ୍ରଭୁ ଶାମୁୟେଲକୁ କହିଲେ, “ଦେଖ, ମୁଁ ଇସ୍ରାଏଲରେ କିଛି ଗୋଟେ କରିବି, ସେହି ସମସ୍ତେ ଯେଉଁମାନେ ଏବିଷୟରେ ଶୁଣିବେ, ମନ ଦୁଃଖ କରିବେ।


ସେମାନଙ୍କୁ କୁହ, “ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ସମସ୍ତ ଇସ୍ରାଏଲର ନିବାସୀ ଓ ତୁମ୍ଭେମାନେ ଯେଉଁମାନେ ଏହି ଫାଟକ ଦେଇ ପ୍ରବେଶ କରୁଅଛ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ହେ ପୃଥିବୀବାସୀ ଶୁଣ, ଆଉ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ ଆଣିବା। କାରଣ ସେମାନେ ଆମ୍ଭ ବାକ୍ୟରେ ଅବଧାନ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥାକୁ ଅମାନ୍ୟ କରିଅଛନ୍ତି।”


ଏହା ବହୁ ସମୟ ଆସି ତୁମ୍ଭକୁ ନେବ। ଏହା ସକାଳେ, ମଧ୍ୟାହ୍ନ, ସନ୍ଧ୍ୟାବେଳେ ପ୍ରକାଶିତ ହେବ। “ଆଉ ଯେତେବେଳେ ତୁମ୍ଭେ ବୁଝ, ତାହା ଅତି ଭୟଙ୍କର ହେବ।


ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।


ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ।


ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ, “ତୁମ୍ଭେମାନେ ନିଜକୁ ନମ୍ର କର, କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହୋଇଅଛି।”


ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି। ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।


ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।


ଏଣୁ ହେ ରାଜାଗଣ, ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ, ଏହି କଥାକୁ ଶିକ୍ଷା କର।


“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା କାରଣ ସେମାନେ ମୋର ବାକ୍ୟ ନ ମାନି ଅବାଧ୍ୟ ହୋଇଅଛନ୍ତି।’”


ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସେମାନଙ୍କ ପ୍ରତି ଘଟାଇବା। କାରଣ ଆମ୍ଭେ ସେମାନଙ୍କୁ ଯେଉଁ କଥା କହିଅଛୁ, ସେମାନେ ଶୁଣୁ ନାହାନ୍ତି। ଆଉ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


“ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’


କାରଣ ଏହି ଯିରୁଶାଲମକୁ ମୁଁ କ୍ଷତି କରିବାକୁ ଅଭିଯାନ ଆରମ୍ଭ କରିଛି। ତାହା ମୋର ନାମକୁ ଧାରଣ କରିଛି। ତୁମ୍ଭେମାନେ କହିପାର ଆମ୍ଭେମାନେ ଦଣ୍ଡିତ ହେବୁ ନାହିଁ। ମାତ୍ର ତୁମ୍ଭେମାନେ ଭୁଲ୍ କହୁଅଛ। ଆମ୍ଭେ ସମଗ୍ର ପୃଥିବୀବାସୀଙ୍କ ଉପରେ ‌‌ଖ‌ଡ଼୍‌ଗ ଚଲାଇବା।’” ଏହା ସଦାପ୍ରଭୁ କହନ୍ତି।


କାରଣ ସେମାନେ ଆମ୍ଭକୁ ବିଭକ୍ତ କରିବା ପାଇଁ ଦୁଷ୍କର୍ମ କଲେ। ସେମାନେ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଇଲେ ଓ ପୂଜା କରିବାକୁ ଗଲେ। ଯେଉଁ କାର୍ଯ୍ୟ ତୁମ୍ଭର ଲୋକମାନେ ଓ ତୁମ୍ଭ ପୂର୍ବପୁରୁଷମାନେ ଅତୀତରେ କରୁ ନ ଥିଲେ।


ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ଦେଖ, ଗୋଟିଏ ପରେ ଗୋଟିଏ ଅମଙ୍ଗଳ ଆସୁଅଛି।


Swiv nou:

Piblisite


Piblisite