Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:6 - ପବିତ୍ର ବାଇବଲ

6 ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଏହିସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହି ନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

6 ଏଥି ନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi




ଯିରିମୀୟ 19:6
5 Referans Kwoze  

ସେହି ସୀମା ହିନ୍ନୋମ ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ନଗର ଆଡ଼କୁ ଗଲା, ଏହାକୁ ଯିରୁଶାଲମ କହନ୍ତି। ଏହିପରି ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଗଲା। ଏହା ରଫାୟିମ ଉପତ୍ୟକାର ଉତ୍ତର ପ୍ରାନ୍ତସ୍ଥିତ ପର୍ଯ୍ୟନ୍ତ ଥିଲା।


ଆଉ ଲୋକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସେମାନଙ୍କୁ ନେଇ ହାର୍ଶିତ୍ ଫାଟକ ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିଯାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସେହି ସ୍ଥାନରେ ପ୍ରଗ୍ଭର କର।


ତୋଫତ୍ ବହୁକାଳରୁ ନିର୍ମିତ ହୋଇଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହୋଇଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥିରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ସ୍ରୋତପରି ପ୍ରଜ୍ୱଳିତ ହୋଇ ପୋଡ଼ି ପକାଏ।


ସେହି ସମୟରେ ସେମାନଙ୍କୁ କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କେହି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ଯୋଡ଼ା ହୁଏ ନାହିଁ। ସେହିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସେମାନେ ସମସ୍ତେ ତୋଫ‌ତ୍‌ରେ କବର ନେବେ।’


Swiv nou:

Piblisite


Piblisite