ଯିରିମୀୟ 20:10 - ପବିତ୍ର ବାଇବଲ10 ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ରସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା। Gade chapit laଓଡିଆ ବାଇବେଲ10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।” Gade chapit la |
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ।