Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:7 - ପବିତ୍ର ବାଇବଲ

7 ତୁମ୍ଭର ପ୍ରାସାଦକୁ ଧ୍ୱଂସ କରିବାକୁ ପ୍ରତ୍ୟେକ ବିନାଶକାରୀଙ୍କୁ ଅସ୍ତ୍ର ସହିତ ପଠାଇବା। ସେମାନେ ତୁମ୍ଭର ସୁଦୃଢ଼ ସୁନ୍ଦର ଏରସକାଠ ନିର୍ମିତ କଡ଼ିଗୁଡ଼ିକୁ କାଟି ଅଗ୍ନିରେ ପକାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇଦେବେ।

Gade chapit la Kopi




ଯିରିମୀୟ 22:7
14 Referans Kwoze  

ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ୱାରା ମୋର ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, “ମୁଁ ଅତି ଶକ୍ତିଶାଳୀ ଓ ମୋର ଅପାର ରଥ ସାହାଯ୍ୟରେ ମୁଁ ଲିବାନୋନକୁ ପରାସ୍ତ କରିଅଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା'ର ଏରସ ଓ ଦେବଦାରୁ ବୃକ୍ଷସବୁ କାଟି ପକାଇଅଛି। ପୁଣି ତା'ର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ଫଳପୂର୍ଣ୍ଣ ନିବିଡ଼ ଅରଣ୍ୟରେ ପ୍ରବେଶ କରିଅଛୁ।


ମାତ୍ର ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ କର୍ମଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା। ପୁଣି ଆମ୍ଭେ ତୁମ୍ଭମାନଙ୍କ ଅରଣ୍ୟରେ ଅଗ୍ନି ସଂଯୋଗ କରିବା। ସେହି ଅଗ୍ନି ତୁମ୍ଭମାନଙ୍କ ଚତୁର୍ପାର୍ଶ୍ୱରେ ଥିବା ସମସ୍ତ ଦ୍ରବ୍ୟ ଗ୍ରାସ କରିବ।”


ରାଜା ଖୁବ୍ ରାଗିଗଲେ। ତାହାଙ୍କ ଗ୍ଭକରମାନଙ୍କୁ ଯେଉଁମାନେ ମାରିଦେଲେ, ସେମାନଙ୍କୁ ମାରିଦେବା ପାଇଁ ରାଜା ସୈନ୍ୟ ପଠାଇଲେ। ସୈନ୍ୟମାନେ ସେହି ହତ୍ୟାକାରୀମାନଙ୍କୁ ମାରିଦେଲେ ଓ ତାହାଙ୍କ ନଗରକୁ ପୋଡ଼ିଦେଲେ।


ହେ ଲିବାନୋନ୍, ତୁମ୍ଭେ ତୁମ୍ଭର ସମସ୍ତ ଦ୍ୱାର ଖୋଲିଦିଅ ଯେପରି ଅଗ୍ନି ତୁମ୍ଭର ସମସ୍ତ ଦେବଦାରୁ ବୃକ୍ଷଗୁଡ଼ିକୁ ପୋଡ଼ି ପକାଇବେ।


ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା ସେ ଏକ ବଳବାନ୍ ଗୋଷ୍ଠୀ ଓ ପ୍ରାଚୀନ ଗୋଷ୍ଠୀ। ସେ ଗୋଷ୍ଠୀର ଭାଷା ତୁମ୍ଭେମାନେ ଜାଣ ନାହିଁ। ଆଉ ସେମାନଙ୍କର କଥା ତୁମ୍ଭେମାନେ ବୁଝିପାରିବ ନାହିଁ।


ମୋ’ ଉପସ୍ଥିତିରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ପରି ବହୁସଂଖ୍ୟକ ହେବେ। ମୁଁ ଯୁବକମାନଙ୍କର ମାତାମାନଙ୍କ ନିକଟକୁ ମଧ୍ୟାହ୍ନରେ ଏକ ବିନାଶକ ଆଣିବି, ସେମାନେ ହଠାତ୍ ଭୟ ଓ ଆତଙ୍କିତ ହେବେ।


Swiv nou:

Piblisite


Piblisite