Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:20 - ପବିତ୍ର ବାଇବଲ

20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିଛନ୍ତି, ସେ ପର୍ଯ୍ୟନ୍ତ ତାଙ୍କର କ୍ରୋଧ ଫେରିବ ନାହିଁ। ତୁମ୍ଭେମାନେ ଶେଷକାଳରେ ସମ୍ପୂର୍ଣ୍ଣ ରୂପେ ହୃଦୟଙ୍ଗମ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।

Gade chapit la Kopi

ଓଡିଆ ବାଇବେଲ

20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।

Gade chapit la Kopi




ଯିରିମୀୟ 23:20
18 Referans Kwoze  

ପୁଣି ସଦାପ୍ରଭୁଙ୍କର ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ ହେବା ପର୍ଯ୍ୟନ୍ତ ତାଙ୍କର ପ୍ରଜ୍ୱଳିତ କ୍ରୋଧ ପ୍ରଶମିତ ହେବ ନାହିଁ। ତୁମ୍ଭେମାନେ ଅନ୍ତିମ ସମୟରେ ତାହା ବୁଝିବ।”


ସେହିପରି ଆମ୍ଭ ମୁଖ ନିଃସୃତ ବାକ୍ୟ ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ; ମାତ୍ର ଆମ୍ଭ ଇଚ୍ଛାନୁସାରେ ଆମ୍ଭ ବାକ୍ୟ ସିଦ୍ଧ ହେବ ଏବଂ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରିଅଛୁ, ତାହା ସଫଳ ହେବ।


ଆମ୍ଭେ ଆପଣା ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”


ସର୍ବଶକ୍ତିମାନ ସଦାପ୍ରଭୁ ଶପଥ କରି କହିଲେ, “ମୁଁ ଶପଥ କରୁଛି, ମୁଁ ଯାହା ଗ୍ଭହିଁଥିଲି ତାହା ହିଁ ଘଟିବ। ମୁଁ ଯେପରି ମନ୍ତ୍ରଣା କରିଛି ସେହିପରି ମଧ୍ୟ ଘଟିବ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।


ଏହା ପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡକାଇଲେ। ସେ କହିଲେ, “ହେ ମୋର ପୁତ୍ରଗଣ, ମୋ’ ନିକଟକୁ ଆସ। ଭବିଷ୍ୟତ କଥା ମୁଁ ତୁମ୍ଭମାନଙ୍କୁ କହିବି।


କିନ୍ତୁ ମନଃଶି ଯେଉଁସବୁ ବିରକ୍ତିଜନକ କ୍ରିୟାଦ୍ୱାରା ସଦାପ୍ରଭୁଙ୍କୁ କ୍ରୋଧାନ୍ୱିତ କରିଥିଲେ, ସେଥି ସକାଶେ ଯିହୁଦା ପ୍ରତିକୂଳରେ ତାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ସେହି ପ୍ରଚଣ୍ତ ମହାକୋପରୁ ବିରତ ହେଲେ ନାହିଁ।


ସେହି ଦୂର ଦେଶରେ ବନ୍ଦୀରୂପେ ଥିବା ବେଳେ, ଯଦି ସେମାନେ ସେମାନଙ୍କର କୁକର୍ମ ପାଇଁ ସେଠାରେ ଅନୁତାପ କରନ୍ତି ଏବଂ ସ୍ୱୀକାର କରନ୍ତି, ‘ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।’


ଯେତେବେଳେ ତୁମ୍ଭେମାନେ ବିପଦରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରିବ ଓ ତାଙ୍କର ସମସ୍ତ ଅନୁଶାସନ ମାନିବ।


ସଦାପ୍ରଭୁ କହିଲେ, “ମୁଁ ଯିହୁଦାକୁ ଅପସାରଣ କରିବି, ଯେଭଳି ମୁଁ ଇସ୍ରାଏଲକୁ ମୋର ଦୃଷ୍ଟିରୁ ଅପସାରଣ କରିଛି। ମୁଁ ମୋର ମନୋନୀତ ସହର ଯିରୁଶାଲମକୁ ପରିତ୍ୟାଗ କରିବି।” ମୁଁ ଯେଉଁ ମନ୍ଦିର ବିଷୟରେ କହିଥିଲି, ‘ମୋର ନାମ ସେଠାରେ ରହିବ।’


ତେଣୁ ପୃଥିବୀବାସୀ ଶୋକ କରିବେ ଓ ଉପରିସ୍ଥ ଆକାଶମଣ୍ଡଳ କୃଷ୍ଣବର୍ଣ୍ଣ ହେବ। କାରଣ ଆମ୍ଭେ ଏହା କହିଅଛୁ ଓ ଆମ୍ଭେ ଏହା ମନରେ ସ୍ଥିର କରିଅଛୁ। ଏଥିପାଇଁ ଆମ୍ଭେ ଅନୁତାପ କରିବୁ ନାହିଁ କି ଏଥିରୁ ବିରତ ହେବୁ ନାହିଁ।”


ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର। ଅଧିକ ପ୍ରହରୀଗଣ, ରକ୍ଷକ ଦଳ ଯଥା ସ୍ଥାନରେ ନିଯୁକ୍ତ କର। ଗୋପନ ସ୍ଥାନରେ ସୈନ୍ୟ ରଖ, କାରଣ ସଦାପ୍ରଭୁ ବାବିଲ ବିରୁଦ୍ଧରେ ଯାହା କରିବାକୁ ଯୋଜନା କରିଛନ୍ତି, ତାହା ସେ ନିଶ୍ଚୟ ସଫଳ କରିବେ।


ସେତେବେଳେ ପ୍ରତ୍ୟେକ ବ୍ୟକ୍ତି ଜାଣିବେ ଯେ, ମୁଁ ସଦାପ୍ରଭୁ ଆପଣା ‌‌ଖ‌ଡ଼୍‌ଗ କୋଷରୁ ବାହାର କରିଅଛି, ତାହା ଆଉ ଫେରିବ ନାହିଁ।”’


ହତ୍ୟା ନିମନ୍ତେ ତାହା ଶାଣିତ ହୋଇଅଛି, ତାହା ମଧ୍ୟ ମାର୍ଜିତ ହୋଇ ବିଜୁଳି ପରି ଚ‌କ୍‌ଚକ୍ କରୁଛି, ମୋର ପୁତ୍ର, ତୁମ୍ଭେ ଏହି ଛଡ଼ ସକାଶେ ଖୁସୀ ନ ଥିଲ, ତୁମ୍ଭେ କାଠର ବାଡ଼ିକୁ ଘୃଣା କଲ।


Swiv nou:

Piblisite


Piblisite