Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:30 - ପବିତ୍ର ବାଇବଲ

30 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।

Gade chapit la Kopi

ଓଡିଆ ବାଇବେଲ

30 ଏଥିପାଇଁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।

Gade chapit la Kopi




ଯିରିମୀୟ 23:30
14 Referans Kwoze  

“କିନ୍ତୁ ଯେତେବେଳେ ଜଣେ ଭବିଷ୍ୟ‌ଦ୍‌ବକ୍ତା ମୋ’ ନାମରେ କୌଣସି ଅନୁଚିତ୍ କଥା କହେ, ଯାହା ମୁଁ ତାଙ୍କୁ କହିବା ପାଇଁ ନିର୍ଦ୍ଦେଶ ଦେଇ ନାହିଁ। ସେହି ଭବିଷ୍ୟ‌ଦ୍‌ବକ୍ତାର ମୃତ୍ୟୁଦଣ୍ତ ପାଇବା ଉଚିତ୍। ଏବଂ ଯଦି କେତେକ ଭବିଷ୍ୟ‌ଦ୍‌ବକ୍ତା ଅନ୍ୟ ଦେବଗଣଙ୍କ ନାମରେ କହନ୍ତି, ତେବେ ସେହି ଭବିଷ୍ୟ‌ଦ୍‌ବକ୍ତାଗଣ ନିଶ୍ଚୟ ମୃତ୍ୟୁଦଣ୍ତ ପାଇବେ।


ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ଯେହେତୁ ତୁମ୍ଭେମାନେ ମିଥ୍ୟା କଥା କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ବିରୁଦ୍ଧରେ ଯିବା।” ସଦାପ୍ରଭୁ ମୋର ପ୍ରଭୁ ଏହା କହନ୍ତି।


ତେଣୁ ସଦାପ୍ରଭୁ, ମୋର ପ୍ରଭୁ କହିଛନ୍ତି, ଦେଖ ତୁମ୍ଭେମାନେ ଯେଉଁ କଙ୍କଣ ଦ୍ୱାରା ଲୋକମାନଙ୍କୁ ପକ୍ଷୀଗଣ ପରି ଫାଶରେ ପକାଉଛ, ମୁଁ ତା'ର ବିରୋଧୀ ଅଟେ। ଏବଂ ମୁଁ ତୁମ୍ଭମାନଙ୍କ ହସ୍ତରୁ ସେହି କଙ୍କଣକୁ ଚିରି ପକାଇବି। ଏବଂ ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଫାଶରେ ପକାଉଛ ମୁଁ ସେମାନଙ୍କୁ ମୁକ୍ତ କରିବି ଓ ସେମାନେ ମୁକ୍ତ ପକ୍ଷୀ ପରି ଉଡ଼ିଯିବେ।


କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି। ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।


ମୁଁ ସେମାନଙ୍କ ବିରୁଦ୍ଧରେ ମୋର ମୁହଁ ବୁଲାଇବି। ଯଦି ସେମାନେ ଅଗ୍ନିରୁ ରକ୍ଷା ପାଇଗଲେ, ତଥାପି ସେହି ଅଗ୍ନି ସେମାନଙ୍କୁ ଗ୍ରାସ କରିବ। ଯେହେତୁ ମୁଁ ସେମାନଙ୍କ ବିରୁଦ୍ଧରେ ବିମୁଖ ହୋଇଛି, ଏହା ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।


ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସେମାନଙ୍କର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି।”


ପୁଣି ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପାଇଁ ପ୍ରମାଣ ସ୍ୱରୂପ ହେବ। ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭମାନଙ୍କର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।


“ଏଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ ଓ ସମଗ୍ର ଯିହୁଦା ବିପକ୍ଷରେ ଅମଙ୍ଗଳ ଓ ଧ୍ୱଂସ ଘଟାଇବା ପାଇଁ ମନସ୍ଥ କରିଅଛୁ।


ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତ‌‌‌‌ତ୍‌‌‌‌କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।


ଆମ୍ଭେ ତୁମ୍ଭ ବିରୁଦ୍ଧରେ ଯିବା, ତୁମ୍ଭେମାନେ ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ପରାଜିତ ହେବ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସେମାନେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କେହି ତୁମ୍ଭମାନଙ୍କ ପଛରେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ଦୌଡ଼ି ପଳାଇଯିବ।


ମୁଁ ମଧ୍ୟ ତା’ ବିରୁଦ୍ଧରେ ଛିଡ଼ା ହେବି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ ରଖିବି। କାରଣ ସେ ମୋର ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମୋର ପବିତ୍ର ନାମକୁ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ନିଜର ସନ୍ତାନମାନଙ୍କୁ ଦେଇଅଛି।


“ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ଯିରୁଶାଲମ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ। ତୁମ୍ଭେମାନେ କହୁଅଛ ‘ଆମ୍ଭମାନଙ୍କ ବିପକ୍ଷରେ କେହି ଆକ୍ରମଣ କରିବେ ନାହିଁ କି ଆମ୍ଭର ସୁଦୃଢ଼ ନଗରୀକୁ କେହି ପରାସ୍ତ କରି ପାରିବେ ନାହିଁ।’”


ପୁଣି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ, ନିଜେ ମିଥ୍ୟା କହି ଛଳନା ପୂର୍ବକ କହନ୍ତି ମୁଁ କହିଛି ବୋଲି, ମୁଁ ସେମାନଙ୍କର ବିପକ୍ଷ ଅଟେ।”


Swiv nou:

Piblisite


Piblisite