Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:28 - ପବିତ୍ର ବାଇବଲ

28 “ପୁଣି ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ତାହା ପାନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।

Gade chapit la Kopi

ଓଡିଆ ବାଇବେଲ

28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ‘ତୁମ୍ଭେମାନେ ଅବଶ୍ୟ ପାନ କରିବ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।

Gade chapit la Kopi




ଯିରିମୀୟ 25:28
12 Referans Kwoze  

ଆୟୁବ, ତୁମ୍ଭେ ଗ୍ଭହୁଁଛ ପରମେଶ୍ୱର ତୁମ୍ଭକୁ ପୁରସ୍କୃତ କରନ୍ତୁ। କିନ୍ତୁ ତୁମ୍ଭେ ପରିବର୍ତ୍ତନକୁ ମନା କରୁଛ। ଆୟୁବ ଏହା ତୁମ୍ଭର ନିଷ୍ପତ୍ତି ମୋର ନୁହେଁ। ତୁମ୍ଭେ କୁହ ମୋତେ ତୁମ୍ଭେ କ’ଣ ଭାବୁଛ।


ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।


ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।


ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ।


ସମଗ୍ର ବାବିଲ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି। କାରଣ ତାକୁ ଧ୍ୱସ୍ତ ବିଧ୍ୱସ୍ତ ଓ ଜନଶୂନ୍ୟ କରିବାକୁ ତାହା ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।


ମାତ୍ର ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ନାହିଁ, ସେମାନେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ୟ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହେବ। ତୁମ୍ଭେ ଦଣ୍ଡରୁ କେବେ ରକ୍ଷା ପାଇବ ନାହିଁ।”


ତେଣୁ ପୃଥିବୀବାସୀ ଶୋକ କରିବେ ଓ ଉପରିସ୍ଥ ଆକାଶମଣ୍ଡଳ କୃଷ୍ଣବର୍ଣ୍ଣ ହେବ। କାରଣ ଆମ୍ଭେ ଏହା କହିଅଛୁ ଓ ଆମ୍ଭେ ଏହା ମନରେ ସ୍ଥିର କରିଅଛୁ। ଏଥିପାଇଁ ଆମ୍ଭେ ଅନୁତାପ କରିବୁ ନାହିଁ କି ଏଥିରୁ ବିରତ ହେବୁ ନାହିଁ।”


ତହୁଁ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ତାଙ୍କର କହିବାନୁସାରେ ସେ ଗୋଷ୍ଠୀମାନଙ୍କ ନିକଟକୁ ଗଲି ଓ ସେ ସମସ୍ତଙ୍କୁ ତାହା ପାନ କରାଇଲି।


“‘ପୁଣି ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲ ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେ ଦେଶକୁ ତାହାର ହସ୍ତରେ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭର ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।


କାହିଁକି ତାହା ଘଟିବ? କାରଣ ତୁମ୍ଭେ ଆମ୍ଭ ପବିତ୍ର ପର୍ବତ ଉପରେ ରକ୍ତ ପାନ କରିଥିଲ। ତେଣୁ ସମସ୍ତ ଦେଶ ତୁମ୍ଭର ରକ୍ତ ପାନ କରିବ। ତୁମ୍ଭର ସମାପ୍ତି ଘଟିବ ଯେପରି ତୁମ୍ଭର କୌଣସି ସତ୍ତା ରହିବ ନାହିଁ।


Swiv nou:

Piblisite


Piblisite