Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:29 - ପବିତ୍ର ବାଇବଲ

29 କାରଣ ଏହି ଯିରୁଶାଲମକୁ ମୁଁ କ୍ଷତି କରିବାକୁ ଅଭିଯାନ ଆରମ୍ଭ କରିଛି। ତାହା ମୋର ନାମକୁ ଧାରଣ କରିଛି। ତୁମ୍ଭେମାନେ କହିପାର ଆମ୍ଭେମାନେ ଦଣ୍ଡିତ ହେବୁ ନାହିଁ। ମାତ୍ର ତୁମ୍ଭେମାନେ ଭୁଲ୍ କହୁଅଛ। ଆମ୍ଭେ ସମଗ୍ର ପୃଥିବୀବାସୀଙ୍କ ଉପରେ ‌‌ଖ‌ଡ଼୍‌ଗ ଚଲାଇବା।’” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତା; ଅଦଣ୍ତିତ ହେବ? ତୁମ୍ଭେମାନେ ଅଦଣ୍ତିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ଵୀନିବାସୀ ସମସ୍ତଙ୍କ ଉପରେ ଖଡ଼୍‍ଗ ଆହ୍ଵାନ କରିବା , ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗରପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥ୍ୱୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା’, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 25:29
19 Referans Kwoze  

ଏବେ ବିଗ୍ଭରର ସମୟ ଆସିଛି। ତାହା ପରମେଶ୍ୱରଙ୍କ ପରିବାରଠାରୁ ଆରମ୍ଭ ହେବ। ଯଦି ସେହି ବିଗ୍ଭର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରି ନାହାନ୍ତି, ସେମାନଙ୍କର କି ଅବସ୍ଥା ହେବ?


ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୁଁ ମୋର ସମସ୍ତ ପର୍ବତରେ ‌‌ଖ‌ଡ଼୍‌ଗକୁ ଗୋଗ ବିରୁଦ୍ଧରେ ଆଣିବି। ତାହାର ସୈନ୍ୟସାମନ୍ତମାନେ ଏପରି ବିହ୍ୱଳ ହେବେ ସେମାନେ ପରସ୍ପର ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଆଣିବେ।


ଭଲ ଲୋକମାନେ ପୃଥିବୀରେ ପୁରସ୍କୃତ ହେବେ, ଦୁଷ୍ଟ ପାପୀଗଣ ତାଙ୍କର ପାପ ଭୋଗ କରିବେ।


ତୁମ୍ଭେ ତୁମ୍ଭର ନିବାସଭୂମି ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ; ସେହି ବିଦେଶୀ ଲୋକମାନଙ୍କର ପ୍ରାର୍ଥନା ଅନୁସାରେ ସେମାନଙ୍କୁ ଫଳ ଦିଅ; ତାହାହେଲେ ସେମାନେ ଇସ୍ରାଏଲ ଲୋକପରି ତୁମ୍ଭକୁ ଭୟ ଓ ଭକ୍ତି କରିବେ। ଆଉ ମଧ୍ୟ ସବୁ ସ୍ଥାନରେ ସବୁଲୋକ ତୁମ୍ଭର ସମ୍ମାନ ଉଦ୍ଦେଶ୍ୟରେ ମୁଁ ଏହି ମନ୍ଦିର ନିର୍ମାଣ କରିଛି ବୋଲି ଜାଣିବେ।


କାହିଁକି ତାହା ଘଟିବ? କାରଣ ତୁମ୍ଭେ ଆମ୍ଭ ପବିତ୍ର ପର୍ବତ ଉପରେ ରକ୍ତ ପାନ କରିଥିଲ। ତେଣୁ ସମସ୍ତ ଦେଶ ତୁମ୍ଭର ରକ୍ତ ପାନ କରିବ। ତୁମ୍ଭର ସମାପ୍ତି ଘଟିବ ଯେପରି ତୁମ୍ଭର କୌଣସି ସତ୍ତା ରହିବ ନାହିଁ।


ମାତ୍ର ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ନାହିଁ, ସେମାନେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ୟ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହେବ। ତୁମ୍ଭେ ଦଣ୍ଡରୁ କେବେ ରକ୍ଷା ପାଇବ ନାହିଁ।”


ବର୍ତ୍ତମାନ ସମୟରେ ଯେତେବେଳେ ଜୀବନ ଭଲରେ କଟୁଛି, ସେତେବେଳେ ଲୋକେ ଯଦି ଏଭଳି ବ୍ୟବହାର କରିବେ, ତେବେ ଯେତେବେଳେ ଖରାପ ସମୟ ଆସିବ, ସେତେବେଳେ ଅବସ୍ଥା କ’ଣ ହେବ?”


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ହେ ‌‌ଖ‌ଡ଼୍‌ଗ, ଯାଅ! ଏବଂ ମେଷପାଳକ ଆମ୍ଭର ଘନିଷ୍ଟ ବନ୍ଧୁଙ୍କୁ ଆଘାତ କର। ମେଷପାଳକଙ୍କୁ ଆଘାତ କର, ଯେପରି ମେଷପଲ ପଳାୟନ କରିବେ। ଆମ୍ଭେ ଆପଣା ହସ୍ତ ସେହି କ୍ଷୁଦ୍ରମାନଙ୍କ ବିରୁଦ୍ଧରେ ଉଠାଇବା।


ତା'ପରେ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ତେଣୁ ଚିନ୍ତାକର ଯିରୁଶାଲମ ପ୍ରତି କି ମହା ଅନିଷ୍ଟ ଘଟିବ? ଯେତେବେଳେ ମୁଁ ଗ୍ଭରି ମହାଦଣ୍ଡ ଯଥା: ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ, ହିଂସ୍ରଜନ୍ତୁ ଓ ମହାମାରୀ ପଠାଇବି, ସେତେବେଳେ ମନୁଷ୍ୟ ଓ ପଶୁ ସମସ୍ତେ ଉଚ୍ଛିନ୍ନ ହେବେ।


ପରମେଶ୍ୱର କହିଲେ, “ଯଦି ମୁଁ ସେହି ଦେଶ ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଉଠାଏ ଓ ଏହାକୁ ଆଜ୍ଞା କରେ, ଦେଶ ମଧ୍ୟରେ ଯିବା ପାଇଁ ଓ ମନୁଷ୍ୟ ଏବଂ ପଶୁକୁ ହତ୍ୟା କରିବା ପାଇଁ,


ସଦାପ୍ରଭୁ କହନ୍ତି, “ହେ ମୋର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ। କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ, ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ଆମ୍ଭେ ସେମାନଙ୍କୁ ସଂହାର କରିବା। ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ। ଆମ୍ଭେ ତୁମ୍ଭକୁ ବିବେଚନା ପୂର୍ବକ ଶାସ୍ତି ଦେବା। ମାତ୍ର ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।”


ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”


ତା'ପରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହା କହନ୍ତି, ଦେଖ! ସମସ୍ତ ଦେଶବାସୀଙ୍କୁ, ଦାଉଦର ଭବିଷ୍ୟଦ୍ ବଂଶଧରମାନଙ୍କୁ ସମସ୍ତ ଯାଜକଗଣଙ୍କୁ, ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏବଂ ଯିରୁଶାଲମ ନିବାସୀଙ୍କୁ ଆମ୍ଭେ ମାତାଲ ଲୋକମାନଙ୍କ ପରି ଅସହାୟ କରିବା।


ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ।


ଯେଉଁ ଲୋକ ଦରିଦ୍ରକୁ ଉପହାସ କରେ, ସେ ଆପଣାର ସୃଷ୍ଟିକର୍ତ୍ତାଙ୍କୁ ଅପମାନ କରେ। ପୁଣି ଯେକେହି ଅନ୍ୟ ଲୋକର ବିପଦରେ ଆନନ୍ଦ କରେ, ସେ ଦଣ୍ଡ ପାଇବ।


ଏହା ନିଶ୍ଚିତ ସତ୍ୟ ଯେ ଦୁଷ୍ଟ ଲୋକମାନେ ଦଣ୍ଡ ପାଇବେ ଏବଂ ଧାର୍ମିକମାନେ ମୁକ୍ତି ପାଇବେ।


ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୁଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନକୁ ଦୁର୍ଦ୍ଦଶା ଆଣୁଅଛୁ। ତାହା ଯିଏ ଶୁଣିବ ସେ ଭୟରେ ଶିହରି ଉଠିବ।


Swiv nou:

Piblisite


Piblisite