ଯିରିମୀୟ 25:3 - ପବିତ୍ର ବାଇବଲ3 “ଆମୋନର ପୁତ୍ର ଯିହୁଦାର ରାଜା ଯୋଶିୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ୍ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି। ଆଉ ମୁଁ ପ୍ରତ୍ୟୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମୋନର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ। Gade chapit laଓଡିଆ ବାଇବେଲ3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ। Gade chapit la |
ଯୋଶିୟ ପରମେଶ୍ୱରଙ୍କର ଇଚ୍ଛା ଅନୁସରଣ କରିବାକୁ ଲାଗିଲେ, ଯାହାଙ୍କୁ ତାଙ୍କର ପୂର୍ବପୁରୁଷ ଦାଉଦ ତାଙ୍କ ରାଜତ୍ୱର ଅଷ୍ଟମ ବର୍ଷରେ ଅନୁସରଣ କରିଥିଲେ। ଯୋଶିୟ ପରମେଶ୍ୱରଙ୍କୁ ଅନୁସରଣ କରିବାକୁ ଆରମ୍ଭ କରିବା ସମୟରେ ସେ ଅଳ୍ପ ବୟସ୍କ ଥିଲେ। ଯୋଶିୟଙ୍କ ରାଜତ୍ୱର ଦ୍ୱାଦଶ ବର୍ଷରେ ସେ ଯିହୁଦା ଓ ଯିରୁଶାଲମରେ ଥିବା ଉଚ୍ଚସ୍ଥାନ, ଆଶେରା ସ୍ତମ୍ଭ, ଖୋଦିତ ପ୍ରତିମା ଓ ଢାଞ୍ଚାରେ ଢଳା ମୂର୍ତ୍ତିସବୁକୁ ବିନଷ୍ଟ କଲେ।
ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ।
“ରେଖବର ପୁତ୍ର ଯିହୋନାଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହୋଇ ଆସୁଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରୁ ନାହାନ୍ତି। କାରଣ ସେମାନେ ଆପଣା ପିତୃପୁରୁଷଙ୍କ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଅବଧାନ କରୁ ନାହଁ।
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦୃଷ୍ଟିକାରୀଙ୍କୁ ଇସ୍ରାଏଲ ଓ ଯିହୁଦାର ପ୍ରତି ଚେତାବନୀ ଦେଇ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର କୁକାର୍ଯ୍ୟରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମୋର ସେବକ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ମୋର ବ୍ୟବସ୍ଥା ଓ ବିଧି ସବୁ ପାଳନ କର।”