ଯିରିମୀୟ 25:9 - ପବିତ୍ର ବାଇବଲ9 ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା। Gade chapit laଓଡିଆ ବାଇବେଲ9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା। Gade chapit la |
ତେଣୁ ସଦାପ୍ରଭୁ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କଲେ। ସଦାପ୍ରଭୁ ସେମାନଙ୍କୁ ଦଣ୍ଡିତ କଲେ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ସଦାପ୍ରଭୁ ଯାହା ଘଟାଇଲେ, ତାହା ଯେତେବେଳେ ଅନ୍ୟ ଲୋକମାନେ ଦେଖିଲେ, ସେମାନେ ଅତ୍ୟନ୍ତ ଭୟଭୀତ ଓ ହତଚକିତ ହୋଇପଡ଼ିଲେ। ସେହି ଅନ୍ୟ ଦେଶମାନେ ଯିହୁଦାର ଲୋକଙ୍କ ନିମନ୍ତେ ଘୃଣା ଓ ଲଜ୍ଜାରେ ଆପଣା ଆପଣା ମୁଣ୍ଡ ନୁଆଁଇଲେ। ତୁମ୍ଭେମାନେ ତାହା ସ୍ୱଚକ୍ଷୁରେ ଦେଖୁଅଛ।
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ଖଡ଼୍ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା'ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ।
ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେଉଁସବୁ ବିଷୟ କହିଥିଲେ, ତାହା ପ୍ରକୃତରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ୟମରେ କହିଥିଲେ: “ଏହି ସ୍ଥାନ ସତୁରି ବର୍ଷ ପର୍ଯ୍ୟନ୍ତ ଧ୍ୱଂସର ସ୍ଥାନ ହୋଇ ରହିବ। କାରଣ ଲୋକମାନେ ବିଶେଷ ବିଶ୍ରାମବାରରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲାଗିରହିବ।”