Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:22 - ପବିତ୍ର ବାଇବଲ

22 ମାତ୍ର ରାଜା ଯିହୋୟାକୀମ୍ ଅକବୋରର ପୁତ୍ର ଇ‌‌ଲ୍‌‌ନାଥ‌‌‌ନ୍‌‌‌କୁ ଓ ତାଙ୍କ ସହିତ ଅନ୍ୟ କେତେକ ଲୋକଙ୍କୁ ମିଶରକୁ ପଠାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;

Gade chapit la Kopi

ଓଡିଆ ବାଇବେଲ

22 ତହିଁରେ ଯିହୋୟାକୀମ୍‍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍‍, ଅକବୋରର ପୁତ୍ର ଇଲ୍‍ନାଥନ୍‍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ଯିହୋୟାକୀମ୍‍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍‍, ଅକ୍‍ବୋରର ପୁତ୍ର ଇଲ୍‍ନାଥନ୍‍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;

Gade chapit la Kopi




ଯିରିମୀୟ 26:22
10 Referans Kwoze  

ସେତେବେଳେ ସେ ସଦାପ୍ରଭୁଙ୍କ ବାକ୍ୟ ଶୁଣି ରାଜଗୃହକୁ ଓହ୍ଲାଇ ଲେଖକର କୋଠରୀକୁ ଗଲା, ସେତେବେଳେ ସେ ସ୍ଥାନରେ ସମସ୍ତ ଅଧିପତି, ଯଥା: ଇଲୀଶାମା ଲେଖକ, ଶମୟିୟର ପୁତ୍ର ଦଲୟିୟ, ଅକବୋରର ପୁତ୍ର ଇ‌‌ଲ୍‌‌ନାଥନ୍, ଶାଫନର ପୁତ୍ର ଗମରିୟ ଓ ହନାନିୟର ପୁତ୍ର ସିଦିକିୟ ଉପବିଷ୍ଟ ଥିଲେ।


ଏଣୁ ହି‌ଲ୍‌‌‌କିୟ ଯାଜକ, ଅହୀକାମ୍, ଅ‌କ୍‌ବୋର, ଶାଫନ ଓ ଅସାୟ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତି‌କ୍‌ବର ପୁତ୍ର ଶଲ୍ଲୁମର ଭାର୍ଯ୍ୟା ହୁଲଦା ଭବିଷ୍ୟ‌ଦ୍‌ବକ୍ତା ନିକଟକୁ ଗଲେ। ଯିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ଯିରୁଶାଲମର ଦ୍ୱିତୀୟ କୋଠରୀରେ ବାସ କରୁଥିଲା। ସେମାନେ ତା’ ସହିତ କଥାବାର୍ତ୍ତା ହେଲେ।


ତା'ପରେ ରାଜା ହି‌ଲ୍‌‌‌କିୟ ଯାଜକକୁ, ଶାଫ‌ନ୍‌ର ପୁତ୍ର ଅହୀକାମକୁ, ମିଖାୟର ପୁତ୍ର ଅ‌କ୍‌ବୋରକୁ, ଶାଫନ୍ ସମ୍ପାଦକ ଓ ଅସାୟ ନାମକ ରାଜ ଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ।


ଆଉ ରାଜା ଯେପରି ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇ‌‌ଲ୍‌‌ନାଥନ୍, ଦଲାୟ ଓ ଗମରିୟ ତାହାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।


ଶାସନକର୍ତ୍ତା ଯଦି ମିଥ୍ୟାକୁ ଶୁଣନ୍ତି, ତେବେ ତାଙ୍କର ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ହେବେ।


ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।


ଶୌଲର ମୃତ୍ୟୁପରେ ଅ‌କ୍‌ବୋରର ପୁତ୍ର ବା‌ଲ୍‌ହାନନ୍ ତାହା ପଦରେ ରାଜତ୍ୱ କଲେ।


ଯିହୁଦାର ରାଜା ସିଦିକିୟ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ନିକଟକୁ ଶାଫନର ପୁତ୍ର ଇଲିୟାସା ଓ ହି‌ଲ୍‌‌‌କିୟର ପୁତ୍ର ଗମରିୟକୁ ପଠାଇଲେ। ଯିରିମିୟ ସେହିମାନଙ୍କ ହସ୍ତରେ ପତ୍ର ଦେଲେ। ସେହି ପତ୍ରଟି ଏହିପରି ପାଠ କରାଗଲା।


ସେମାନେ ପ୍ରହରୀ ପ୍ରାଙ୍ଗଣରୁ ଯିରିମିୟଙ୍କୁ ଆଣିଲେ ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟର ହସ୍ତରେ ସମର୍ପଣ କଲେ। ଗଦଲିୟ ଯିରିମିୟଙ୍କୁ ତାଙ୍କ ମନ୍ଦିରକୁ ପଠାଇ ଦେଲେ ଓ ସେ ତାଙ୍କ ନିଜ ଲୋକମାନଙ୍କ ମଧ୍ୟରେ ବାସ କଲେ।


ପୁଣି ସେ ସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କ ମଧ୍ୟସ୍ଥାନରେ ଶାଫନର ପୁତ୍ର ଯାସନିୟ ଠିଆ ହୋଇଅଛି। ପ୍ରତ୍ୟେକ ଲୋକ ନିଜ ନିଜ ଧୂପଦାନୀ ହସ୍ତରେ ଧରିଛନ୍ତି। ଆଉ ଧୂପରୂପ ଧୂମର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।


Swiv nou:

Piblisite


Piblisite