Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:11 - ପବିତ୍ର ବାଇବଲ

11 “‘କିନ୍ତୁ ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ନିଜ ନିଜର ବେକ ଦେବେ ଓ ତାହାର ଦାସ୍ୟ କର୍ମ କରିବେ,’ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା ଓ ସେମାନେ ସେଠାରେ କୃଷି କାର୍ଯ୍ୟ କରି ବାସ କରିବେ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ-ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ଵଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”

Gade chapit la Kopi




ଯିରିମୀୟ 27:11
8 Referans Kwoze  

“‘ପୁଣି ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲ ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେ ଦେଶକୁ ତାହାର ହସ୍ତରେ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭର ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।


ସଦାପ୍ରଭୁ ମୋତେ ଏହି କଥା କହିଲେ, “ହେ ଯିରିମିୟ, ତୁମ୍ଭେ ସ୍ତମ୍ଭରୁ କେତେକ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ।


ଏବଂ ସେହି ଲୋକମାନେ, ଯେଉଁମାନେ ଏହି ନଗର ମଧ୍ୟରେ ରହିବେ, ସେମାନେ ମରିବେ। ସେମାନେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ। ମାତ୍ର ସେହି ଲୋକମାନେ ଯେଉଁମାନେ ଆକ୍ରମଣ କରୁଥିବା କ‌‌ଲ୍‌‌ଦୀୟମାନଙ୍କର ପକ୍ଷ ନିଅନ୍ତି, ସେମାନେ ବଞ୍ଚିବେ ଓ ସେମାନେ ସେହିମାନଙ୍କର ଜୀବନକୁ ସତେ ଯେପରି ଖଣ୍ଡେ ଲୁଣ୍ଠିତ ବସ୍ତୁ ତୁଲ୍ୟ ରକ୍ଷା କରିବେ।


“ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ଲୋକ ଏହି ନଗରରେ ରହିବ, ସେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ। ମାତ୍ର ଯେଉଁ ଲୋକ ବାହାର ହୋଇ କ‌‌ଲ୍‌‌ଦୀୟମାନଙ୍କ ନିକଟକୁ ଯିବ ସେ ବଞ୍ଚିବ। ସେମାନେ ମୃତ୍ୟୁରୁ ବଞ୍ଚିବେ ଓ ରକ୍ଷା ପାଇବେ।’


ଅନନ୍ତର ମୁଁ ସେହି ସମସ୍ତ ବାକ୍ୟ ଯିହୁଦାର ରାଜା ସିଦିକିୟକୁ କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସେବା କର। ତହିଁରେ ତୁମ୍ଭେମାନେ ବଞ୍ଚିବ।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ଇସ୍ରାଏଲ ବଂଶକୁ ନାନା ଗୋଷ୍ଠୀଗଣ ମଧ୍ୟରେ ଛିନ୍ନଭିନ୍ନ କରିଥିଲି। କିନ୍ତୁ ପୁନର୍ବାର ଯେତେବେଳେ ମୁଁ ସେମାନଙ୍କୁ ଏକତ୍ରିତ କରିବି। ସେତେବେଳେ ମୁଁ ନିଜକୁ ନାନା ଦେଶୀୟମାନଙ୍କ ଦୃଷ୍ଟିରେ ପବିତ୍ର ରୂପେ ଦେଖାଇବି ଏବଂ ମୁଁ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲି ସେମାନେ ସେହି ଦେଶରେ ବାସ କରିବେ।


Swiv nou:

Piblisite


Piblisite