Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:3 - ପବିତ୍ର ବାଇବଲ

3 ପୁଣି ଯିହୁଦାର ରାଜା ସିଦିକିୟଙ୍କୁ ଦେଖା କରିବାକୁ ଯିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତରେ ଅନ୍ୟ ଯୁଆଳିଗୁଡ଼ିକୁ ଇଦୋମ, ମୋୟାବ, ଅମ୍ମୋନ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ଵାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;

Gade chapit la Kopi




ଯିରିମୀୟ 27:3
12 Referans Kwoze  

ସଦାପ୍ରଭୁ ଏହିକଥା କହନ୍ତି: “ଆମ୍ଭେ ନିଶ୍ଚିତ ସୋରର ଲୋକମାନଙ୍କୁ ଦଣ୍ତ ଦେବା କାରଣ ସେମାନେ ବହୁ ଅପରାଧ କରିଥିଲେ। ଆଉ ମଧ୍ୟ ସେମାନେ ସମଗ୍ର ଜାତିକୁ ନେଇଗଲେ ଏବଂ ସେମାନଙ୍କୁ କ୍ରୀତଦାସ ରୂପେ ଇଦୋମକୁ ପ୍ରେରଣ କରିଥିଲେ। ସେମାନେ ଇସ୍ରାଏଲୀୟମାନଙ୍କ ସହିତ ବନ୍ଧୁତ୍ୱ ଚୁକ୍ତିକୁ ମନେ ପକାଇ ନ ଥିଲେ।


“ହେ ମନୁଷ୍ୟ ପୁତ୍ର, ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଅତିଶୟ ପରିଶ୍ରମ କରାଇଅଛି। ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଓ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା'ର ସୈନ୍ୟସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।”


ସିଦିକିୟ ରାଜା ନବୂଖ‌ଦ୍‌ନିତ୍ସରର ବିରୁଦ୍ଧରେ ବିଦ୍ରୋହ କଲେ। ଅତୀତରେ ନବୂଖ‌ଦ୍‌ନିତ୍ସର ସିଦିକିୟଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖ‌ଦ୍‌ନିତ୍ସର ନିକଟରେ ବିଶ୍ୱସ୍ତ ରହିବେ। ସିଦିକିୟ ପରମେଶ୍ୱରଙ୍କ ନାମ ନେଇ ଶପଥ କରିଥିଲେ ଯେ, ସେ ନବୂଖ‌ଦ୍‌ନିତ୍ସରଙ୍କ ନିକଟରେ ବିଶ୍ୱସ୍ତ ରହିବେ। କିନ୍ତୁ ସିଦିକିୟ ବଡ଼ ଦାମ୍ଭିକ ଥିଲେ ଓ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ୟ କଲେ।


ହେ ସୀଦୋନ, ତୁମ୍ଭେମାନେ ଲଜ୍ଜିତ ହୁଅ। କାରଣ ସାଗର ଓ ସାଗରର ଦୃଢ଼ ଦୁର୍ଗ କୁହନ୍ତି: “ମୋର ପିଲା ନାହାନ୍ତି। ତେଣୁ ମୁଁ ପ୍ରସବ ବେଦନା ଅନୁଭବ କରି ନାହିଁ। ପ୍ରସବ କରି ନ ଥିବାରୁ ଯୁବକମାନଙ୍କର ପ୍ରତିପାଳନ କରି ନାହିଁ କିମ୍ବା ଯୁବତୀମାନଙ୍କର ଭରଣପୋଷଣ କରି ନାହିଁ।”


ଆଉ ସେମାନଙ୍କୁ ଆଦେଶ ଦିଅ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବ।


ଅନନ୍ତର ମୁଁ ସେହି ସମସ୍ତ ବାକ୍ୟ ଯିହୁଦାର ରାଜା ସିଦିକିୟକୁ କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସେବା କର। ତହିଁରେ ତୁମ୍ଭେମାନେ ବଞ୍ଚିବ।


ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ଚତୁର୍ଥବର୍ଷର ପଞ୍ଚମ ମାସରେ ଗିବିୟୋନ ନିବାସୀ ଅସୂରର ପୁତ୍ର ହନାନିୟ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ସମସ୍ତ ଲୋକଙ୍କର ସାକ୍ଷାତରେ ମୋତେ ଏହି କଥା କହିଲେ।


Swiv nou:

Piblisite


Piblisite